ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
<p>ବରଗଡ଼(ଓଡ଼ିଶା ରିପୋର୍ଟର): ବରଗଡ଼ରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ବରଗଡ଼-ବିଜେପୁର ରାସ୍ତାର ପୋଡମୁଣ୍ଡାରେ ଟ୍ରେକର ଓ ବୋଲେରୋ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ବରଗଡ଼ ମୁଖ୍ୟ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ପୋଲିସ୍‌ ଘଟଣାର ତଦନ୍ତ କରୁଛି।</p> <p>ଆଜି ସକାଳେ ବରଗଡ଼ରୁ ବିଜେପୁରକୁ ଏକ ଟ୍ରେକର ଯାତ୍ରୀଙ୍କୁ ନେଇ ଯାଉଥିବା ବେଳେ ବୋଲେରୋ ସହ ଧକ୍କା ହୋଇଥିଲା।</p>
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।