ଝଲସିବ ଏକାମ୍ର କ୍ଷେତ୍ର, ମହାଶିବରାତ୍ରୀରେ ୨ ଲକ୍ଷ ଲୋକ ଦେଖିବେ ମହାଦୀପ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବର୍ଷକ ଭିତରେ ଝଲସିବ ଏକାମ୍ର କ୍ଷେତ୍ର! ମହାଶିବରାତ୍ରୀରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ସମ୍ମୁଖରେ ସମବେତ ହୋଇ ୨ ଲକ୍ଷରୁ ଅଧିକ ଲୋକ ମହାଦୀପ ଉଠିବାର ଦୃଶ୍ୟ ଦେଖିପାରିବେ। ଏଥିପାଇଁ ‘ଏକାମ୍ରକ୍ଷେତ୍ର ଯୋଜନା’କୁ ବର୍ଷକ ଭିତରେ ସାରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ବସିଥିଲା। ଏଥିରେ ‘ଏକାମ୍ରକ୍ଷେତ୍ର ଯୋଜନା’ ସଂପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ନିଷ୍ପତ୍ତି ଅନୁସାରେ ଶ୍ରୀଲିଙ୍ଗରାଜ ମନ୍ଦିର ସନ୍ନିକଟ […]

lingaran

Manoranjan Sial
  • Published: Monday, 17 August 2020
  • , Updated: 17 August 2020, 07:18 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ବର୍ଷକ ଭିତରେ ଝଲସିବ ଏକାମ୍ର କ୍ଷେତ୍ର! ମହାଶିବରାତ୍ରୀରେ ପ୍ରଭୁ ଲିଙ୍ଗରାଜଙ୍କ ମନ୍ଦିର ସମ୍ମୁଖରେ ସମବେତ ହୋଇ ୨ ଲକ୍ଷରୁ ଅଧିକ ଲୋକ ମହାଦୀପ ଉଠିବାର ଦୃଶ୍ୟ ଦେଖିପାରିବେ। ଏଥିପାଇଁ ‘ଏକାମ୍ରକ୍ଷେତ୍ର ଯୋଜନା’କୁ ବର୍ଷକ ଭିତରେ ସାରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି।

ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକରେ ବସିଥିଲା। ଏଥିରେ ‘ଏକାମ୍ରକ୍ଷେତ୍ର ଯୋଜନା’ ସଂପର୍କରେ ବିସ୍ତୃତ ଆଲୋଚନା ହୋଇଥିଲା। ନିଷ୍ପତ୍ତି ଅନୁସାରେ ଶ୍ରୀଲିଙ୍ଗରାଜ ମନ୍ଦିର ସନ୍ନିକଟ ୬୬ ଏକ ପରିମିତ ଜମି ଉପରେ ଏହି ଯୋଜନା କାର୍ଯ୍ୟକାରୀ ହେବାକୁ ଯାଉଛି। ଲିଙ୍ଗରାଜ ମନ୍ଦିର ଚାରି ପାର୍ଶ୍ୱରେ ଭବ୍ୟ ବିକାଶ କରାଯାଇ ଏଠାରେ ଏକ ଅଧ୍ୟାତ୍ମିକ ପରିବେଶ ସୃଷ୍ଟି କରାଯିବାର ଯୋଜନା ରହିଛି। ପୂର୍ବରୁ ମହାଶିବରାତ୍ରୀରେ ଶ୍ରୀ ଲିଙ୍ଗରାଜଙ୍କ ମନ୍ଦିର ପରିସରରେ ୧୦ ରୁ ୧୫ ହଜାର ଲୋକ ସମବେତ ହେବାରେ ଅସୁବିଧା ହେଉଥିଲା। ନୂଆ ଯୋଜନା ଅନୁସାରେ ଦୁଇ ଲକ୍ଷରୁ ଅଧିକ ଲୋକ ମନ୍ଦିର ସମ୍ମୁଖରେ ସମବେତ ହୋଇ ମହାପ୍ରଭୁଙ୍କର ଶିବରାତ୍ରୀ ଉତ୍ସବରେ ସାମିଲ ହୋଇ ମହାଦୀପ ଦର୍ଶନର ଆଧ୍ୟାତ୍ମିକ ଅନୁଭବ ଲାଭ କରିପାରିବେ। ଶିବରାତ୍ରି ସହିତ ଅଶୋକାଷ୍ଟମୀ ରଥଯାତ୍ରା ଓ ମହାପ୍ରଭୁଙ୍କର ଅନ୍ୟ ଯାନିଯାତ୍ରା ସମୟରେ ତୀର୍ଥଯାତ୍ରୀ ପରିଚାଳନାରେ ମଧ୍ୟ ଏହା ବିଶେଷ ସହାୟକ ହେବ।

