ପ୍ରାତଃଭ୍ରମଣ ବେଳେ ପିଟି ଦେଇ ପଳାଇଲା, ଚାଲିଗଲା ୨ ମହିଳାଙ୍କ ଜୀବନ

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ପ୍ରାତଃଭ୍ରମଣରେ ଯାଉଥିବା ବେଳେ ଦୁଇ ଜଣ ମହିଳାଙ୍କୁ କୌଣସି ଗାଡ଼ି ପିଟି ଦେବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ଆଜି ସକାଳୁ ସକାଳୁ ଏହି ଦୁଃଖଦ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଳକ୍ କପାସିଆ ଛକ ନିକଟରେ। ୫୭ ନମ୍ବର ଜାତୀୟ ରାଜପଥରେ ଏହି ଦୁଇ ମହିଳା ଚାଲି ଚାଲି ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ଧକ୍କା ଦେଇ ଚାଲି ଯାଇଥିଲା। ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ଘଟିଛି। ଏହି ଘଟଣାପରେ […]

Accident

Jitendra Garnayak
  • Published: Sunday, 31 October 2021
  • , Updated: 31 October 2021, 07:34 AM IST

ଖୋର୍ଦ୍ଧା (ଓଡ଼ିଶା ରିପୋର୍ଟର): ପ୍ରାତଃଭ୍ରମଣରେ ଯାଉଥିବା ବେଳେ ଦୁଇ ଜଣ ମହିଳାଙ୍କୁ କୌଣସି ଗାଡ଼ି ପିଟି ଦେବାରୁ ସେମାନଙ୍କର ମୃତ୍ୟୁ ଘଟିଛି। ଆଜି ସକାଳୁ ସକାଳୁ ଏହି ଦୁଃଖଦ ଘଟଣା ଘଟିଛି ଖୋର୍ଦ୍ଧା ଜିଲ୍ଲା ବୋଲଗଡ଼ ବ୍ଳକ୍ କପାସିଆ ଛକ ନିକଟରେ।

୫୭ ନମ୍ବର ଜାତୀୟ ରାଜପଥରେ ଏହି ଦୁଇ ମହିଳା ଚାଲି ଚାଲି ଯାଉଥିବା ବେଳେ କୌଣସି ଅଜଣା ଗାଡ଼ି ଧକ୍କା ଦେଇ ଚାଲି ଯାଇଥିଲା। ଘଟଣାସ୍ଥଳରେ ହିଁ ସେମାନଙ୍କର ମୃତ୍ୟୁ ଘଟିଛି।

ଏହି ଘଟଣାପରେ ସେଠାରେ ଉତ୍ତେଜନା ପ୍ରକାଶ ପାଇଛି। ସ୍ଥାନୀୟ ଲୋକେ ୫୭ ନମ୍ବର ଜାତୀୟ ରାଜପଥ ଅବରୋଧ କରିଛନ୍ତି। ଫଳରେ ଖୋର୍ଦ୍ଧା ଓ ବଲାଙ୍ଗୀର ମଧ୍ୟରେ ଗାଡ଼ି ଚଳାଚଳ ବାଧାପ୍ରାପ୍ତ ହୋଇଛି। ବୋଲଗଡ଼ ଥାନା ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରୁଛି।

ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

Related story