ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା: ୨ମୃତ, ୨ଗୁରୁତର

ସୋର(ଶଶିକାନ୍ତ ବେହେରା): ବାଲେଶ୍ୱର ଜିଲ୍ଲା ଏନ୍ଏଚ୍ ୧୬ ଛପୁଲିଆ ଛକ ନିକଟରେ ଦୁଇଟି ଟ୍ରକ୍‌ ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ ଦୁଇ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨ଜଣ ଗୁରୁତର ଆହତ ହୋଇଛନ୍ତି।

ଆହତମାନଙ୍କୁ ସୋର ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ଆଜି ଭୋର ପ୍ରାୟ ୪ଟା ସମୟରେ ଏହି ଦୁର୍ଘଟଣା ଘଟିଛି।