ଉମରକୋଟ (କାର୍ତ୍ତିକ ମଲ୍ଲିକ): ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବ୍ଲକ୍ ଅନ୍ତର୍ଗତ ବିରିଶୋଲା ଗାଁ ନିକଟରେ ଦୁଇଟି ବାଇକ୍ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ଦୁଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଆଉ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି।
ମୃତକ ଦ୍ୱୟ ହେଲେ ବଂଶୀଧର ଭତରା (୩୫) ଓ ପ୍ରଣୟ ଭୂୟାଁ (୩୩)। ଗୁରୁତର ଆହତ ମାଧବ ଭତରା ଓ ବଳି ଭତରାଙ୍କୁ ନବରଙ୍ଗପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।
ବଂଶୀଧର, ମାଧବ ଓ ବଳି ଭତରା ଗୋଟିଏ ବାଇକ୍ରେ ପାପଡ଼ାହାଣ୍ଡିରୁ ଉମରାହାଣ୍ଡି ଯାଉଥିବା ବେଳେ ପ୍ରଣୟ ବାଇକ୍ ଯୋଗେ ରାଇଘରରୁ ନବରଙ୍ଗପୁର ଯାଉଥିଲେ। ଡାବୁଗାଁ ନିକଟରେ ସେମାନଙ୍କ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଥିଲା।
ଡାବୁଗାଁ ପୁଲିସ୍ ଓ ଅଗ୍ନିଶମ କର୍ମଚାରୀ ପହଞ୍ଚି ମୃତାହତଙ୍କୁ ଉଦ୍ଧାର କରି ଡାକ୍ତରଖାନା ନେଇଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।
Crime
ବାଇକ୍ରେ ଆସିଲେ, ସୁନା ଚେନ୍ ଝାମ୍ପି ନେଲେ
ବାଇକ୍ରେ ଆସିଲେ। ଆଖି ପିଛୁଳାକେ ସ୍ପଷ୍ଟ ଦିବାଲୋକରେ ଥାନା ସମ୍ମୁଖରୁ ମହିଳାଙ୍କ ବେକରୁ ସୁନା ଚେନ୍ ଝାମ୍ପି ନେଲେ ।
Crime
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା, ଛୁରୀ ଭୁଷିଦେଲା ବାପା
ମଦ୍ୟପ ପୁଅର ନିର୍ଯାତନା ଅତିଷ୍ଠ କଲା। ଯେଉଁ ପୁଅ ବାପାର ସାହାରା ପାଲଟିବା କଥା, ସେ ମୁଣ୍ଡ ବିନ୍ଧାର କାରଣ ପାଲଟିଲା। ମଦ ନିଶାରେ ଚୁର ପୁଅର ସବୁବେଳେ କଲବଲ କରିବାରୁ ତାକୁ ରାସ୍ତାରୁ ସଫା କରିଦେଲା ବାପା।