ୟୁଜିସିର ତାଗିଦ୍, ନିଯୁକ୍ତି ପ୍ରକ୍ରିୟା ବନ୍ଦ ନ କଲେ ଆଇନଗତ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସି ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ଏକ ତାଗିଦ୍ ପତ୍ର ଦେଇଛି। ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତିକୁ ନେଇ ଶିକ୍ଷାବିଭାଗ ଓ ଓପିଏସସି ଉପରେ କ୍ଷୁବ୍ଧ ହୋଇଛି ୟୁଜିସି। ମେ’ ୨୩ରେ ଓପିଏସସି ସମାଜ ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିର ଫଳାଫଳ ଓ ମେ’ ୨୪ରେ ବାଣିଜ୍ୟର ଆସିଷ୍ଟାଣ୍ଟ ପ୍ରଫେସର ଡକୁମେଣ୍ଟ ଭେରିଫିକେସନ୍ ପାଇଁ ବିଜ୍ଞପ୍ତି […]

Untitled-1

Untitled-1

Tapaswini Nayak
  • Published: Thursday, 26 May 2022
  • Updated: 26 May 2022, 12:04 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଓଡ଼ିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଆଇନ୍ ୨୦୨୦ର ଉଲ୍ଲଂଘନକୁ ନେଇ ୟୁଜିସି ରାଜ୍ୟ ଶିକ୍ଷା ବିଭାଗ ଓ ଓପିଏସସିକୁ ଏକ ତାଗିଦ୍ ପତ୍ର ଦେଇଛି। ସୁପ୍ରିମକୋର୍ଟରେ ମାମଲା ବିଚାରାଧୀନ ଥିବା ବେଳେ ଶିକ୍ଷକ ଓ ଅଣଶିକ୍ଷକ ନିଯୁକ୍ତିକୁ ନେଇ ଶିକ୍ଷାବିଭାଗ ଓ ଓପିଏସସି ଉପରେ କ୍ଷୁବ୍ଧ ହୋଇଛି ୟୁଜିସି।

ମେ’ ୨୩ରେ ଓପିଏସସି ସମାଜ ବିଜ୍ଞାନର ଆସିଷ୍ଟାଣ୍ଟ ପ୍ରଫେସର ନିଯୁକ୍ତିର ଫଳାଫଳ ଓ ମେ’ ୨୪ରେ ବାଣିଜ୍ୟର ଆସିଷ୍ଟାଣ୍ଟ ପ୍ରଫେସର ଡକୁମେଣ୍ଟ ଭେରିଫିକେସନ୍ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି।

ସୁପ୍ରିମକୋର୍ଟରେ ଓଡ଼ିଶା ବିଦ୍ୟାଳୟ ସଂଶୋଧନ ଆଇନ୍ ବିଚାରାଧୀନ ରହିଛି। ତେଣୁ ଓପିଏସସି ଦ୍ୱାର ଶିକ୍ଷକ ନିଯୁକ୍ତି ଓ ଏସଏସବି ଦ୍ୱାରା ଅଣଶିକ୍ଷକ ନିଯୁକ୍ତି ବିଜ୍ଞପ୍ତି ସୁପ୍ରିମକୋର୍ଟର ନିର୍ଦ୍ଦେଶର ଉଲ୍ଲଘନ କରୁଛି। ରାଜ୍ୟ ସରକାର ଓ ଓଡ଼ିଶା ଲୋକସେବା ଆୟୋଗ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକୁ ପାଳନ କରିବା ସହ ନିଯୁକ୍ତି ପ୍ରକ୍ରିୟାରୁ ଦୂରେଇ ରହିବାକୁ ଚିଠିରେ ଉଲ୍ଲେଖ ରହିଛି। ଏଥିରେ ଅବମାନନା କଲେ ଆବଶ୍ୟକ ହେଲେ ଆଇନଗତ କାର୍ଯ୍ୟାନୁଷ୍ଠାନ ନିଆଯିବ ବୋଲି ୟୁଜିସି ଚିଠିରେ ଉଲ୍ଲେଖ ରହିଛି।

.

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos