କରଞ୍ଜିଆ(ଦୀପକ କୁମାର ମହାନ୍ତ): ଘରୁ ବେଶ ହସଖୁସିରେ ସାଙ୍ଗ ହୋଇ ବାଇକ୍ ଯୋଗେ କାମରେ ବାହାରି ଥିଲେ। ହେଲେ ଅଧା ବାଟରେ ଚାହିଁ ବସିଥିଲା ଯମ। ଦୁର୍ଘଟଣା ନେଇଗଲା ସେମାନଙ୍କ ଜୀବନ। ଭାରସାମ୍ୟ ହରାଇ ବାଇକ୍ ଗଛରେ ପିଟି ହେବାରୁ ଏଥିରେ ବସିଥିବା ଦୁଇ ଜଣଙ୍କ ମୃତ୍ୟୁ ହୋଇଛି। ଆଜି ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ୫୩ ନମ୍ବର ରାଜ୍ୟ ରାଜପଥ ପାଟବିଲ ନିକଟରେ ଏହି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ହୋଇଛି। ଦୁଇ ମୃତକ ନିକଟସ୍ଥ ବିଶିପୁର ବୁରୁସାହିର ଅର୍ଜୁନ ସରେନ ଏବଂ ଶ୍ୟାମ ମୁର୍ମୁ। ଦୁହେଁ ଶ୍ରମିକ ଭାବେ କାମ କରନ୍ତି।
ସୂଚନା ମୁତାବକ, ଅପରାହ୍ନରେ ଦୁହେଁ ଏକ ବାଇକ ଯୋଗେ ବିଶିପୁରରୁ କରଞ୍ଜିଆକୁ କୌଣସି କାମରେ ଯାଉଥିଲେ। ବାଟରେ ବାଇକ୍ ଦୁର୍ଘଟଣା ହେବା ପରେ ସ୍ଥାନୀୟ ଲୋକେ ସେମାନଙ୍କୁ ଉଦ୍ଧାର କରି ପ୍ରଥମେ କରଞ୍ଜିଆ ଉପଖଣ୍ଡ ଚିକିତ୍ସାଳୟକୁ ଆଣିଥିଲେ। ତେବେ ଚିକିତ୍ସା ଚାଲିଥିବା ବେଳେ ଉଭୟଙ୍କ ମୃତ୍ୟୁ ହୋଇଥିବା ଜଣାପଡ଼ିଛି।
ଏହି ଦୁଃଖଦ ଘଟଣାକୁ ନେଇ ମୃତକଙ୍କ ପରିବାର ଲୋକେ ଭାଙ୍ଗି ପଡ଼ିଛନ୍ତି। ଖବର ପାଇ ପୁଲିସ ଦୁର୍ଘଟଣାର ତଦନ୍ତ ଆରମ୍ଭ କରିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ଭିଜିଲାନ୍ସ ପଞ୍ଝାରେ ARI; ୮ଟି ସ୍ଥାନରେ ଚାଲିଛି ଚଢାଉ
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବୋରିଗୁମ୍ମା ତହସିଲ ARI ସୁରେନ୍ଦ୍ର କୁମାର ତନ୍ତିଙ୍କ ଘରେ ହୋଇଛି ଭିଜିଲାନ୍ସ ରେଡ୍ ।
Accident
୩୦ଫୁଟ ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍, ଚାପି ହୋଇଗଲେ ଡ୍ରାଇଭର
୩୦ଫୁଟ୍ ରାସ୍ତା ତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ୍ । ଟ୍ରକ ଭିତରେ ଚାପି ହୋଇ ରହିଛି ଚାଳକଙ୍କ ମୃତଦେହ ।
Accident
ଗଛରେ ପିଟି ହେଲା ବାଇକ୍, ଚାଲିଗଲା ଜଣଙ୍କ ଜୀବନ
ଗଛରେ ପିଟି ହୋଇଗଲା ବାଇକ୍। ଆଉ ଦୁଇ ବାଇକ୍ ଚାଳକଙ୍କ ମଧ୍ୟରୁ ଜଣେ ଆଖି ବୁଜିଥିବା ବେଳେ ଆଉ ଜଣେ ମରଣ ସହ ସଂଘର୍ଷ କରୁଛନ୍ତି।
Science & Environment
୬ ଥିଲା ୧୨ରେ ପହଞ୍ଚିଲା; ୩ ବର୍ଷରେ ଦୁଇ ଗୁଣା ବଢିଛି ବାଘ ସଂଖ୍ୟା
୨୦୨୧ ମସିହାରେ ଢେଙ୍କାନାଳର ବିଭିନ୍ନ ଜଙ୍ଗଲରେ କଲରାପତରିଆ ବାଘ ସଂଖ୍ୟା ୬ ଥିବା ବେଳେ ଏବେ ତାହା ବୃଦ୍ଧି ପାଇ ୧୨ରେ ପହଞ୍ଚିଛି। ଯାହା ଜଙ୍ଗଲ ବିଭାଗ ପାଇଁ ଆଣିଛି ଖୁସି ଖବର।
Weather
ଆଜିଠୁ ବଦଳିବ ପାଗ; କମିବ ବର୍ଷା, ବଢ଼ିବ କୁହୁଡି
କମିବ ବର୍ଷା, ବଢ଼ିବ କୁହୁଡି। ରାଜ୍ୟରେ ଆଜିଠୁ ବର୍ଷାର ପରିମାଣ ସାମାନ୍ୟ କମିବାକୁ ଥିବା ବେଳେ କାଲିଠୁ ସମ୍ପୂର୍ଣ୍ଣ ବର୍ଷା କମିବ ବୋଲି ପାଣିପାଗ ବିଭାଗ ପୂର୍ବାନୁମାନ କରିଛି।