ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀଗୁଣ୍ଡିଚା ମନ୍ଦିରରେ ମଙ୍ଗଳଆଳତୀ ସମୟରେ ଭିତରକୁ ସେବାୟତ ବେଶରେ ପଶି ଗିରଫ ହୋଇଛନ୍ତି ୨ ଯୁବକ। ଶ୍ରୀମନ୍ଦିର ସୁରକ୍ଷା ଅଧିକାରୀ ସେମାନଙ୍କୁ ଧରି କୁମ୍ଭାରପଡ଼ା ପୁଲିସ ଜିମା ଦେଇଛନ୍ତି। ଦୁଇ ଅଣସେବାୟତ ପୁରୀ କୁମ୍ଭାରପଡାର ଅଭିଜିତ ମହାପାତ୍ର ଓ ମାର୍କଣ୍ଡେଶ୍ୱର ସାହିର ସ୍ମୃତିରଞ୍ଜନ ମହାନ୍ତି ବୋଲି ଜଣାପଡିଛି।
ଉଭୟଙ୍କ ନାଁରେ କୁମ୍ଭାରପଡା ପୁଲିସ ମାମଲା ରୁଜୁ କରିବା ସହ ତଦନ୍ତ ଆରମ୍ଭ କରିଛି। ସେମାନଙ୍କ ବିରୋଧରେ ଆଇପିସି ଧାରା ୪୧୯, ୪୨୦ ସହ ବିପର୍ଯ୍ୟୟ ପରିଚାଳନା ଧାରା ୫୧ ଓ ସଂକ୍ରାମକ ରୋଗ ନିରୋଧ ଆଇନ ଧାରା ୩ ଅନୁଯାୟୀ ମାମଲା ରୁଜୁ ହୋଇଛି।
ଏହାସହ ମଧ୍ୟାହ୍ନରେ ଜଣେ ସେବାୟତଙ୍କ ଯୋଗାଣିଆ ନକଲି ପରିଚୟପତ୍ର ଧରି ଗୁଣ୍ଡିଚା ମନ୍ଦିର ଭିତରକୁ ପଶିବାକୁ ଉଦ୍ୟମ କରିଥିଲେ। ହେଲେ ତାଙ୍କୁ ପୁଲିସ୍ ମୁଖ୍ୟ ଗେଟ୍ ପାଖରୁ ବିଦା କରିଦେଇଛି। ଯେଉଁ ସେବାୟତ କିମ୍ବା ଅଧିକାରୀ ବାହାର ଲୋକଙ୍କୁ ମନ୍ଦିର ଭିତରକୁ ନେବେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ହେବ ବୋଲି ଦଇତାପତି ନିଯୋଗ ସମ୍ପାଦକ କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ପୁଣି ଶ୍ରୀମନ୍ଦିର ଭିତର ଫଟୋ ଭାଇରାଲ୍
ଶ୍ରୀମନ୍ଦିର ପରିସର କୀର୍ତ୍ତନ ଚକଡ଼ା ଫଟୋ ଭାଇରାଲ୍ ହୋଇଛି। ଶ୍ରୀମନ୍ଦିର ଭିତରେ ଫଟୋ ଉଠାଇ ସୋଶାଲ୍ ମିଡିଆରେ ଭାଇରାଲ୍ କରିଛନ୍ତି ଗୌରବ କୁମାର ସାହୁ ନାମକ ଯୁବକ।
Miscellaneous
‘ଆୟୁଷ୍ମାନ ଭାରତ’ ଯୋଜନା ପାଇଁ କାଲି MOU; ଦିଲ୍ଲୀ ଯିବେ ମୁଖ୍ୟମନ୍ତ୍ରୀ ଓ ସ୍ୱାସ୍ଥ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏବଂ ସ୍ୱାସ୍ଥ୍ୟମନ୍ତ୍ରୀ ମୁକେଶ ମହାଲିଙ୍ଗ ଆସନ୍ତାକାଲି ଦୁଇ ଦିନିଆ ଦିଲ୍ଲୀ ଗସ୍ତରେ ଯିବେ। କେନ୍ଦ୍ର ସ୍ୱାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ଉପସ୍ଥିତିରେ ଏହି ଏମଓୟୁ ସ୍ୱାକ୍ଷରିତ ହେବାର କାର୍ଯ୍ୟକ୍ରମ ରହିଛି।
Events & Festivals
ଜାନୁଆରୀ ୨୮ରୁ ଉତ୍କର୍ଷ ଓଡ଼ିଶା କନକ୍ଲେଭ, ଛୁଟିବ ଶିଳ୍ପପତିଙ୍କ ସୁଅ
ଜାନୁଆରୀ ୨୮, ୨୯ ଦୁଇ ଦିନ ଧରି ଭୁବନେଶ୍ୱର ଜନତା ମଇଦାନରେ ଚାଲିବ ମେଗା ନିବେଶକ ସମ୍ମିଳନୀ- ଉତ୍କର୍ଷ ଓଡ଼ିଶା ମେକ୍ ଇନ୍ ଓଡ଼ିଶା କନକ୍ଲେଭ ୨୦୨୫। ପ୍ରଥମ ଥର ଲାଗି ରାଜ୍ୟର ଏହି ଶିଳ୍ପ ମହାକୁମ୍ଭକୁ ଉଦଘାଟନ କରିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।
Events & Festivals
କଂସ ଦରବାରରେ ସାମିଲ ହେଲେ ମୁଖ୍ୟମନ୍ତ୍ରୀ, ଅନୁଦାନ ୧୦ ଲକ୍ଷରୁ କୋଟିଏକୁ ବୃଦ୍ଧି
କଲ୍ୟାଣ ମଣ୍ଡପରୁ ହାତୀ ପିଠିରେ ବସି କଂସ ମହାରାଜଙ୍କ ଦରବାର ପହଞ୍ଚିଥିଲେ ମୁଖ୍ୟମନ୍ତ୍ରୀ। ଆସନ୍ତାକାଲି କଂସ ବଦ୍ଧ ସହ ଏହି ମହା ନାଟକରେ ପଡ଼ିବ ମହା ଯବନିକା।
Events & Festivals
କୁମ୍ଭମେଳା ପାଇଁ ଆରମ୍ଭ ହେଲା ସ୍ୱତନ୍ତ୍ର ବସ୍ ଓ ଟ୍ରେନ ସେବା
କୁମ୍ଭମେଳା ପାଇଁ ପୁରୀ, ସମ୍ବଲପୁର, ଭବାନୀପାଟଣା ଏବଂ ବ୍ରହ୍ମପୁରରୁ ପ୍ରୟାଗରାଜ ଅଭିମୁଖେ ବସ୍ ସେବାର ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ। ପୂର୍ବତଟ ରେଲୱେ ଘୋଷଣା କଲା ୭ଟି ସ୍ୱତନ୍ତ୍ର ଟ୍ରେନ୍।