କେନ୍ଦ୍ରାପଡ଼ା(ପ୍ରଭାତ କୁମାର ପରିଡ଼ା): କେନ୍ଦ୍ରାପଡ଼ା ଜିଲ୍ଲା ଦୌରା ଜଜଙ୍କ ଐତିହାସିକ ରାୟ। ମହିଳାଙ୍କ ସହ ଗଣ ଦୁଷ୍କର୍ମ ମାମଲାରେ ଦୁଇ ଦୋଷୀଙ୍କୁ ୨୦ ବର୍ଷ ଲେଖାଏଁ ଜେଲ ଦଣ୍ଡାଦେଶ ଶୁଣାଇଛନ୍ତି। ଅନ୍ୟ ଏକ ଦୋଷୀକୁ ୧୦ ବର୍ଷ ଜେଲ୍ ଦଣ୍ଡାଦେଶ ଶୁଣାଇଛନ୍ତି। ଏହାସହ ୫ ହଜାର ଟଙ୍କା ଜୋରିମାନା ମଧ୍ୟ ଶୁଣାଇଛନ୍ତି ଅଦାଲତ। ଏହି ଅର୍ଥ ପୈଠ ନ କରିପାରିଲେ ଆଉ ୩ ମାସ ଜେଲ ଭୋଗିବାକୁ ପଡ଼ିବ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ମାମଲାର ଶୁଣାଣି କରି ଅଶୋକ ଜେନା, ବାବୁଲି ଜେନା ଏବଂ ପରେଶ ମଲ୍ଲିକଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି କୋର୍ଟ।
୨୦୧୩ ମସିହା ଅଗଷ୍ଟ ୧୩ ତାରିଖରେ କେନ୍ଦ୍ରାପଡ଼ା ଜିଲ୍ଲା ଆଳି ଥାନା ଅନ୍ତର୍ଗତ ମଧୁବନ ଗାଁରେ ଅଞ୍ଚଳର ଜଣକ ଘରେ ଡକାୟତି ହୋଇଥିଲା। ଡକାୟତିରେ ସଂପୃକ୍ତ ଏହି ତିନି ଜଣ ଜଣେ ମହିଳାଙ୍କୁ ଗଣ ଦୁଷ୍କର୍ମ କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଦୁଇ ସନ୍ତାନ ପାଇଁ ଗଲା ସମବାୟ ସଭାପତି ପଦ
ଦୁଇରୁ ଅଧିକ ପିଲା ଥିବାରୁ ବାପୁଜୀ ନଗର କ୍ୟାପିଟାଲ କୋଅପରେଟିଭ୍ ହାଉସିଂ ଲିମିଟେଡର ସଭାପତି ଓ ସଭ୍ୟ ପଦ ହରାଇଛନ୍ତି ବିଶ୍ୱରଂଜନ ମହାନ୍ତି। ତାଙ୍କର ଦୁଇ ପିଲା ଥିବାନେଇ ଓଡ଼ିଶା ରିପୋର୍ଟରରେ ଗତ ବର୍ଷ ପ୍ରମାଣ ସହ ବାଜିଥିଲା ଖବର।
Politics
ବିଧାୟକଙ୍କୁ ପିଟି ଛଡ଼ାଇନେଲେ ସୁନା ଚେନ୍
ଆକ୍ରମଣକାରୀମାନେ ବବି ଭାଇ ଜିନ୍ଦାବାଦ୍ ନାରା ପକାଇଥିବା ଅଭିଯୋଗ କରିଛନ୍ତି ବିଧାୟକ।
Crime
ଜାରିଂ ଗଣଦୁଷ୍କର୍ମ ମାମଲା: ଲିଫ୍ଟ ବାହାନାରେ ଧୋକା ଦେଇଥିଲେ ପରିଚିତ ବ୍ୟକ୍ତି, ୬ ଜଣଙ୍କୁ ମିଳିଲା ଆଜୀବନ କାରାଦଣ୍ଡାଦେଶ
ଭିଡିଓ ଭାଇରାଲ କରିବା ଅଭିଯୋଗରେ ଯେଉଁ ୩ ଜଣ ଗିରଫ ହୋଇଥିଲେ, କୋର୍ଟ ସେମାନଙ୍କୁ ନିର୍ଦ୍ଦୋଷରେ ଖଲାସ କରିଛନ୍ତି।
Miscellaneous
‘ଦାନା’ କ୍ଷୟକ୍ଷତି ଆକଳନ ପାଇଁ ୨୪ରେ ଆସିବ କେନ୍ଦ୍ରୀୟ ଟିମ୍
କେନ୍ଦ୍ରୀୟ ଟିମ୍ ଫେରିଯିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିବାର କାର୍ଯ୍ୟକ୍ରମ ରହିଛି। କେନ୍ଦ୍ରୀୟ ଟିମ୍ ରିପୋର୍ଟ ଆଧାରରେ କେନ୍ଦ୍ର ସରକାରଙ୍କ ସହାୟତା ରାଶି ଆସିବ।
Education
ଫେବ୍ରୁଆରୀ ୧୮ରୁ ଯୁକ୍ତ ଦୁଇ ପରୀକ୍ଷା, ସଂପୂର୍ଣ୍ଣ କାର୍ଯ୍ୟସୂଚୀ ଜାରି
ଯୁକ୍ତ ଦୁଇ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ପତ୍ରବିନିମୟ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ଜାରି।