Advertisment

ଓଡ଼ିଶାରେ ୫୦ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସୁସ୍ଥ ହେଲେଣି ୧୨

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଛୁଇଁଛି। ଶୁକ୍ରବାର ଆଉ ୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟ୍‌ରେ ତଥ୍ୟ ଦିଆଯାଇଛି। ଏହି ତଥ୍ୟ ଅନୁଯାୟୀ ୧୦ ତାରିଖ ବା ଶୁକ୍ରବାର ଦିନ ମୋଟ ୨୯୮ ଜଣଙ୍କର ନମୁନା ପରୀକ୍ଷା କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୨୯୬ ଜଣଙ୍କ ନମୁନା ନେଗେଟିଭ୍‌ ଆସିଛି। ଅନ୍ୟପକ୍ଷରେ ଏଯାଏ ମୋଟ ୩୫୪୭ ନମୁନା ପରୀକ୍ଷା […]

ଓଡ଼ିଶାରେ ୫୦ ଛୁଇଁଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ସୁସ୍ଥ ହେଲେଣି ୧୨

Corona

Advertisment

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶାରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୫୦ ଛୁଇଁଛି। ଶୁକ୍ରବାର ଆଉ ୨ ଜଣଙ୍କଠାରେ କରୋନା ପଜିଟିଭ୍‌ ଚିହ୍ନଟ କରାଯାଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ୱେବସାଇଟ୍‌ରେ ତଥ୍ୟ ଦିଆଯାଇଛି।

Advertisment

ଏହି ତଥ୍ୟ ଅନୁଯାୟୀ ୧୦ ତାରିଖ ବା ଶୁକ୍ରବାର ଦିନ ମୋଟ ୨୯୮ ଜଣଙ୍କର ନମୁନା ପରୀକ୍ଷା କରାଯାଇଥିଲା। ଏମାନଙ୍କ ମଧ୍ୟରୁ ୨୯୬ ଜଣଙ୍କ ନମୁନା ନେଗେଟିଭ୍‌ ଆସିଛି। ଅନ୍ୟପକ୍ଷରେ ଏଯାଏ ମୋଟ ୩୫୪୭ ନମୁନା ପରୀକ୍ଷା ସରିଲାଣି। ଏଥିରୁ ୩୪୯୭ ନମୁନା ନେଗେଟିଭ୍‌ ଆସିଥିବାବେଳେ ୫୦ ପଜିଟିଭ୍‌ ରହିଛି।

ତେବେ କରୋନାର କରାଳ ଭିତରେ ଶୁକ୍ରବାର ଓଡ଼ିଶା ପାଇଁ ସାମାନ୍ୟ ଖୁସିର ବାର୍ତ୍ତା ମଧ୍ୟ ଆସିଥିଲା। ରାଜ୍ୟରେ କରୋନା ଭତାଣୁ ଦ୍ୱାରା ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଥିବା ୧୦ ଜଣ ସୁସ୍ଥ ହୋଇଛନ୍ତି। ଏନେଇ ଶୁକ୍ରବାର ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି।

Advertisment

ସୁସ୍ଥ ବ୍ୟକ୍ତିଙ୍କ ମଧ୍ୟରୁ ରାଜଧାନୀ ଭୁବନେଶ୍ୱରର ୫ ଜଣ, ଭଦ୍ରକର ୨ ଜଣ ଏବଂ କଟକ, ଯାଜପୁର ଓ ପୁରୀର ଜଣେ ଲେଖାଏ ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଅର୍ଥାତ ଏମାନଙ୍କ ନମୁନା ବର୍ତ୍ତମାନ ନେଗେଟିଭ୍‌ ଆସିଛି। ଏହି ଖବର ଦେବା ଅବସରରେ ଆକ୍ରାନ୍ତଙ୍କ ଚିକିତ୍ସା କରୁଥିବା ଡାକ୍ତର ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମୀଙ୍କୁ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶୁଭେଚ୍ଛା ଦିଆଯାଇଛି।

ଏଥିସହିତ ଓଡ଼ିଶାରେ ମୋଟ ୫୦ ଜଣ ଆକ୍ରାନ୍ତଙ୍କ ମଧ୍ୟରୁ ୧୨ ଜଣ ସୁସ୍ଥ ହେଲେଣି। ଏହା ପୂର୍ବରୁ ୨ ଜଣ ସୁସ୍ଥ ହୋଇଥିଲେ। ଆଜି ଆଉ ୧୦ ଜଣ ସୁସ୍ଥ ହେବାପରେ ଏହି ସଂଖ୍ୟା ୧୨ରେ ପହଞ୍ଚିଛି। ଅନ୍ୟପକ୍ଷରେ ରାଜ୍ୟରେ ଜଣଙ୍କର ମୃତ୍ୟୁ ଘଟିଛି। ଅର୍ଥାତ ବର୍ତ୍ତମାନ ୩୭ ଜଣଙ୍କଠାରେ କରୋନା ସକ୍ରିୟ ରହିଛି।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe