ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ମତଦାନ ଚାଲିଛି। ତେବେ ମତଦାନ ସମୟରେ ପ୍ରିଜାଇଡିଂ ଅଫିସର ଅସୁସ୍ଥ ହୋଇପଡ଼ିଥିବା ସୂଚନା ମିଳିଛି। ବାଲେଶ୍ୱର ଜିଲ୍ଲା ସୋର ନିର୍ବାଚନୀ ମଣ୍ଡଳୀର ବାହାନଗା ବ୍ଲକର ୫୦ ନମ୍ବର ବୁଥରେ ଜଣେ ମହିଳା ପ୍ରିଜାଇଡିଂ ଅଫିସର ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କ ନାଁ ସାଗରିକା ନାୟକ। ତାଙ୍କୁ ସୋର ମେଡିକାଲରେ ଭର୍ତ୍ତି କରାଯାଇଛି।
ସାଗରିକା ଅତ୍ୟଧିକ ଗରମ ସହି ନପାରି ଚେତାଶୂନ୍ୟ ହୋଇ ପଡ଼ିଥିବା ଜଣାପଡ଼ିଛି। ଡ୍ୟୁଟି କରୁଥିବା ସମୟରେ ସେ ହଠାତ ଅସୁସ୍ଥ ହୋଇପଡ଼ିଥିଲେ।
ସେହିପରି ଜଗତସିଂହପୁରର ବାଲିକୁଦା ଓଚିନ୍ଦା ବୁଥରେ ଜଣେ ପୋଲିଂ ଅଫିସର ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ବାଲିକୁଦା ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଅତ୍ୟଧିକ ଗରମ ସହି ନପାରି ସେ ଅସୁସ୍ଥ ହୋଇ ପଡ଼ିଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ମନ୍ତ୍ରୀ ନବ ଦାସ ହତ୍ୟା ମାମଲା: ଅଡ଼ୁଆରେ ମୋହନ ସରକାର, ଆଗରେ ୯ଟି ପ୍ରଶ୍ନ
ପୁଲିସ ଜରିଆରେ ତାଙ୍କ ପିତାଙ୍କୁ ହତ୍ୟା କରାଯାଇଛି ବୋଲି ଦୀପାଳି ଗତ ୩ ଦିନ ତଳେ କହିଲେ, କିନ୍ତୁ ସେତେବେଳେ କିଏ ସେ ତୃତୀୟ ମହଲାର ଆଇପିଏସ୍ ଅଫିସର ଯିଏ ପୁଲିସକୁ ନିୟନ୍ତ୍ରଣରେ ରଖିଥିଲେ ଓ ତାଙ୍କ ଭୂମିକା ଏହି ହତ୍ୟାକାଣ୍ଡରେ କ’ଣ ଥିଲା କାହିଁକି ତାହା ଯାଂଚ କ୍ରାଇମବ୍ରାଂଚ କଲାନି କି ବର୍ତ୍ତମାନର ବିଜେପି ସରକାର କରୁନାହାନ୍ତି?
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।