ଭୁବନେଶ୍ୱର ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍‌ରେ ‘ସେଂଟର ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋ-ଟେକ୍ନୋଲୋଜି’ ପ୍ରତିଷ୍ଠା କରାଯାଉ: ଧର୍ମେନ୍ଦ୍ର

ଭୁବନେଶ୍ୱର(ଓଡ଼ିଶା ରିପୋଟର): କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍ ଠାରେ ସେଂଟର ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋ-ଟେକ୍ନୋଲୋଜି ପ୍ରତିଷ୍ଠା କରାଯିବା ନେଇ ଧର୍ମେନ୍ଦ୍ର ଦାବି ଉଠାଇଛନ୍ତି। ରାଜ୍ୟର ସମୁଦ୍ରକୂଳ ତଥା ପ୍ରାକୃତିକ ପରିବେଶ ସୁରକ୍ଷା ପାଇଁ ଗବେଷଣା ନିମନ୍ତେ ପ୍ରତିଷ୍ଠା କରାଯାଉ ବୋଲି ସେ କହିଛନ୍ତି। ଧର୍ମେନ୍ଦ୍ର ଏନେଇ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ […]

dharmendra-pradhan

Tapas Behera
  • Published: Wednesday, 17 February 2021
  • , Updated: 17 February 2021, 07:02 PM IST

ଭୁବନେଶ୍ୱର(ଓଡ଼ିଶା ରିପୋଟର): କେନ୍ଦ୍ର ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀଙ୍କୁ ପତ୍ର ଲେଖି ବ୍ୟକ୍ତିଗତ ହସ୍ତକ୍ଷେପ ଲୋଡିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍ ଠାରେ ସେଂଟର ଅଫ୍ ଏକ୍ସିଲେନ୍ସ ଅନ୍ ମେରାଇନ୍ ବାୟୋ-ଟେକ୍ନୋଲୋଜି ପ୍ରତିଷ୍ଠା କରାଯିବା ନେଇ ଧର୍ମେନ୍ଦ୍ର ଦାବି ଉଠାଇଛନ୍ତି। ରାଜ୍ୟର ସମୁଦ୍ରକୂଳ ତଥା ପ୍ରାକୃତିକ ପରିବେଶ ସୁରକ୍ଷା ପାଇଁ ଗବେଷଣା ନିମନ୍ତେ ପ୍ରତିଷ୍ଠା କରାଯାଉ ବୋଲି ସେ କହିଛନ୍ତି। ଧର୍ମେନ୍ଦ୍ର ଏନେଇ ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି ।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ଅପାର ସମ୍ଭାବନାର ରାଜ୍ୟ ଓଡିଶାରେ ସୁଦୀର୍ଘ ସୁନ୍ଦର ବେଳାଭୂମି ଶତାବ୍ଦୀ ଶତାବ୍ଦୀ ଧରି ରାଜ୍ୟର ଏକ ହଲମାର୍କ ଭାବରେ ପରିଗଣିତ ହୋଇଛି । ମତ୍ସ୍ୟ ଚାଷ, ପର୍ଯ୍ୟଟନ, ବାଣିଜ୍ୟ ଏବଂ ଲଜିଷ୍ଟିକ୍ ତଥା ଆନୁଷାଙ୍ଗିକ କାମରେ ନିୟୋଜିତ ଥିବା ବିଭିନ୍ନ ବର୍ଗର ଲକ୍ଷାଧିକ ଲୋକଙ୍କୁ ଏହି ବେଳାଭୂମି ରୋଜଗାର ଦେଉଛି । ସମୁଦ୍ର ଆଧାରିତ ନୀଳ ଅର୍ଥନୀତି ପାଇଁ ବିଗତ ୬ ବର୍ଷ ଧରି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡିଶାର ସୁଦୀର୍ଘ ବେଳାଭୂମି ଉପରେ ଗୁରତ୍ୱ ଦେଇ ଆସୁଛନ୍ତି।

