ରାଉରକେଲା (ପବନ ତିୱାରୀ): ରାଞ୍ଚି ଡିଭିଜନରେ ଦୁଇଟି ମାଲ୍ବାହୀ ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ବ୍ରେକ୍ ଫେଲ୍ରୁ ଏହି ଦୁର୍ଘଟଣା ଘଟିଥିବା ରେଳବାଇ ପକ୍ଷରୁ ସୂଚନା ମିଳିଛି।
ଗତକାଲି ବିଳମ୍ବିତ ରାତିରେ ଏହି ଦୁର୍ଘଟଣା ଘଟିଛି। ରାଞ୍ଚି ଡିଭିଜନର ପକାର ଏବଂ କୁରକୁରା ଷ୍ଟେସନ ମଝିରେ ଏହି ଦୁଇଟି ମାଲବାହୀ ଟ୍ରେନ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଘଟଣାସ୍ଥଳରେ ରେଲୱେ କର୍ତ୍ତୃପକ୍ଷ ଏବଂ ଉଦ୍ଧାରକାରୀ ଦଳ ପହଞ୍ଚି ଉଦ୍ଧାର ପ୍ରକ୍ରିୟା ଜାରି ରଖିଛନ୍ତି। ଅନ୍ୟପଟରେ ଏହି ରୁଟ ଦେଇ ଯାଉଥିବା ସମସ୍ତ ଟ୍ରେନର ଗତିପଥ ବଦଳାଇ ଯାଇଛି। ରାଞ୍ଚି ଓ ରାଉରକେଲା ମଧ୍ୟରେ ଟ୍ରେନ ଚଳାଚଳ ବାଧାପ୍ରାପ୍ତ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।