ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଓଡ଼ିଶା ହାଇକୋର୍ଟରେ ୨ଜଣ ନୂଆ ବିଚାରପତିଙ୍କୁ ନିଯୁକ୍ତି ମିଳିଛି । ଏହି ଦୁଇ ବିଚାରପତିଙ୍କୁ ମିଶାଇ ଓଡ଼ିଶା ହାଇକୋର୍ଟରେ ମୋଟ ବିଚାରପତିଙ୍କ ସଂଖ୍ୟା ୨୪କୁ ବୃଦ୍ଧି ପାଇବ । ଆଜି ଏନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ଜାରି ହୋଇଛି ।
ସୂଚନା ଅନୁସାରେ ୨ଜଣ ବିଚାର ବିଭାଗୀୟ ଅଧିକାରୀ ଗୌରୀଶଙ୍କର ଶତପଥୀ ଓ ଚିତ୍ତରଞ୍ଜନ ଦାଶଙ୍କୁ ଓଡ଼ିଶା ହାଇକୋର୍ଟର ବିଚାରପତି ଭାବେ ରାଷ୍ଟ୍ରପତି ନିଯୁକ୍ତି ଦେଇଛନ୍ତି । ଏହି ଦୁଇ ବିଚାରପତି ଯେଉଁଦିନଠୁ ଦାୟିତ୍ୱ ଗ୍ରହଣ କରିବେ ସେହିଦିନଠୁ ସେମାନଙ୍କର ବରିଷ୍ଠତା ବିଚାରକୁ ନିଆଯିବ ।
ସୂଚନାଯୋଗ୍ୟ, ଏବେ ଓଡ଼ିଶା ହାଇକୋର୍ଟରେ ମୁଖ୍ୟ ବିଚାରପତିଙ୍କୁ ମିଶାଇ ମୋଟ ୨୨ଜଣ ବିଚାରପତି ଅଛନ୍ତି ।