ବିଶ୍ୱ ପ୍ରସିଦ୍ଧ ପୁରୀ ଶ୍ରୀଜଗନ୍ନାଥ ମନ୍ଦିର, କୋଣାର୍କ ସୂର୍ଯ୍ୟ ମନ୍ଦିର, ଚିଲିକା ହ୍ରଦ ଏବଂ ଭିତରକନିକା ଜାତୀୟ ଉଦ୍ୟାନ ଓଡିଶାର ପର୍ଯ୍ୟଟନ ତଥା ଏଭଳି କ୍ଷେତ୍ର ପାଇଁ ଏକ ମେରୁଦଣ୍ଡ ଭାବରେ ପରିଗଣିତ ହୋଇଛି । ସେହିପରି ପାରାଦୀପ ବନ୍ଦର, ଆଇଓସିଏଲ ପାରାଦୀପ ବିଶୋଧନାଗାର, ପାରାଦୀପ ସ୍ମାର୍ଟ୍ ବନ୍ଦର ସହର ଭଳି ସଂପ୍ରସାରଣ ଓ ବିକାଶମୂଳକ ପ୍ରକଳ୍ପ, ଧାମରା ଏଲଏନଜି ଟର୍ମିନାଲ, ପ୍ରସ୍ତାବିତ ଦୀଘା-ଗୋପାଳପୁର କୋଷ୍ଟାଲ ହାଇୱେର ବିକାଶ ତଥା ପ୍ରତିଷ୍ଠା ହେବାକୁ ଥିବା ପାରାଦୀପ ଏବଂ ବାଲେଶ୍ୱରରେ ମାଛଧରା ବନ୍ଦର  ଓଡିଶା ଓ ପୂର୍ବ ଭାରତକୁ ପ୍ରଗତିର ପଥରେ ଆଗେଇ ନେବ। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦୂରଦୃଷ୍ଟିରେ ଏହିଭଳି ଶିଳ୍ପଭିତିକ ଅର୍ଥନୀତିର ବିକାଶ ନିଶ୍ଚିତ ଭାବରେ ପରିବେଶ ସଂରକ୍ଷଣ ସହ ସନ୍ତୁଳନ ରଖାଯିବା ଆବଶ୍ୟକ ।

ତେଣୁ ବିଶେଷ ଭାବରେ ଯେତେବେଳେ ଆମେ ସାମୁଦ୍ରିକ ବାୟୋ-ଟେକ୍ନୋଲୋଜି ଜରିଆରେ ନୋଭେଲ୍ ଆପ୍ରୋଚେସକୁ ବିକଶିତ କରୁଛେ, ସେହି ସମୟରେ ଏହି ଉତ୍କୃଷ୍ଟ ସାମୁଦ୍ରିକ ପରିସଂସ୍ଥାନ ଯଥା ଅଲିଭ୍ ରିଡଲେ କଇଁଛଙ୍କ ଅଣ୍ଡାଦେବା ସ୍ଥାନ ଏବଂ ଉପକୂଳ ଅଂଚଳରେ ଥିବା ଗଛ ବିଶେଷ ଭାବରେ ଲୁଣି ହେନ୍ତାଳ ଗଛ ଗୁଡିକର ସଂରକ୍ଷଣ ପାଇଁ ପୁଞ୍ଜିନିବେଶ କରିଯିବା ଆବଶ୍ୟକ । ପରିବେଶ ସଂରକ୍ଷଣ କ୍ଷେତ୍ର ଗୁଡିକରେ ଭୁବନେଶ୍ୱର ସ୍ଥିତ ଲାଇଫ୍ ସାଇନ୍ସ ଇନଷ୍ଟିଚ୍ୟୁଟ୍ ବିଭିନ୍ନ ଗବେଷଣା ମାଧ୍ୟମରେ ଆଂଚଳିକ ଜୈବ ସମ୍ବଳର ପରିଚାଳନା, ଇକୋ ସଂରକ୍ଷଣ ଉଦ୍ୟମ ଏବଂ ସାମୁଦ୍ରିକ ଉତ୍ସର ସଠିକ୍ ବ୍ୟବହାର ସପକ୍ଷରେ ଏକାଧିକ ପ୍ରକାଶନି ଓ ପେଟେଂଟ ଦ୍ୱାରା ପ୍ରମାଣିତ କରିଛି । ତେଣୁ ନୀଳ ଅର୍ଥନୀତିର ଅଭିବୃଦ୍ଧି ପରିପ୍ରେକ୍ଷୀରେ ଏହିସବୁ କ୍ଷେତ୍ର ଗୁଡିକରେ ବୈଜ୍ଞାନିକ ଗବେଷଣା ଉପରେ ଅଧିକ ଧ୍ୟାନଦେବା ନେଇ ପ୍ରୋତ୍ସାହନ ଦେବାର ଆବଶ୍ୟକତା ରହିଛି ବୋଲି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କେନ୍ଦ୍ରମନ୍ତ୍ରୀ ଡା. ହର୍ଷବର୍ଦ୍ଧନଙ୍କୁ ପତ୍ର ଲେଖି କହିଛନ୍ତି ।

Related story