ଜଳେଶ୍ୱର (ଅଜିତ୍ କୁମାର ଦାସ): ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଦୁଇ ଜଣ ପର୍ଯ୍ୟଟକ। ଆଜି ବାଲେଶ୍ୱର ଜିଲ୍ଲା ଭୋଗରାଇ ବ୍ଲକ୍ରେ ଥିବା ସୁବର୍ଣ୍ଣପୁର ଦୀପ ତାଳସାରୀ ମୁହାଣରେ ଘଟିଛି ଏହି ଅଘଟଣ।
ଭାସି ଯାଇଥିବା ପର୍ଯ୍ୟଟକ ଦ୍ୱୟ ପଶ୍ଚିମବଙ୍ଗର। ସେମାନେ ଆଉ ତିନି ଜଣ ସାଙ୍ଗ ସହିତ ଆଜି ମଧ୍ୟାହ୍ନରେ ସମୁଦ୍ରରେ ଗାଧୋଇବାକୁ ଯାଇଥିଲା। ଗାଧୋଉ ଥିବା ବେଳେ ସେମାନେ ଦୁଇ ଜଣ ଗଭୀର ପାଣିରେ ଭାସି ଯାଇଥିଲେ।
ଖବର ପାଇ ମେରାଇନ ଥାନା ପୁଲିସ୍ ଓ ଅଗ୍ନିଶମ ବିଭାଗ କର୍ମଚାରୀ ସେଠାରେ ପହଞ୍ଚି ଉଦ୍ଧାର କାର୍ଯ୍ୟ ଜାରି ରଖିଛନ୍ତି। ମାତ୍ର ଖବର ଲେଖାଯିବା ସୁଦ୍ଧା କାହାକୁ ଉଦ୍ଧାର କରାଯାଇ ନଥିବା ଜଣାପଡ଼ିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
ଜଳିଗଲା ଧାନ ଗଦା, ୧୦ ଏକର ଜମିର ଧାନ ଫସଲ ଭସ୍ମ
ଗତକାଲି କିଛି ଦୁର୍ବୃତ୍ତମାନେ ଧାନ ଗଦାରେ ନିଆଁ ଲଗାଇ ଦେଇଥିଲେ।
Miscellaneous
ଖୋଲିଲା ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍; ଏଣିକି ମଣ୍ଡି ଜଗୁଛି ସିସିଟିଭି
ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଏହି ୨୪ ଘଣ୍ଟିଆ କଣ୍ଟ୍ରୋଲ ରୁମ୍କୁ ଉଦ୍ଘାଟନ କରିଛନ୍ତି। ମଣ୍ଡି ସଂପର୍କିତ ଅସୁବିଧା ନେଇ ଟୋଲ୍ ଫ୍ରି ନମ୍ବର ୧୯୬୭ରେ କଲ୍ କରିପାରିବେ ଚାଷୀ।
Accident
ଡମ୍ଫରକୁ ପିଟିଲା ଆମ୍ବୁଲାନ୍ସ; ଜଣେ ମୃତ, ୩ ଆହତ
ଗତକାଲି ରାତିରେ ପଶ୍ଚିମବଙ୍ଗରୁ ଏକ ଆମ୍ବୁଲାନ୍ସଟି ରୋଗୀ ନେଇ ଭୁବନେଶ୍ୱର ଅଭିମୁଖେ ଆସୁଥିଲା।
Accident
ଟ୍ରାକ୍ରେ ଦୌଡ଼ୁଥିଲା ଟ୍ରେନ୍, ତଳେ ଲାଗିଲା ନିଆଁ
କୋରାପୁଟ ଜିଲ୍ଲା ମାଛକୁଣ୍ଡ ଷ୍ଟେଶନ ନିକଟରେ ଗତକାଲି ବିଶାଖାପାଟଣା-କିରାଣ୍ଡୁଳକୁ ସଂଯୋଗ କରୁଥିବା କେକେ ରେଳପଥରେ ଏକ ମାଲବାହୀ ଟ୍ରେନରେ ନିଆଁ ଲାଗି ଯାଇଥିଲା। ଏଥିଯୋଗୁ ମାଲବାହୀ ଟ୍ରେନ୍ର ପ୍ରାୟ ୮ଟି ବଗି କ୍ଷତିଗ୍ରସ୍ତ ହୋଇଛି।