ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଥମେ ନାବାଳିକାକୁ ପ୍ରେମ। ପରେ ବିବାହ କରି ବସ୍ତିରେ ରଖିବା ଘଟଣାକୁ ନେଇ ଆଜି ରାଜଧାନୀରେ ଘଟିଛି ରକ୍ତାକ୍ତ ସଂଘର୍ଷ। ରାଜମହଲ ଛକ ନିକଟ ଫାଳିକିଆ ବସ୍ତି ଓ ଗୌତମ ନଗରର ବସ୍ତି ମଧ୍ୟରେ ଘଟିଛି ଏହି ରକ୍ତାକ୍ତ ଗୋଷ୍ଠୀ ସଂଘର୍ଷ। ଏହି ଘଟଣାରେ ୪ ଜଣ ଆହତ ହୋଇଛନ୍ତି। ଏଥିରେ ଏକାଧିକ ଯୁବକଙ୍କ ସମ୍ପୃକ୍ତି ନଜର ଆସିଛି। ସେମାନେ ଖଣ୍ଡା, ଭୁଜାଲିରେ ଆକ୍ରମଣ କରିବାରୁ ବସ୍ତିର ଲକ୍ଷ୍ମୀ ରାଉତ ସମେତ ତିନିଜଣ ଗୁରୁତର ହୋଇଛନ୍ତି। ଲକ୍ଷ୍ମୀଙ୍କ ହାତ ଖଣ୍ଡ ଖଣ୍ଡ ହୋଇଯାଇଛି।
ଏହି ରକ୍ତାକ୍ତ ସଂଘର୍ଷରେ ଘର ଠାରୁ ଆରମ୍ଭ କରି ରାସ୍ତା ପର୍ଯ୍ୟନ୍ତ ରକ୍ତର ଧାର ଦେଖିବାକୁ ମିଳିଥିଲା। କାନ୍ଥରେ ରକ୍ତର ଛିଟା ଦେଖାଯାଇଥିଲା। ଆକ୍ରମଣ ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳରୁ ଖସି ପଳାଇଛନ୍ତି। ପରିସ୍ଥିତି ଉତ୍ତେଜନା ପୂର୍ଣ୍ଣ ହୋଇଥିବାରୁ ଗୋଟିଏ ପ୍ଲାଟୁନ ପୁଲିସ ଫୋର୍ସ ଘଟଣାସ୍ଥଳରେ ମୁତୟନ ହୋଇଛନ୍ତି। ତେବେ ପୁଲିସ ସ୍ଥିତି ସମ୍ପର୍କରେ ଜାଣି ମଧ୍ୟ ଚୁପ୍ ରହିବାରୁ ଏଭଳି ଘଟଣା ଘଟିଛି ବୋଲି ଅଭିଯୋଗ ହୋଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ତାରାଙ୍କ ଚେତାବନୀ- ୨୫ ସୁଦ୍ଧା ମଣ୍ଡିରୁ ଧାନ ନ ଉଠିଲେ ୨୬ରୁ ରାସ୍ତାରୋକ
'ମଣ୍ଡିରୁ ଧାନ ନ ଉଠିଲେ ସ୍ଥିତି ଅସମ୍ଭାଳ ହେବ । ଆସନ୍ତା ୨୫ ତାରିଖ ସୁଦ୍ଧା ସମସ୍ତ ମଣ୍ଡିରୁ ଧାନ ନ ଉଠିଲେ କୋରାପୁଟ ଜିଲ୍ଲା ବନ୍ଦ କରି ଦିଆଯିବ । ଏପରିକି ଆସନ୍ତା ୨୬ରୁ ରାସ୍ତାରୋକ କରିବାକୁ ବି ପଛାଇବୁ ନାହିଁ।’
Crime
ଅଭିନେତ୍ରୀଙ୍କୁ ଠକେଇ ମାମଲାରେ ଯାତ୍ରା ପାର୍ଟି ମାଲିକ ଗିରଫ
ଯାତ୍ରା ପାର୍ଟି ମାଲିକ ଅମରେଶ ଯେ ତାଙ୍କୁ ଠକୁଛନ୍ତି ତାହା ବୁଝିଲା ବେଳକୁ ବହୁ ବିଳମ୍ବ ହୋଇଯାଇଥିଲା।
Business
ପ୍ରାକ୍ ବଜେଟ୍ ପ୍ରସ୍ତୁତି ବୈଠକରେ ୯ଟି ଦାବି ରଖିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଗୋପାଳପୁରରେ ସ୍ୱତନ୍ତ୍ର ଅର୍ଥନୈତିକ କରିଡର ଏବଂ ଝାରସୁଗୁଡ଼ାରେ ଇଣ୍ଡଷ୍ଟ୍ରିଆଲ ଟାଉନଶିପ୍ ପାଇଁ ଦାବି କରିଛନ୍ତି ମୁଖ୍ୟମନ୍ତ୍ରୀ।
Miscellaneous
ଗଞ୍ଜାମରେ ଜାନୁଆରୀ ୩ରୁ ମଣ୍ଡିରେ ଧାନ ସଂଗ୍ରହ
ଗଞ୍ଜାମ ଜିଲ୍ଲାରେ ଡିସେମ୍ବର ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ କରିବା ପାଇଁ ପୂର୍ବରୁ ନିଷ୍ପତ୍ତି ହୋଇଥିଲା।