ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): କେନ୍ଦ୍ର ସରକାରଙ୍କଠୁ ଆଉ ୧ଲକ୍ଷ ୮୮ହଜାର ୦୧୦ଟି ଡୋଜ୍ କୋଭିଶିଲଡ୍ ଟିକା ଆଜି ଓଡ଼ିଶା ପାଇଛି। କେନ୍ଦ୍ର ସରକାରଙ୍କଠୁ ମାଗଣାରେ ରାଜ୍ୟଗୁଡ଼ିକୁ ମିଳୁଥିବା କୋଭିଡ୍ ଟିକା ଅନ୍ତର୍ଗତ ଆଜି ସନ୍ଧ୍ୟାରେ ଏହି ଟିକା ଆସି ପହଂଚିଛି।
ଆସନ୍ତାକାଲି ରବିବାର ଭୁବନେଶ୍ୱରର ୫ଟି ଟିକାକରଣ କେନ୍ଦ୍ରରେ ଟିକା ଦାନର ବ୍ୟବସ୍ଥା ହୋଇଥିବାବେଳେ ୧୮୧ଟି ସ୍ଥାନରେ ଟିକାକରଣ କରାଯିବ। ତେବେ ସୋମବାର ବରଗଡ଼, ଢେଙ୍କାନାଳ, ଗଞ୍ଜାମ, ଜଗତସିଂହପୁର, କେନ୍ଦ୍ରାପଡ଼ା, କୋରାପୁଟ, ମାଲକାନଗିରି ଓ ରାୟଗଡ଼ା ଜିଲ୍ଲାରେ ଟିକାକରଣ ହେବ ନାହିଁ ବୋଲି ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ସୂତ୍ରରୁ ସୂଚନା ମିଳିଛି।
ସୂଚନାଯୋଗ୍ୟ, କେନ୍ଦ୍ର ସରକାର ଚଳିତମାସ ଶେଷସୁଦ୍ଧା ରାଜ୍ୟଗୁଡ଼ିକୁ ମାଗଣାରେ ଆଉ ୧.୯୨କୋଟି କୋଭିଶିଲଡ୍ ଓ କୋଭାକ୍ସିନ ଟିକା ଯୋଗାଣ କରିବେ ବୋଲି ଗତକାଲି ସୂଚନା ଦେଇଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।