କେନ୍ଦୁଝର(ପ୍ରଣୟ ପାଣି): ଗୁପ୍ଚୁପ୍ ଖାଉଥିବା ବେଳେ ମାଡ଼ିଗଲା ଡମ୍ପର। ଘଟଣାସ୍ଥଳରେ ଦୁଇ ନାବାଳକଙ୍କ ମୃତ୍ୟୁ ଘଟିଛି। ଆଜି ସନ୍ଧ୍ୟା ବେଳେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା କେନ୍ଦୁଝର ଜିଲ୍ଲାରେ ଘଟିଛି। ଏହାକୁ ନେଇ ଉତ୍ତେଜନା ପ୍ରକାଶ ପାଇଛି।
ବାମେବାରୀ ଥାନା କାଳୀ ମାଟି ପାଖରେ ଠିଆ ହୋଇ ଲକ୍ଷ୍ମଣ ଭଗତ ଓ କିସ୍ମତ ମୁଣ୍ଡା ଗୁପ୍ଚୁପ୍ ଖାଉଥିଲେ। ଠିକ୍ ଏହି ସମୟରେ ଦ୍ରୁତ ଗତିରେ ଆସୁଥିବା ଡମ୍ପର ସେମାନଙ୍କ ଉପରେ ମାଡ଼ି ଯାଇଥିଲା। ଫଳରେ ଘଟଣା ସ୍ଥଳରେ ଉଭୟଙ୍କ ମୃତ୍ୟୁ ଘଟିଥିଲା। ଏହି ଖବର ପ୍ରଚାରିତ ହେବା ପରେ ଉତ୍ତେଜନା ପ୍ରକାଶ ପାଇଥିଲା। କ୍ଷତିପୂରଣ ଦାବିରେ ଉତ୍ତ୍ୟକ୍ତ ଲୋକେ ବାମେବାରୀ-ପଳାଶପଙ୍ଗା ଇକ୍ସପ୍ରେସ୍ ହାଇୱେ-୨କୁ ଅବରୋଧ କରିଥିଲେ। ଯାହାଫଳରେ ଗାଡ଼ି ଚଳାଚଳ ପ୍ରଭାବିତ ହୋଇଛି।
ଖବର ପାଇଁ ବାମେବାରୀ ଥାନା ପୁଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ତ୍ୟକ୍ତ ଲୋକଙ୍କୁ ବୁଝାସୁଝା କରୁଛି। ହେଲେ ଲୋକମାନେ ନିଜ ଜିଦ୍ରେ ଅଟଳ ଅଛନ୍ତି। କ୍ଷତିପୂରଣ ଓ ଦୁର୍ଘଟଣା ଘଟାଇଥିବା ଡମ୍ପର ଚାଳକକୁ ଗିରଫ ଦାବିରେ ଅଟଳ ଅଛନ୍ତି ସ୍ଥାନୀୟ ଲୋକ। ଖବର ଲେଖାହେବା ପର୍ଯ୍ୟନ୍ତ ରାସ୍ତାରୋକ ଚାଲିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।