କଟକରେ ୨ ନର୍ସଙ୍କୁ କରୋନା

କଟକ:(ଓଡ଼ିଶା ରିପୋର୍ଟର) ରାଜଧାନୀ ଭୁବନେଶ୍ୱର ପରେ କଟକରେ ଚିନ୍ତା ବଢାଇଲାଣି କରୋନା। କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ୨ ପଜିଟିଭ ଚିହ୍ନଟ। କ୍ୟାନସର ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଗଞ୍ଜାମର ଚିକିତ୍ସାଧୀନ ଜଣେ ରୋଗୀଙ୍କ ଠାରେ ପଜିଟିଭ୍ ଚିହ୍ନଟ ହୋଇଥିଲା। ୨ ନର୍ସ ସଂପୃକ୍ତ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା ମିଳିଛି। ହସ୍ପିଟାଲର ୫୨ ଜଣ କର୍ମଚାରୀଙ୍କ ସ୍ୱାବ୍ ଟେଷ୍ଟ ପାଇଁ ଯାଇଥିଲା। ୫୦ ଜଣଙ୍କର […]

890

Tapas Behera
  • Published: Sunday, 28 June 2020
  • , Updated: 28 June 2020, 06:48 PM IST

କଟକ:(ଓଡ଼ିଶା ରିପୋର୍ଟର) ରାଜଧାନୀ ଭୁବନେଶ୍ୱର ପରେ କଟକରେ ଚିନ୍ତା ବଢାଇଲାଣି କରୋନା। କଟକ ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲରୁ ୨ ପଜିଟିଭ ଚିହ୍ନଟ। କ୍ୟାନସର ହସ୍ପିଟାଲର ଜଣେ ପୁରୁଷ ଓ ଜଣେ ମହିଳା ନର୍ସ ପଜିଟିଭ ଚିହ୍ନଟ ହୋଇଥିବା ଜଣାପଡ଼ିଛି।

ଗଞ୍ଜାମର ଚିକିତ୍ସାଧୀନ ଜଣେ ରୋଗୀଙ୍କ ଠାରେ ପଜିଟିଭ୍ ଚିହ୍ନଟ ହୋଇଥିଲା। ୨ ନର୍ସ ସଂପୃକ୍ତ ରୋଗୀଙ୍କ ସଂସ୍ପର୍ଶରେ ଆସିଥିବା ସୂଚନା ମିଳିଛି। ହସ୍ପିଟାଲର ୫୨ ଜଣ କର୍ମଚାରୀଙ୍କ ସ୍ୱାବ୍ ଟେଷ୍ଟ ପାଇଁ ଯାଇଥିଲା। ୫୦ ଜଣଙ୍କର ନେଗେଟିଭ୍ ଆସିଥିବା ବେଳେ ୨ ନର୍ସଙ୍କ ପଜିଟିଭ ଆସିଛି। ପଜିଟିଭ ଜଣାପଡ଼ିବା ପରେ ୨ ନର୍ସ କୋଭିଡ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି।

ସେପଟେ କଟକ ସିଡିଏ ସେକ୍ଟର-୯ର କିଛି ଅଂଶକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି। ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ପରେ କଟକ ମହାନଗର ନିଗମ ପକ୍ଷରୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି।

Related story