‘ଝାରସୁଗୁଡ଼ା ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମିତ କରାଗଲା’

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ା ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମିତ କରାଯାଇଛି। ଏହାକୁ ଆଜି କେନ୍ଦ୍ର କ୍ୟାବିନେଟରେ ଅନୁମୋଦନ ମିଳିଛି। ଟ୍ୱିଟ୍‌ କରି ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ। କ୍ୟାବିନେଟ୍‌ ମଞ୍ଜୁର ମିଳିଥିବାରୁ କେନ୍ଦ୍ରକୁ କୃତଜ୍ଞତା ଜଣାଇଛନ୍ତି ଜୁଏଲ। ସେହିପରି ଏହି ନିଷ୍ପତ୍ତି ନିମନ୍ତେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହିତ ଏହାକୁ ସ୍ୱାଗତ କରିଛନ୍ତି। ଏହି ଅବସରରେ ସେ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। […]

jharsuguda-airport

jharsuguda-airport

Jyoshna Pradhan
  • Published: Thursday, 01 November 2018
  • Updated: 01 November 2018, 04:22 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଝାରସୁଗୁଡ଼ା ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମିତ କରାଯାଇଛି। ଏହାକୁ ଆଜି କେନ୍ଦ୍ର କ୍ୟାବିନେଟରେ ଅନୁମୋଦନ ମିଳିଛି। ଟ୍ୱିଟ୍‌ କରି ଏ ନେଇ ସୂଚନା ଦେଇଛନ୍ତି କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମ। କ୍ୟାବିନେଟ୍‌ ମଞ୍ଜୁର ମିଳିଥିବାରୁ କେନ୍ଦ୍ରକୁ କୃତଜ୍ଞତା ଜଣାଇଛନ୍ତି ଜୁଏଲ। ସେହିପରି ଏହି ନିଷ୍ପତ୍ତି ନିମନ୍ତେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଟ୍ୱିଟ୍‌ କରି ପ୍ରଧାନମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇବା ସହିତ ଏହାକୁ ସ୍ୱାଗତ କରିଛନ୍ତି। ଏହି ଅବସରରେ ସେ ଓଡିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି।

ଗତ ସେପ୍ଟେମ୍ବର ମାସରେ ଝାରସୁଗୁଡା ବିମାନବନ୍ଦର ଉଦ୍‌ଘାଟନ ହୋଇଥିଲା। ଏଥିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗଦେଇ ବିମାନ ବନ୍ଦରର ନାମ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମିତ କରିବାକୁ ଘୋଷଣା କରିଥିଲେ। ଏହାସତ୍ତ୍ୱେ ବିଧିବଦ୍ଧ ଭାବେ ବିମାନବନ୍ଦର ନାଁ ବୀର ସୁରେନ୍ଦ୍ର ସାଏଙ୍କ ନାମରେ ନାମିତ ହୋଇ ନ ଥିଲା। ଏହାକୁ ନେଇ ପଶ୍ଚିମ ଓଡ଼ିଶା ବାସୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। ନିୟମିତ ବିମାନ ଚଳାଚଳ ଓ ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମିତ କରିବା ଦାବିରେ ଝାରସୁଗୁଡ଼ା ବିଧାୟକ ନବ ଦାସ ଓ ତାଙ୍କ ସମର୍ଥକ ଧାରଣା ଦେଇଥିଲେ। ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟି ଦାବି ଜଣାଇଥିଲେ। ଏପରିକି ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିବାକୁ ମୁଖ୍ୟମନ୍ତ୍ରୀଙ୍କୁ ଶ୍ରୀ ଦାସ ଅନୁରୋଧ କରିଥିଲେ।

ଦୁଇ ଦିନ ତଳେ ମୁଖ୍ୟମନ୍ତ୍ରୀ ପ୍ରଧାନମନ୍ତ୍ରୀଙ୍କୁ ଚିଠି ଝାରସୁଗୁଡ଼ା ବିମାନ ବନ୍ଦରକୁ ବୀର ସୁରେନ୍ଦ୍ର ସାଏଙ୍କ ନାଁରେ ନାମକରଣ କରିବାକୁ ଅନୁରୋଧ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଅନୁରୋଧକୁ ନଜର ରଖି କେନ୍ଦ୍ର କ୍ୟାବିନେଟ୍‌ ଆଜି ଏହାକୁ ମଞ୍ଜୁରି ଦେଇଛନ୍ତି।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos