ଉମରକୋଟ(କାର୍ତ୍ତିକ ମଲ୍ଲିକ): ଡ୍ରାଇଭିଂ ଲାଇସେନ୍ସ କରିବା ପାଇଁ ଛତିଶଗଡ଼ ରାଜ୍ୟର ଗରିଆବନ୍ଦକୁ ଯାଇଥିଲେ। ସେଠାରୁ ଘରକୁ ଫେରିବା ବେଳେ ଭାରସାମ୍ୟ ହରାଇ ଓଲଟିଲା ବୋଲେରୋ। ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ ଜଣ ଗୁରୁତର ଆହତ ହୋଇଛନ୍ତି। ଆଜି ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଛତିଶଗଡ଼ ମେନପୁର ନିକଟରେ ଘଟିଛି।
ଉମରକୋଟ ବ୍ଲକ୍ କେରିପଦର ଗାଁର ୧୦ ଜଣ ବ୍ୟକ୍ତି ଏକ ବୋଲେରୋରେ ପଡ଼ୋଶୀ ରାଜ୍ୟ ଛତିଶଗଡ଼ର ଗରିଆବନ୍ଦ ସହରକୁ ଡ୍ରାଇଭିଂ ଲାଇସେନ୍ସ କରିବାକୁ ଯାଇଥିଲେ। ଅପରାହ୍ନରେ ଆବେଦନ କରି ଘରକୁ ଫେରୁଥିଲେ। ତେବେ ମେନପୁର ନିକଟ ଜାତୀୟ ରାଜପଥରେ ଗାଡିଟି ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ଘଟଣା ସ୍ଥଳରେ ଝରିଗାଁ ବ୍ଲକ୍ ପଦମଝରି ଗାଁର ବୋଲେରୋ ଡ୍ରାଇଭର ନିରଞ୍ଜନ ପାତ୍ରଙ୍କ ମୃତ୍ୟୁ ହୋଇଥିଲା। ସ୍ଥାନୀୟ ଲୋକେ ଆହତଙ୍କୁ ମେନପୁର ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। ସେଠାରେ ଉମରକୋଟ ବ୍ଲକ କେରିପଦର ଗାଁର ଚରଣ ଗୌଡଙ୍କ ମୃତ୍ୟୁ ଘଟିଥିଲା। ଅନ୍ୟ ଆହତମାନେ ଚିକିତ୍ସା ପରେ ଘରକୁ ଫେରୁଥିବା ଜଣାପଡିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।