ଭବାନୀପାଟଣା (ରାଜକୁମାର ସିଂହ ଦେଓ): କଳାହାଣ୍ଡି ଜିଲ୍ଲା କେସିଙ୍ଗା ଥାନା କାନେଶିର ଗାଁ ନିକଟରେ ୨୬ ନମ୍ବର ଜାତୀୟ ରାଜପଥରେ ଅଜଣା ଗାଡ଼ି ଧକ୍କାରେ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ହେଲେ ନିଳମ୍ବର ବିଶି। ତାଙ୍କ ଘର କାନେଶିର ଗାଁରେ।
ନିଳମ୍ବର ଏକ ହୋଟେଲରେ କାମ କରୁଥିଲେ। ସବୁଦିନ ପରି ଗତକାଲି ମଧ୍ୟ ବିଳମ୍ବିତ ରାତିରେ କାମ ସାରି ଘରକୁ ଫେରୁଥିବା ବେଳେ ତାଙ୍କୁ କୌଣସି ଏକ ଗାଡ଼ି ଧକ୍କା ଦେଇ ଚାଲି ଯାଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।
ମୃତକଙ୍କ ପରିବାରକୁ କ୍ଷତିପୂରଣ ଦାବିରେ ଆଜି ସକାଳେ ଗ୍ରାମବାସୀମାନେ ଜାତୀୟ ରାଜପଥ ଅବରୋଧ କରିଥିଲେ। ଫଳରେ ଭବାନୀପାଟଣ-ବଲାଙ୍ଗିର ମଧ୍ୟରେ ଯାତାୟତ ବାଧାପ୍ରାପ୍ତ ହୋଇଥିଲା। କେସିଙ୍ଗ ପୁଲିସ୍ ଓ ସ୍ଥାନୀୟ ପ୍ରଶାସନିକ ଅଧିକାରୀମାନେ ଘଟଣାସ୍ଥଳରେ ପହଞ୍ଚି ଲୋକମାନଙ୍କୁ ବୁଝାସୁଝା କରିଥିଲେ। ଏହାପରେ ରାସ୍ତାରୋକ ହଟିଥିଲା।
ପୁଲିସ୍ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଶବକୁ ବ୍ୟବଚ୍ଛେଦ ପାଇଁ କେସିଙ୍ଗା ମେଡିକାଲକୁ ପଠାଇଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।