କେନ୍ଦୁଝର(ପ୍ରଣୟ ପାଣି): କେନ୍ଦୁଝର ଜିଲ୍ଲା କାରାଗାରରେ ଦିନକରେ ଏକାଥରେ ଘଟିଗଲା ଦୁଇ ଦୁଇଟି ଅଘଟଣ । ଗତକାଲି ହୃହଘାତରେ ଜଣେ କଏଦୀଙ୍କ ମୃତ୍ୟୁ ପରେ ତଣ୍ଟି କାଟି ଆତ୍ମହତ୍ୟା ଉଦ୍ୟମ କରିଛନ୍ତି ଆଉ ଜଣେ କଏଦୀ ।
ହୃହଘାତରେ ମୃତ କଏଦୀଙ୍କ ନାଁ ବିଦ୍ୟାଧର ଜୁଆଙ୍ଗ । ତେଲକୋଇ ଥାନା ଅଞ୍ଚଳରୁ ହତ୍ୟା ଉଦ୍ୟମ ଅଭିଯୋଗରେ ଜେଲ ଆସିଥିଲେ ବିଦ୍ୟାଧର । ଗତକାଲି ଅପରାହ୍ନ ପ୍ରାୟ ୫ଟାରେ ହୃଦଘାତରେ ତାଙ୍କ ମୃତ୍ୟୁ ହୋଇଥିଲା।
ଏ ଘଟଣା ପୂର୍ବରୁ ଉକ୍ତ ଜେଲ୍ରେ ଥିବା ଅନ୍ୟ ଜଣେ ବିଚାରାଧୀନ କଏଦୀ ନିଜ ତଣ୍ଟି କାଟି ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି । ତାଙ୍କ ନାଁ ପଦ୍ମଲୋଚନ ଟୁଡୁ । ସେ ମାନସିକ ଭାରସାମ୍ୟ ହରାଇ ତଣ୍ଟି କାଟିଥିବା କୁହାଯାଉଛି । ତାଙ୍କୁ କେନ୍ଦୁଝର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ଏହି ୨ ଘଟଣା ପରେ ଜେଲ୍ ଭିତରେ ସୁରକ୍ଷାକୁ ଅଧିକ କଡ଼ାକଡ଼ି କରାଯିବା ସହ କଏଦୀଙ୍କ ଉପରେ ଅଧିକ ତିକ୍ଷଣ୍ ଦୃଷ୍ଟି ରଖାଯାଇଛି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ସକାଳୁ ଫାଟିଲା ଗ୍ୟାସ୍ ସିଲିଣ୍ଡର, ୩ ଗୁରୁତର
ଗ୍ୟାସ୍ ସିଲିଣ୍ଡର ଫାଟି ୩ ଜଣ ଗୁରୁତର ହୋଇଛନ୍ତି। ଦୁଇ ଜଣଙ୍କୁ ଗୁରୁତର ଅବସ୍ଥାରେ ବ୍ରହ୍ମପୁର ମେଡିକାଲ ଓ ଅନ୍ୟ ଜଣଙ୍କୁ ବିଶାଖାପାଟଣା ସ୍ଥାନାନ୍ତର କରାଯାଇଛି।
Accident
ଟ୍ରେନ୍ ଆଗକୁ ଡେଇଁ ପଡ଼ିଲେ ବ୍ୟାଙ୍କ କର୍ମଚାରୀ, ମିଳିଲା...
ଭଦ୍ରକ ଜିଲ୍ଲା କେନ୍ଦୁଆପଦା ରେଲୱେ ଷ୍ଟେସନ ଧାରଣାରୁ ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଖଣ୍ଡବିଖଣ୍ଡିତ ମୃତଦେହ ଠାବ ହୋଇଛି।
Accident
କାର୍ତ୍ତିକ ପୂର୍ଣ୍ଣିମାରେ ଅଘଟଣ; ଡଙ୍ଗାରୁ କଏନ ସଂଗ୍ରହ କରୁ କରୁ ବୁଡ଼ିଗଲେ ନାବାଳିକା
ଭସା ଯାଇଥିବା ଡଙ୍ଗାରୁ କଏନ ସଂଗ୍ରହ କରିବାକୁ ଯାଇ ପାଣିରେ ବୁଡ଼ିଗଲେ ନାବାଳିକା। ମୃତା ନାବାଳିକାଙ୍କ ବୟସ ୧୨ ବର୍ଷ ହେବ ବୋଲି ଜଣାଯାଇଛି।
Miscellaneous
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ, ମିଳିବ ନୂଆ ଅନୁଭୂତି
ଆଜିଠୁ ଐତିହାସିକ କଟକ ବାଲିଯାତ୍ରା ଆରମ୍ଭ ହେଉଛି। ଆଜି ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଉଦଘାଟନ କରିବେ।
Events & Festivals
ଆଜି ପବିତ୍ର କାର୍ତ୍ତିକ ପୂର୍ଣ୍ଣିମା; ଡଙ୍ଗା ଭସାଇବାକୁ ଜଳାଶୟରେ ଜମିଛି ଭିଡ଼
ଓଡ଼ିଶାର ନୌବାଣିଜ୍ୟିକ ପରମ୍ପରାର ସ୍ମୃତିକୁ ମନେ ପକାଇ ରାଜ୍ୟବ୍ୟାପୀ ଲୋକେ ଡଙ୍ଗା ଭସାଉଛନ୍ତି। ପୋଖରୀ, ନଦୀ, ସମୁଦ୍ରକୂଳରେ ଏଥିପାଇଁ ସ୍ୱତନ୍ତ୍ର ଆୟୋଜନ କରାଯାଇଛି।