ଚିତ୍ରକୋଣ୍ଡା (ରତ୍ନାକର ପ୍ରଧାନ): ବାପାମା’ ଘରେ ନଥିବା ବେଳେ ବୁଡ଼ି ଗଲେ ଦୁଇ ଭଉଣୀ। ଏଭଳି ଏକ ଦୁଃଖଦ ଘଟଣା ଘଟିଛି ମାଲକାନଗିରି ଜିଲ୍ଲା ପୋଡ଼ାକୋଣ୍ଡା ପଞ୍ଚାୟତ ଅନ୍ତର୍ଗତ ମଙ୍ଗ ଗାଁରେ।
ମୃତ ଦୁଇ ଭଉଣୀ ହେଲେ ରାଜେଶ୍ୱରୀ ପଡ଼ିଆମୀ ଓ ଶିବାନୀ ପଡ଼ିଆମୀ। ରାଜେଶ୍ୱରୀକୁ ମାତ୍ର ୮ ବର୍ଷ ହୋଇଥିବା ବେଳେ ଶିବାନୀକୁ ୨ ବର୍ଷ ହୋଇଥିଲା।
ଆଜି ଦିପହରେ ପ୍ରକାଶ ପଡ଼ିଆମୀ ଓ ତାଙ୍କ ପତ୍ନୀ ରାମେ ପଡ଼ିଆମୀ ଜମିକୁ କାମ କରିବାକୁ ଯାଇଥିଲେ। ଘରେ ଦୁଇ ଝିଅ- ରାଜେଶ୍ୱରୀ ଓ ଶିବାନୀ ଥିଲେ। ଦୁହେଁ ଖେଳୁ ଖେଳୁ ଘର ପାଖ ପୋଖରୀରେ ବୁଡ଼ି ଯାଇଥିଲେ ବୋଲି କୁହାଯାଉଛି।
ଖବର ପାଇ ପ୍ରକାଶ ଓ ରାମେ ଆସି ଗାଁ ଲୋକଙ୍କ ସହାୟତାରେ ସେମାନଙ୍କୁ ପୋଖରୀରୁ ଉଦ୍ଧାର କରି ମାଲକାନଗିରି ଡାକ୍ତରଖାନାକୁ ନେଇଥିଲେ। ତେବେ ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଥିଲେ। ଏହି ଘଟଣା ପରେ ଗାଁରେ ଶୋକରଛାୟା ଖେଳି ଯାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।
Miscellaneous
ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍; ଏଣିକି ମଣ୍ଡି ଜଗୁଛି ସିସିଟିଭି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍କୁ ଉଦ୍ଘାଟନ କରିଛନ୍ତି। ମଣ୍ଡି ସଂପର୍କିତ ଅସୁବିଧା ନେଇ ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ।
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।
Accident
ଟ୍ରାକ୍ରେ ଦୌଡ଼ୁଥିଲା ଟ୍ରେନ୍, ତଳେ ଲାଗିଲା ନିଆଁ
କୋରାପୁଟ ଜିଲ୍ଲା ମାଛକୁଣ୍ଡ ଷ୍ଟେଶନ ନିକଟରେ ଗତକାଲି ବିଶାଖାପାଟଣା-କିରାଣ୍ଡୁଳକୁ ସଂଯୋଗ କରୁଥିବା କେକେ ରେଳପଥରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ମାଲବାହୀ ଟ୍ରେନ୍ର ପ୍ରାୟ ୮ଟି ବଗି କ୍ଷତିଗ୍ରସ୍ତ ହୋଇଛି।