/odisha-reporter/media/post_attachments/uploads/2020/08/UG-PG.jpg)
UG-PG
ଭୁବନେଶ୍ୱର: ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟରେ ସେପ୍ଟମ୍ବର ୩୦ ତାରିଖ ମଧ୍ୟରେ ୟୁଜି-ପିଜି ଶେଷ ବର୍ଷର ଫାଇନାଲ୍ ସେମିଷ୍ଟର ପରୀକ୍ଷା କରାଯିବ ବୋଲି ନିଷ୍ପତ୍ତି ହୋଇଛି। ଏହାଛଡ଼ା ଅକ୍ଟୋବର ୩୧ ତାରିଖ ସୁଦ୍ଧା ପରୀକ୍ଷା ଫଳ ପ୍ରକାଶ ପାଇବ।
ୟୁଜିସି ଗାଇଡଲାଇନ୍ ଅନୁଯାୟୀ, ପରୀକ୍ଷା ଅଫଲାଇନ୍, ଅନଲାଇନ୍, ବ୍ଲେଣ୍ଡେଡ୍ (ଅନଲାଇନ୍ + ଅଫଲାଇନ୍) ମଲ୍ଟିପୁଲ୍ ଚଏସ୍, ଓପନ୍ ବୁକ୍ ଏବଂ ଓଏମ୍ଆର୍ ଫର୍ମାଟରେ କରାଯାଇପାରିବ। ତେବେ ସମ୍ପୃକ୍ତ ବିଶ୍ୱବିଦ୍ୟାଳୟ ଓ କଲେଜଗୁଡ଼ିକ ଉପରେ ସବୁ ନିଷ୍ପତ୍ତି ଛାଡ଼ି ଦିଆଯାଇଛି। ଏ ସଂପର୍କରେ ଆଜି ଭିଡ଼ିଓ କନଫରେନ୍ସିଂ ମାଧ୍ୟମରେ ଉଚ୍ଚିଶିକ୍ଷା ମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି ନିଷ୍ପତ୍ତି ନିଆଯାଇଛି।
ଏହି ବୈଠକରେ କୃଷି ଓ କୃଷକ ଶସକ୍ତି କରଣ, ମତ୍ସ୍ୟ ଓ ପ୍ରାଣୀ ସଂପଦ ବିକାଶ, ଉଚ୍ଚଶିକ୍ଷା ମନ୍ତ୍ରୀ ଡ଼ଃ ଅରୁଣ କୁମାର ସାହୁ, ଉଚ୍ଚଶିକ୍ଷା ବିଭାଗର ଆୟୁକ୍ତ-ତଥା-ଶାସନ ସଚିବ. ଶାଶ୍ୱତ ମିଶ୍ର, ଉଚ୍ଚଶିକ୍ଷା ପରିଷଦର ଉପାଧ୍ୟକ୍ଷ, ଅଶୋକ ଦାସଙ୍କ ସମେତ ସମସ୍ତ ବିଶ୍ୱବିଦ୍ୟାଳୟର କୁଳପତି, ବିଭାଗୀୟ ବରିଷ୍ଠ ଅଧିକାରୀ ଏବଂ ସ୍ୱଂୟଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷ ଓ ଅଧ୍ୟକ୍ଷାମାନେ ଯୋଗ ଦେଇଥିଲେ।
/odisha-reporter/media/agency_attachments/2025/09/10/2025-09-10t082211800z-640x480-or-sukant-rout-2025-09-10-13-52-11.png)
