ଟ୍ରକ୍‌କୁ ପଛରୁ ପିଟିଲା ବାଇକ୍‌: ୨ ମୃତ, ଜଣେ ଗୁରୁତର

ଭଦ୍ରକ (ପାର୍ଥ ସାରଥୀ ନାୟକ): ଟ୍ରକ୍‌କୁ ପଛରୁ ପିଟି ଦେଲା ବାଇକ୍‌। ଚାଲିଗଲା ଦୁଇଟି ଜୀବନ। ଆଉ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗତକାଲି ବିଳମ୍ବିତ ରାତିରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା କହରାପୋଖରୀ ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା। ମୃତକମାନଙ୍କ ପରିଚୟ ମିଳି ନଥିବା ବେଳେ ଗୁରୁତର ଭାବେ ଆହତ ଯୁବକଙ୍କ ନାଁ ଦେବେଶ ସାହୁ। ତାଙ୍କ ଘର ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଦକ୍ଷିଣବଡ଼ ଅଞ୍ଚଳରେ ବୋଲି ଜଣାପଡ଼ିଛି। […]

Bike

Bike

Jitendra Garnayak
  • Published: Saturday, 11 September 2021
  • Updated: 11 September 2021, 08:22 AM IST

Sports

Latest News

ଭଦ୍ରକ (ପାର୍ଥ ସାରଥୀ ନାୟକ): ଟ୍ରକ୍‌କୁ ପଛରୁ ପିଟି ଦେଲା ବାଇକ୍‌। ଚାଲିଗଲା ଦୁଇଟି ଜୀବନ। ଆଉ ଜଣଙ୍କ ଅବସ୍ଥା ଗୁରୁତର ରହିଛି। ଗତକାଲି ବିଳମ୍ବିତ ରାତିରେ ଭଦ୍ରକ ଜିଲ୍ଲା ଭଣ୍ଡାରିପୋଖରୀ ଥାନା କହରାପୋଖରୀ ଛକ ନିକଟରେ ୧୬ ନମ୍ବର ଜାତୀୟ ରାଜପଥରେ ଘଟିଛି ଏହି ଦୁର୍ଘଟଣା।

ମୃତକମାନଙ୍କ ପରିଚୟ ମିଳି ନଥିବା ବେଳେ ଗୁରୁତର ଭାବେ ଆହତ ଯୁବକଙ୍କ ନାଁ ଦେବେଶ ସାହୁ। ତାଙ୍କ ଘର ଭଣ୍ଡାରିପୋଖରୀ ଥାନା ଅନ୍ତର୍ଗତ ଦକ୍ଷିଣବଡ଼ ଅଞ୍ଚଳରେ ବୋଲି ଜଣାପଡ଼ିଛି।

ଟ୍ରକ୍ ପଛରେ ବାଇକ୍‌ଟି ପିଟି ହେବା ପରେ ଏହି ତିନି ଜଣ ରାସ୍ତା ଉପରେ ଛିଟିକି ପଡ଼ିଥିଲେ। ଭଣ୍ଡାରିପୋଖରୀ ଅଗ୍ନିଶମ ବାହିନୀ ସେମାନଙ୍କୁ ଉଦ୍ଧାର କରି ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ତେବେ ସେଠାରେ ଡାକ୍ତର ଦୁଇ ଜଣଙ୍କୁ ମୃତ ଘୋଷଣା କରିଥିଲେ।

ଗୁରୁତର ଭାବେ ଆହତ ଦେବେଶଙ୍କୁ ପ୍ରାଥମିକ ଚିକିତ୍ସା ପରେ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos