ଭୁବନେଶ୍ୱର: ବହୁ କୋଟି ଟଙ୍କ।ର ଉଲିବୁରୁ ଖଣି ମହାଦୁର୍ନୀତି ମାମଲାରେ ଆଜି କୋର୍ଟରେ ଦୁଇ ଅଭିଯୁକ୍ତ ଦୀପକ ଗୁପ୍ତା ଓ ମାନସ ମହାନ୍ତି ହାଜର ହୋଇଥିଲେ । ଏହି ମାମଲାରେ ଅଭିଯୁକ୍ତଙ୍କ ବିରୋଧରେ ଚାର୍ଜଫ୍ରେମ ପାଇଁ ଗତ ଜୁଲାଇ ୨୦ ତାରିଖରେ ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । ହେଲେ ଅଭିଯୁକ୍ତମାନେ ସିଆରପିସି ୨୦୭ରେ ପିଟିସନ୍ ଦାଖଲ କରି ପୋଲିସ ସମ୍ପୂର୍ଣ୍ଣ ପେପର କପି ପ୍ରଦାନ ପାଇଁ ଆବେଦନ କରିଥିଲେ । ଏହାର ବିଚାର କରି କୋର୍ଟ ସମସ୍ତ ଅଭିଯୁକ୍ତଙ୍କୁ ପେପର କପି ଦିଆଯିବା ପରେ ଚାର୍ଜଫ୍ରେମ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି । ଏହି ମାମଲାର ତଦନ୍ତ କରୁଥିବା ଭିଜିଲାନ୍ସ ୨୯ ଜଣଙ୍କ ବିରୋଧରେ ଚାର୍ଜସିଟ୍ ଦାଖଲ କରିଛି । ଭିଜିଲାନ୍ସ ବର୍ତ୍ତମାନ ୪ ଜଣଙ୍କୁ ଗିରଫ କରିଥିବା ବେଳେ ଅନ୍ୟ ୯ ଜଣ ହାଇକୋର୍ଟରୁ ଆଗୁଆ ଜାମିନ ଆଣିଛନ୍ତି । ୩ ଅଧିକାରୀଙ୍କ ବିରୋଧରେ ମାମଲା ରୁଜୁ କରିବା ପାଇଁ ଏ ପର୍ଯ୍ୟନ୍ତ ଅନୁମତି ମିଳିନାହିଁ । ତେବେ ଅନ୍ୟ ୧୩ ଅଭିଯୁକ୍ତ ଫେରାର ଅଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Crime
ସରକାରୀ ଚାକିରି ବେପାର କରୁଥିଲେ 420 ଦମ୍ପତି
ରାଉରକେଲା ଟିମ୍ବର କୋଲୋନୀର ଲକ୍ଷ୍ମୀ ତନ୍ତି ଓ ତାଙ୍କ ସ୍ଵାମୀ ସଂଗ୍ରାମ ସାହୁ ପାଠଶାଠ କମ୍ ପଢ଼ିଛନ୍ତି। ତଥାପି ସରକାରୀ ଚାକିରି ବାଣ୍ଟୁଥିଲେ। ମାସର ଥରେ ବେକରେ ଆଇକାର୍ଡ ପକାଇ ରାଉରକେଲା କୋର୍ଟକୁ ଯାଉଥିଲେ।
Politics
କାଉଣ୍ଟର କଲା ବିଜେପି; ନବ ଦାସଙ୍କ ହତ୍ୟା ବେଳେ କାହିଁକି ଚୁପ୍ ଥିଲେ ଦୀପାଳି-ଆକାଶ?
ଦୀପାଳି କହିଛନ୍ତି, ଅନାସ୍ଥା ଯେତେବେଳେ ଆସିଲା ସେତେବେଳ ପ୍ରଶାସନ ଟାଳଟୁଳ ନୀତି ଅବଲମ୍ବନ କଲା। ଆମେ ହାଇକୋର୍ଟରୁ ନିର୍ଦ୍ଦେଶ ଆଣିଲୁ। ଅନାସ୍ଥା ପାଇଁ ତାରିଖ ଦିଆଗଲା ୧୦ ଜାନୁଆରୀ।
Special
ପ୍ଲାଷ୍ଟିକ୍ ବିରୋଧରେ ବଡ଼ ଲଢେଇ; ମାଗଣାରେ ଯୋଗାଇ ଦିଆଯାଉଛି ଷ୍ଟିଲ୍ ପ୍ଲେଟ, ଗ୍ଲାସ୍
ପରିବେଶ ସୁରକ୍ଷା ପାଇଁ ନୂଆପଡା ଜିଲ୍ଲା ଖରିଆର ରୋଡ୍ର ୨୦ ଜଣ ଯୁବକ ଓ ଯୁବତୀ ମିଶି ଗଢ଼ିଛନ୍ତି ‘ପହଲ’ ଅନୁଷ୍ଠାନ। ଏହି ଅନୁଷ୍ଠାନ ପଲିଥିନ୍ ଓ ପ୍ଲାଷ୍ଟିକ ବିରୋଧରେ ଲଢ଼େଇ ଆରମ୍ଭ କରିଛି।
Weather
୩ ଦିନ ପରେ ବଢ଼ିବ ଶୀତ, କଲବଲ କରିବ ଘନ କୁହୁଡ଼ି!
ଶୀତ ପରେ ରାଜ୍ୟବାସୀଙ୍କୁ କୁହୁଡି କଲବଲ କରିବ। ୧୧ ତାରିଖରୁ ୧୪ ତାରିଖ ପର୍ଯ୍ୟନ୍ତ ସୁନ୍ଦରଗଡ଼, କେନ୍ଦୁଝର, ଢେଙ୍କାନାଳ, ଅନୁଗୋଳ, କଟକ, ଖୋର୍ଦ୍ଧା, ନୟାଗଡ଼, କନ୍ଧମାଳ ଓ କୋରାପୁଟ ଜିଲ୍ଲାରେ ଗୋଟିଏରୁ ଦୁଇଟି ସ୍ଥାନରେ ଘନ କୁହୁଡି ହେବାର ସମ୍ଭାବନା ରହିଛି।
Accident
ତଳକୁ ଝୁଲି ରହିଥିଲା ୧୧ କେଭି ବିଦ୍ୟୁତ୍ ତାର, ଉଠାଇବା ବେଳେ ୨ ଗୁରୁତର
ବିଲ ଦେଇ ଯାଇଥିବା ୧୧କେଭି ବିଦ୍ୟୁତ୍ ତାର ତଳକୁ ଝୁଲି ରହିଥିଲା । କୌଣସି ଅଘଟଣ ଆଶଙ୍କାରେ ତାହାକୁ ଉପରକୁ ଉଠାଇଥିଲେ ଧାନ କଟା ମେସିନ୍ର ଡ୍ରାଇଭର ଓ ହେଲପର ।