ବିନ୍ଦୁସାଗର ସହିତ ରହିଛି ମହାପ୍ରଭୁଙ୍କର ଅନନ୍ୟ ସଂପର୍କ। ଶ୍ରୀଲିଙ୍ଗରାଜ ମନ୍ଦିର ପରେ ଏହା ଏକାମ୍ରକ୍ଷେତ୍ରର ଦ୍ୱିତୀୟ ଆକର୍ଷଣ କେନ୍ଦ୍ର। ବିନ୍ଦୁ ତୀର୍ଥରୁ ସୃଷ୍ଟି ହୋଇଥିବା ଏହି ପବିତ୍ର ପୁଷ୍କରିଣୀ ଏକାମ୍ରକ୍ଷେତ୍ରର ଆଧ୍ୟାତ୍ମିକ ଜୀବନର ଅନନ୍ୟ ଅଙ୍ଗ। ମହାପ୍ରଭୁଙ୍କ ବିଭିନ୍ନ ଯାନିଯାତ୍ରା ସହିତ ଏହାର ମଧ୍ୟ ସଂପର୍କ ରହିଛି। ଏକାମ୍ରକ୍ଷେତ୍ର ଯୋଜନାରେ ବିନ୍ଦୁସାଗରରୁ ଲିଙ୍ଗରାଜ ମନ୍ଦିର ଓ ରଥଗଡାଠାରୁ ଚନ୍ଦନ ଯାତ୍ରାକୁ ତୀର୍ଥଯାତ୍ରୀମାନେ ସିଧା ଦେଖିପାରିବେ। ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ମଧ୍ୟରେ ଥିବା ବିନ୍ଧ୍ୟବାସିନୀ, ଭବାନୀଶଙ୍କର, ଶୁକଶାରୀ ଓ ମୋହିନୀ ଆଦି ମନ୍ଦିର ମଧ୍ୟ ଯାତ୍ରୀମାନେ ଦେଖି ପାରିବେ। ଐତିହାସିକ ଦଲିଲରୁ ଜଣାଯାଏ ଯେ ୩୫୦ ବର୍ଷ ପୂର୍ବେ ରଥଗଡାଠାରୁ ବିନ୍ଦୁସାଗର ପର୍ଯ୍ୟନ୍ତ କେବଳ ମନ୍ଦିର ହିଁ ଥିଲା। ଅନ୍ୟ କୌଣସି ସ୍ଥାୟୀ ନିର୍ମାଣ ନ ଥିଲା। ୩୫୦ ବର୍ଷ ପରେ ଲିଙ୍ଗରାଜ ମନ୍ଦିର ଓ ବିନ୍ଦୁସାଗର ନୂଆ ରୂପ ନେବାକୁ ଯାଉଛି।

ଏକାମ୍ର ଯୋଜନାରେ ପର୍ଯ୍ୟଟକ ଓ ତୀର୍ଥଯାତ୍ରୀମାନଙ୍କ ପାଇଁ ବିଭିନ୍ନ ସୁବିଧା ସୁଯୋଗର ବିକାଶ, Orientation Centre, Parking, Food Plaza, ଭଜନ ମଣ୍ଡପ ସହିତ ଐତିହ୍ୟ ପୁଷ୍କରିଣୀର ପୁନରୁଦ୍ଧାର, କେଦାରଗୌରୀ ପୁଷ୍କରିଣୀର ଜଳନିଷ୍କାସନ ବ୍ୟବସ୍ଥା, ଏକାମ୍ରବାସୀଙ୍କର ସୁବିଧା, ପରିବହନ ବ୍ୟବସ୍ଥା, ଜଳ ନଷ୍କାସନ, ବର୍ଜ୍ୟବସ୍ତୁ ନିଷ୍କାସନ ଆଦି ବିଭିନ୍ନ ବିଷୟ ଉପରେ ଧ୍ୟାନ ଦିଆଯାଇ ପ୍ରସ୍ତୁତ କରାଯାଇଛି। ଅନନ୍ୟ କାରୁକାର୍ଯ୍ୟ ସୁଶୋଭିତ ମନ୍ଦିର, ଐତିହ୍ୟ ନଗରୀ ଭୁବନେଶ୍ୱରର ଗରିମାକୁ ଆହୁରି ବୃଦ୍ଧି କରିବା ସହିତ UNESCOର ବିଶ୍ୱ ଐତିହ୍ୟସ୍ଥଳ ତାଲିକାରେ ଭୁବନେଶ୍ୱରକୁ ସ୍ଥାନିତ କରିବା ପାଇଁ ଦାବିକୁ ଅଧିକ ମଜବୁତ କରିବ ବୋଲି ଆଶା କରାଯାଏ।

ଏକାମ୍ରକ୍ଷେତ୍ରର ସାଂସ୍କୃତିକ ଐତିହ୍ୟର ଅନ୍ୟତମ ଆକର୍ଷଣ ଶ୍ରୀ ଲିଙ୍ଗରାଜ ମହାପ୍ରଭୁଙ୍କ ମହାଶିବରାତ୍ରୀ, ଅଶୋକାଷ୍ଟମୀ ରଥଯାତ୍ରା ଓ ଶୀତଳ ଷଷ୍ଠୀକୁ National Calender of Festivalsରେ ସ୍ଥାନିତ ପାଇଁ ପଦକ୍ଷେପ ନିଆଯିବ।

ଏହି କାର୍ଯ୍ୟ ଏକ ବର୍ଷ ମଧ୍ୟରେ ଶେଷ କରିବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଥିଲେ। ବୈଠକରେ ମନ୍ତ୍ରୀ ଅଶୋକ ଚନ୍ଦ୍ର ପଣ୍ଡା ଆଲୋଚନାରେ ଅଂଶଗ୍ରହଣ କରି ସୁଚିନ୍ତିତ ମତାମତ ରଖିଥିଲେ। ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ, ଉନ୍ନୟନ କମିଶନର  ସୁରେଶ ଚନ୍ଦ୍ର ମହାପାତ୍ରଙ୍କ ସମେତ ବରିଷ୍ଠ ଅଧିକାରୀ ମାନେ ଉପସ୍ଥିତ ଥିଲେ। ମୁଖ୍ୟମନ୍ତ୍ରୀଙ୍କ ସଚିବ ଭିକେ. ପାଣ୍ଡିଆନ ଆଲୋଚନାକୁ ସଂଯୋଜନା କରିଥିଲେ।

Related story