Advertisment

Ambulance Service: ୨୫୦ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପିତ

ରାଜ୍ୟ ସରକାର ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା ପାଇଁ ନିଷ୍ପତ୍ତି କରିଥିଲେ । ସେଥିମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୦୨୫ ଡିସେମ୍ବର ୨୩ ତାରିଖରେ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ ହୋଇଥିଲା।

Ambulance
Advertisment

ରାଜ୍ୟର ଜରୁରୀକାଳୀନ ଚିକିତ୍ସା ସେବାକୁ ଅଧିକ ସୁଦୃଢ଼ କରିବା ନିମନ୍ତେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମଙ୍ଗଳବାର ଭୁବନେଶ୍ୱରସ୍ଥିତ କଳିଙ୍ଗ ଷ୍ଟାଡିୟମ୍ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ୨୫୦ଟି ନୂଆ ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି।

Advertisment

ରାଜ୍ୟ ସରକାର ଜରୁରୀକାଳୀନ ଆମ୍ବୁଲାନ୍ସ ସେବାରେ ୪୨୮ଟି ନୂଆ ଆମ୍ବୁଲାନ୍ସ ଯୋଡ଼ିବା ପାଇଁ ନିଷ୍ପତ୍ତି କରିଥିଲେ । ସେଥିମଧ୍ୟରୁ ପ୍ରଥମ ପର୍ଯ୍ୟାୟରେ ୨୦୨୫ ଡିସେମ୍ବର ୨୩ ତାରିଖରେ ୧୫୦ଟି ଆମ୍ବୁଲାନ୍ସ ଲୋକାର୍ପିତ ହୋଇଥିଲା। ଦ୍ୱିତୀୟ ପର୍ଯ୍ୟାୟରେ ଆଜି ମୁଖ୍ୟମନ୍ତ୍ରୀ ଆଉ ୨୫୦ଟି ଆମ୍ବୁଲାନ୍ସ ଲୋକାର୍ପଣ କରିଛନ୍ତି। ଏଥିରେ ବିମାନବନ୍ଦର ନିମନ୍ତେ ୫ ଟି ଏବଂ ଝାରସୁଗୁଡ଼ା ସ୍ଥିତ କାର୍ଡିଆକ୍ କେୟାର୍ ହସ୍ପିଟାଲ ନିମନ୍ତେ ୨ଟି ଅତ୍ୟାଧୁନିକ ଲାଇଫ୍ ସପୋର୍ଟ (ALS) ଆମ୍ବୁଲାନ୍ସର ବ୍ୟବସ୍ଥା କରାଯାଇଛି।

ପ୍ରତି ଆମ୍ବୁଲାନ୍ସ ପିଛା ୨୫.୭୭ ଲକ୍ଷ ଟଙ୍କା ହିସାବରେ ୪୨୮ଟି ଆମ୍ବୁଲାନ୍ସ ପାଇଁ ପ୍ରାୟ ୧୧୧ କୋଟି ଟଙ୍କା ରାଜ୍ୟ ସରକାର ନିଜସ୍ୱ ପାଣ୍ଠିରୁ ବିନିଯୋଗ କରିଛନ୍ତି । ୧୦୮ ଜରୁରୀକାଳୀନ ଆମ୍ବୁଲାନ୍ସ ସେବା ଓଡ଼ିଶାରେ ୨୦୧୩ ମାର୍ଚ୍ଚ ୫ ତାରିଖରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ ରାଜ୍ୟର ସମସ୍ତ ୩୦ଟି ଜିଲ୍ଲାରେ ମୋଟ ୮୬୬ଟି ଆମ୍ବୁଲାନ୍ସ ଜନସାଧାରଣଙ୍କ ସେବାରେ ନିୟୋଜିତ ଅଛି । ଏଥିରେ ୪୪୯ଟି ବେସିକ ଲାଇଫ ସପୋର୍ଟ(BLS) ଆମ୍ବୁଲାନ୍ସ, ୪୧୧ଟି ଆଡ୍‌ଭାନ୍‌ସ୍‌ ଲାଇଫ ସପୋର୍ଟ (ALS) ଆମ୍ବୁଲାନ୍ସ ଏବଂ ୬ଟି ବୋଟ୍ ଆମ୍ବୁଲାନ୍ସ ରହିଛି । ଏହା ସହିତ, ରାଜ୍ୟରେ ଗର୍ଭବତୀ ମହିଳା ଓ ଅସୁସ୍ଥ ଶିଶୁମାନଙ୍କ ସୁରକ୍ଷିତ ପରିବହନ ପାଇଁ ‘ଜନନୀ ଏକ୍ସପ୍ରେସ୍’ ଯୋଜନା ଅଧୀନରେ ୫୦୦ଟି ଆମ୍ବୁଲାନ୍ସ ନିୟୋଜିତ ରହିଛି ।

Advertisment

ବର୍ତ୍ତମାନ ୧୦୮ ଆମ୍ବୁଲାନ୍ସ ଓ ଜନନୀ ଏକ୍ସପ୍ରେସ୍ ସେବା ମାଧ୍ୟମରେ ପ୍ରତିଦିନ ହାରାହାରି ୫୦୦୦ରୁ ଅଧିକ ରୋଗୀଙ୍କୁ ସରକାରୀ ସ୍ବାସ୍ଥ୍ୟ କେନ୍ଦ୍ରକୁ ପହଞ୍ଚାଇ ଚିକିତ୍ସା ସୁବିଧା ଦିଆଯାଉଛି ବୋଲି ସରକାରଙ୍କ ପକ୍ଷରୁ କୁହାଯାଇଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe