ଓଡ଼ିଶାର ସହରାଞ୍ଚଳ ଉଠା ଦୋକାନୀଙ୍କ ପାଇଁ ୮.୨ କୋଟି ଟଙ୍କା ମଞ୍ଜୁର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନାରେ ବନ୍ଧକ ବିହୀନ ଋଣ ପାଇବା ପାଇଁ ରାଜ୍ୟର ସହରାଞ୍ଚର ୬୩,୨୨୨ ଜଣ ଉଠା ଦୋକାନୀଙ୍କୁ ଚିହ୍ନଟ କରାଯାଇଛି। ସେଥିରୁ ୨୩,୫୫୦ ଜଣ ଋଣ ପାଇବା ପାଇଁ ଆବେଦନ କରିଛନ୍ତି। ଏଥିପାଇଁ କେନ୍ଦ୍ର ସରକାର  ୮.୨ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ୦.୮୧ କୋଟି ଟଙ୍କା ଦେଇଛନ୍ତି। ଏନେଇ ଟ୍ୱିଟ୍‌ କରି ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। Thank PM Shri @narendramodi ji, FM Smt. @nsitharaman ji […]

street-vander

street-vander

Manoranjan Sial
  • Published: Tuesday, 22 September 2020
  • Updated: 22 September 2020, 09:48 PM IST

Sports

Latest News

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନାରେ ବନ୍ଧକ ବିହୀନ ଋଣ ପାଇବା ପାଇଁ ରାଜ୍ୟର ସହରାଞ୍ଚର ୬୩,୨୨୨ ଜଣ ଉଠା ଦୋକାନୀଙ୍କୁ ଚିହ୍ନଟ କରାଯାଇଛି। ସେଥିରୁ ୨୩,୫୫୦ ଜଣ ଋଣ ପାଇବା ପାଇଁ ଆବେଦନ କରିଛନ୍ତି। ଏଥିପାଇଁ କେନ୍ଦ୍ର ସରକାର  ୮.୨ କୋଟି ଟଙ୍କା ମଞ୍ଜୁର କରିଥିବା ବେଳେ ୦.୮୧ କୋଟି ଟଙ୍କା ଦେଇଛନ୍ତି। ଏନେଇ ଟ୍ୱିଟ୍‌ କରି ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

https://twitter.com/dpradhanbjp/status/1308395177145368576?s=20

ଶ୍ରୀ ପ୍ରଧାନ ଟ୍ୱିଟ୍‌ କରି ଲେଖିଛନ୍ତି-“ଭାରତ ସରକାର ସହରାଞ୍ଚଳ ଉଠା ଦୋକାନୀମାନଙ୍କୁ ଥଇଥାନ ପାଇଁ ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାର ଲାଭ ପାଇବାରେ ଓଡ଼ିଶା ଶୀର୍ଷ ୧୦ଟି ରାଜ୍ୟ ମଧ୍ୟରେ ରହିଛି। ଓଡ଼ିଶାର ସମ୍ୱଲପୁର, କଟକ, ବ୍ରହ୍ମପୁର, ବାଲେଶ୍ୱର ଓ ଅନ୍ୟ ସବୁ ସହରମାନଙ୍କରେ ଥିବା ଉଠା ଦୋକାନୀମାନେ ଲାଭ ପାଇଛନ୍ତି। ଏହି ଯୋଜନା ଦ୍ୱାରା ଉଠା ଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ ମହାମାରୀ ସମୟରେ ସଶକ୍ତ କରିଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ, କେନ୍ଦ୍ର ଗୃହ ଓ ସହରାଞ୍ଚଳ ବ୍ୟାପାର ମନ୍ତ୍ରୀ ହରଦୀପ ସିଂହ ପୁରୀଙ୍କୁ ମୁଁ ଧନ୍ୟବାଦ ଜଣାଉଛି।”

https://twitter.com/dpradhanbjp/status/1308395184820944897?s=20

ସେ ଆହୁରି ଲେଖିଛନ୍ତି-“ପ୍ରଧାନମନ୍ତ୍ରୀ ସ୍ୱ-ନିଧି ଯୋଜନାରେ ଦେଶର ସହରମାନଙ୍କରେ ଥିବା ୫୦ ଲକ୍ଷ ଉଠା ଦୋକାନୀଙ୍କ ପାଇଁ ୧ ବର୍ଷ ପାଇଁ ୧୦,୦୦୦ ଟଙ୍କା ପର୍ଯ୍ୟନ୍ତ ବନ୍ଧକବିହୀନ ଋଣର ବ୍ୟବସ୍ଥା କରାଯାଇଛି। ଏହି ଯୋଜନା ମାଧ୍ୟମରେ ଋଣର ନିୟମିତ ପରିଶୋଧ ଉପରେ ବାର୍ଷିକ ସୁଧରେ ୭ ପ୍ରତିଶତ ରିହାତି ଦିଆଯିବ। ନିୟମିତ ଋଣ ପରିଶୋଧ କରୁଥିବା ବ୍ୟକ୍ତିଙ୍କୁ ଅଧିକ ପ୍ରୋତ୍ସାହନ ପ୍ରଦାନ କରାଯିବ। ଡିଜିଟାଲ କାରବାର ମାଧ୍ୟମରେ ୧୨୦୦ ଟଙ୍କା ଜମା ଖାତାକୁ ଫେରିବାର ବ୍ୟବସ୍ଥା ଏହି ଯୋଜନାରେ ରହିଛି। ଏହି ଯୋଜନା ଉଠା ଦୋକାନୀ ଓ କ୍ଷୁଦ୍ର ବ୍ୟବସାୟୀଙ୍କୁ ଡୋର୍‌ ଷ୍ଟେପରେ ବ୍ୟାଙ୍କ ପହଁଚାଇବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos