ବାରିପଦା (ମାଣିକ୍ଲାଲ ପାଣି): ମୃତ୍ୟୁ ବି ଏମିତି ଆସେ। ଗାଧୋଇବାକୁ ଯାଇ ବୁଡ଼ିଗଲେ ଦୁଇ ଯାଆ। ଆଜି ଏମିତି ହୃଦୟ ବିଦାରକ ଘଟଣା ମୟୂରଭଞ୍ଜ ଜିଲ୍ଲା ମୋରଡ଼ା ଥାନା ଅଞ୍ଚଳରେ ଘଟିଛି।
ମୋରଡ଼ା ଥାନା ମାକୁନ୍ଦ ଗାଁର ସାଲେପା ହାଁସଦା ଓ ଯମୁନା ହାଁସଦା ସମ୍ପର୍କରେ ଦୁଇ ଯାଆ। ଆଜି ସକାଳେ ସେମାନେ ମହିଳା ସ୍ୱୟଂ ସହାୟିକା ଗୋଷ୍ଠୀର ବୈଠକ ଯୋଗଦେବାକୁ ଯାଇଥିଲେ। ମଧ୍ୟାହ୍ନରେ ବୈଠକରୁ ଘରକୁ ଫେରି ଉଭୟ ଗାଁ ପୋଖରୀକୁ ଗାଧୋଇବା ପାଇଁ ଯାଇଥିଲେ। ଦୀର୍ଘ ସମୟ ଧରି ଉଭୟେ ଘରକୁ ଫେରିନଥିଲେ। ଏହା ପରେ ପରିବାର ଲୋକେ ଦୁଇ ଯାଆଙ୍କୁ ପୋଖରୀରୁ ଉଦ୍ଧାର କରି ୧୦୮ ଆମ୍ୱୁଲାନ୍ସରେ ବେତନଟୀ ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଥିଲେ। ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
୨ ମାସ ଧରି ଚଳାଇଥିଲେ ଲୁଟ, ୬ ଲୁଟେରାଙ୍କୁ ଧରିଲା ପୁଲିସ
ବାଲେଶ୍ୱର ଏସ୍ପି ରାଜ ପ୍ରସାଦ କହିଛନ୍ତି ଯେ ପୁଲିସ୍ ସ୍ୱତନ୍ତ୍ର ଅପରେସନ ଜରିଆରେ ୬ ଜଣ ଭଦ୍ରକରୁ ଗିରଫ କରିଛି।
Crime
ଗୁଳିମାଡ଼ କରି ୮ ଜଣଙ୍କୁ ଛଡ଼ାଇ ନେଲେ ମାଛ ମାଫିଆ
ବେଆଇନ ଭାବେ ମାଛ ମାରୁଥିବା 'ତାରିଣୀ-୩' ଟ୍ରଲର ସହିତ ୯ ମତ୍ସ୍ୟଜୀବୀଙ୍କୁ ବନବିଭାଗ କାବୁ କରି ଆଣୁଥିଲା। ୬ଟି ଟ୍ରଲର ବନବିଭାଗର କର୍ମଚାରୀଙ୍କ ଉପରକୁ ସଂଘବଦ୍ଧ ଆକ୍ରମଣ କରି ୮ ମତ୍ସ୍ୟଜୀବୀଙ୍କୁ ଛଡାଇ ନେଲେ ମାଛ ମାଫିଆ।
Miscellaneous
ହସ୍ପିଟାଲରେ ଚାଲିଗଲା ବିଚାରାଧୀନ କଏଦୀ ଜୀବନ, ସାଂଘାତିକ ଅଭିଯୋଗ ଆଣିଲେ ପୁଅ
ଜେଲ କର୍ତ୍ତୃପକ୍ଷ ଅସୁସ୍ଥତା କାରଣରୁ ଜମାଲ ପ୍ରାଣ ହରାଇଥିବା କୁହାଯାଇଛି। କିନ୍ତୁ ଏହାକୁ ତାଙ୍କ ପରିବାର ଲୋକ ମାନି ନାହାନ୍ତି। ସେମାନଙ୍କ କହିବା କଥା ଯେ ଜେଲରେ ଜମାଲଙ୍କୁ ମାଡ଼ ମରାଯିବାରୁ ତାଙ୍କର ମୃତ୍ୟୁ ହୋଇଛି।
Crime
ଆଶ୍ରମ ବିଦ୍ୟାଳୟରୁ ଛାତ୍ର ନିଖୋଜ, ୬ ଦିନ ହେଲା ମିଳୁନି ପତ୍ତା
ଘଟଣା ସମ୍ପର୍କରେ ବିଦ୍ୟାଳୟ କର୍ତ୍ତୃପକ୍ଷ ବଡ଼ମ୍ବା ଥାନାରେ ଲିଖିତ ଅଭିଯୋଗ କରିଛନ୍ତି। ଅନ୍ୟପଟେ ବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ଦାୟିତ୍ୱହୀନତାକୁ ଦାୟୀ କରିଛନ୍ତି ଛାତ୍ରଙ୍କ ପରିବାର।
Miscellaneous
ବନ୍ଧା ପଡ଼ିଛି ଦାଦନ, ଚର୍ଚ୍ଚାରେ ପୁଲିସର ଡବଲ୍ ରୋଲ
ଝିଅକୁ ସେଠାରୁ ଉଦ୍ଧାର ପାଇଁ ମା’ ଜୟନ୍ତୀ ଏବେ ସମସ୍ତଙ୍କୁ ଆକୁଳ ନିବେଦନ କରିଛନ୍ତି।