ନବରଙ୍ଗପୁର (ନବଘନ ବିଷୋୟୀ): ନବରଙ୍ଗପୁର ଓ କଳାହାଣ୍ଡି ଜିଲ୍ଲାର ସୀମାନ୍ତରେ ଥିବା ଆମ୍ୱପାଣି ଘାଟି ନିକଟରେ ଏକ ବାଇକ୍ ଦୁର୍ଘଟଣାଗ୍ରସ୍ତ ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକଦ୍ୱୟ ହେଲେ ହୀରା ଦିଶାରୀ (୪୮) ଓ ମଧୁ ମାଝୀ (୪୦)। ସେମାନଙ୍କ ଘର କଳାହାଣ୍ଡି ଜିଲ୍ଲା ଜୟପାଟଣା ବ୍ଲକ୍ ଅନ୍ତର୍ଗତ ପରଜାନାଗଫେଣୀ ଗାଁରେ। ସେମାନେ ଦୁଇ ଜଣ ସାଙ୍ଗ ଥିଲେ।
ଗତକାଲି ହୀରା ଓ ମଧୁ କୌଣସି କାମରେ ନବରଙ୍ଗପୁର ଯାଇଥିଲେ। ଆଜି ସକାଳେ ସେମାନେ ଘରକୁ ଫେରୁଥିବା ବେଳେ ହଠାତ୍ ଆମ୍ୱପାଣି ଘାଟି ନିକଟରେ ସେମାନଙ୍କ ବାଇକ୍ ଭାରସାମ୍ୟ ହରାଇଥିଲା ଓ ସେମାନେ ତଳେ ପଡ଼ି ଯାଇଥିଲେ। ଫଳରେ ଘଟଣାସ୍ଥଳରେ ହିଁ ହୀରାଙ୍କର ମୃତ୍ୟୁ ଘଟିଥିଲା। ମଧୁଙ୍କୁ ସ୍ଥାନୀୟ ଲୋକେ ଓ ମୈଦଲପୁର ପୁଲିସ୍ ଉଦ୍ଧାର କରି ପାପଡ଼ାହାଣ୍ଡି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ପୁଲିସ୍ ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ବାର୍ହା ପାଇଁ ବିଛା ଯାଇଥିଲା ବିଦ୍ୟୁତ ତାର, ସେଥିରେ ପଡ଼ି ଚାଲିଗଲା ୩ ହାତୀଙ୍କ ଜୀବନ !
ଆଜି ସକାଳେ ସ୍ଥାନୀୟ ଲୋକେ ବୁରମାଲ ଜଙ୍ଗଲ ୩ଟି ହାତୀ ମରି ପଡ଼ିଥିବା ଦେଖି ବନ ବିଭାଗକୁ ଖବର ଦେଇଥିଲେ।
Crime
ଉପ ଜିଲ୍ଲାପାଳଙ୍କ ଘରେ ପଶିଲା ଭିଜିଲାନ୍ସ; ୧୦ଟି ସ୍ଥାନରେ ଚଢ଼ାଉ
ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନ ସମେତ ଏକାକାଳୀନ ୧୦ଟି ସ୍ଥାନରେ ଚଢ଼ାଉ କରାଯାଇଛି।
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।