ଉମରକୋଟ: ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଜଣଙ୍କ ମୃତ୍ୟୁ

ଉମରକୋଟ: ନବରଙ୍ଗପୁର ଜିଲ୍ଲା ରାଇଘର ବ୍ଲକ୍ ଅନ୍ତର୍ଗତ ତୁରୁଡିହି ଗାଁରେ ଆଜି ୧୧ କେଭି ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ଦୁଇ ଜଣ ଚାଷୀଙ୍କ ମୃତ୍ୟୁ ଘଟିଥିବା ବେଳେ ଗୋଟିଏ ବାଇକ୍ ଜଳି ଯାଇଛି। ମୃତକମାନେ ହେଲେ ତପନ ସରକାର ଓ କୁଲଦୀପ ହଲଦାର। ସେମାନେ ନିଜ ଚାଷ ଜମିରୁ ଫେରିବା ବେଳେ ଏହି ଦୁର୍ଘଟଣାର ଶିକାର ହୋଇଥିଲେ। କାଳବୈଶାଖୀ ଯୋଗୁଁ ଛିଣ୍ଡି ପଡ଼ିଥିବା ବିଦ୍ୟୁତ୍ ତାର ସଂସ୍ପର୍ଶରେ ସେମାନେ ଆସି ସେମାନଙ୍କର ମୃତ୍ୟୁ ହୋଇଥିବା ଜଣାପଡ଼ିଛି।