ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ UGC ମାନ୍ୟତା

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ UGC ମାନ୍ୟତା ମିଳିଛି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆବଶ୍ୟକ ତଥ୍ୟ ଦେଲେ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ମିଳିବ ବୋଲି ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ରେ ଲେଖିଛନ୍ତି। ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ରାଜେନ୍ଦ୍ର ମହାବିଦ୍ୟାଳୟକୁ ୟୁଜିସି ଅଧିନିୟମ 1956, ଧାରା 2(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି […]

Rajendra-University

Rajendra-University

Manoranjan Sial
  • Published: Friday, 30 July 2021
  • Updated: 30 July 2021, 08:50 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ବଲାଙ୍ଗିର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟକୁ UGC ମାନ୍ୟତା ମିଳିଛି। ଏନେଇ ଟ୍ୱିଟ୍‌ କରି ସୂଚନା ଦେଇଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଆବଶ୍ୟକ ତଥ୍ୟ ଦେଲେ ଖୁବଶୀଘ୍ର କେନ୍ଦ୍ରୀୟ ଅନୁଦାନ ମିଳିବ ବୋଲି ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ରେ ଲେଖିଛନ୍ତି।

https://twitter.com/dpradhanbjp/status/1421117341773877250?s=20

ପଶ୍ଚିମ ଓଡ଼ିଶାର ପୁରାତନ ଶିକ୍ଷାନୁଷ୍ଠାନ ହେଉଛି ରାଜେନ୍ଦ୍ର ମହାବିଦ୍ୟାଳୟ। ଏହି ମହାବିଦ୍ୟାଳୟକୁ ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି)ରେ ଆଜି ବିଶ୍ୱବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ୱବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରାଯାଇଛି। ଏହା ନିଶ୍ଚିତ ଭାବେ ପଶ୍ଚିମ ଓଡ଼ିଶାର ଛାତ୍ରଛାତ୍ରୀଙ୍କ ଆଙ୍କାକ୍ଷା ପୂରଣ କରିବ। ଏଥିସହ ଏହା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟି ସମ୍ପନ୍ନ ନୂଆ ଶିକ୍ଷା ନୀତିରେ ଉଲ୍ଲେଖ ଥିବା ଗୁଣାତ୍ମକ ଶିକ୍ଷା ଉପଲବ୍ଧି କରିବ ବୋଲି ଆଶା କରୁଛି।

https://twitter.com/dpradhanbjp/status/1421116938269257736?s=20

ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଆବଶ୍ୟକୀୟ ତଥ୍ୟ ପ୍ରଦାନ କଲେ ୟୁଜିସି ଅଧିନିୟମ ୧୯୫୬ ଧାରା ୧୨ (ବି)ରେ ଖୁବ୍‌ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ। ଏହା ବିଶ୍ୱବିଦ୍ୟାଳୟର ଉନ୍ନତି ଓ ଛାତ୍ରଛାତ୍ରୀଙ୍କ ସାମଗ୍ରିକ ବିକାଶ ପାଇଁ ସହାୟକ ହେବ ବୋଲି କେନ୍ଦ୍ରମନ୍ତ୍ରୀ ଟ୍ୱିଟ୍‌ରେ ଲେଖିଛନ୍ତି। ଛାତ୍ରଛାତ୍ରୀଙ୍କ ହିତ ଦୃଷ୍ଟିରୁ ୟୁଜିସି ପକ୍ଷରୁ ଆଜି ବିଜ୍ଞପ୍ତି ପ୍ରକାଶ ପାଇଛି।

https://twitter.com/dpradhanbjp/status/1421117345884303364?s=20

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos