ଆସିକା (ମନୋଜ ମୁନି): ଗଞ୍ଜାମ ଜିଲ୍ଲା ସାନଖେମୁଣ୍ଡି ବ୍ଲକ୍ ଡେଙ୍ଗାଉସ୍ତ ଗାଁରେ ଏକ ଅଜଣା ଗାଡ଼ି ଧକ୍କାରେ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ତାଙ୍କ ନାଁ ରାଧା ସାହୁ (୭୦)। ତାଙ୍କ ଘର ସେହି ଗାଁର ରତନମଣୀପୁର ସାହିରେ।
ଆଜି ଭୋରରେ ସେ ରାସ୍ତା କଡ଼ରେ ଥିବା ଗଛରୁ ଫୁଲ ତୋଳୁଥିବା ବେଳେ ଏ ଅଜଣା ଗାଡ଼ି ତାଙ୍କୁ ଧକ୍କା ଦେଇଥିଲା। ଘଟଣାସ୍ଥଳରେ ହିଁ ତାଙ୍କର ମୃତ୍ୟୁ ଘଟିଥିଲା।
ଏହି ଘଟଣାକୁ ନେଇ ଉତ୍ତ୍ୟକ୍ତ ଲୋକେ ରାସ୍ତାରୋକ କରିଥିଲେ। ଫଳରେ ତିନି ଘଣ୍ଟା ଧରି ଦିଗପହଣ୍ଡି-ରାୟଗଡ଼ା ରାସ୍ତାରେ ଗାଡ଼ି ଚଳାଚଳ ବନ୍ଦ ରହିଥିଲା।
ପାଟପୁର ଓ ଦିଗପହଣ୍ଡି ପୁଲିସ୍ ଘଟଣାସ୍ଥଳରେ ପହଞ୍ଚି ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।