ଏସସି ଛାତ୍ରଛାତ୍ରୀଙ୍କ ପାଇଁ କେନ୍ଦ୍ରର ୫୯ ହଜାର କୋଟିର ମାଟ୍ରିକ ପରବର୍ତ୍ତୀ ବୃତ୍ତି ଯୋଜନା ମଞ୍ଜୁରିକୁ ସ୍ୱାଗତ

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ପାଇଁ ୫୯ ହଜାର କୋଟିର ମାଟ୍ରିକ ପରବର୍ତ୍ତୀ ବୃତ୍ତି ଯୋଜନା ମଞ୍ଜୁରିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିଛନ୍ତି। ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ପାଇଁ ଏହି ଯୋଜନାରେ ୬୦ ପ୍ରତିଶତ ଅର୍ଥ ଯୋଗାଇଦେବା ଭଳି ଐତିହାସିକ ନିଷ୍ପତି ନେଇଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତ ମନ୍ତ୍ରୀ ଥାବରଚାନ୍ଦ ଗେହଲଟଙ୍କୁ […]

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।

Tapas Behera
  • Published: Wednesday, 23 December 2020
  • Updated: 23 December 2020, 08:17 PM IST

Sports

Latest News

ନୂଆଦିଲ୍ଲୀ/ଭୁବନେଶ୍ୱର: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ବୁଧବାର ଅନୁଷ୍ଠିତ କେନ୍ଦ୍ର କ୍ୟାବିନେଟ ବୈଠକରେ ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ପାଇଁ ୫୯ ହଜାର କୋଟିର ମାଟ୍ରିକ ପରବର୍ତ୍ତୀ ବୃତ୍ତି ଯୋଜନା ମଞ୍ଜୁରିକୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ସ୍ୱାଗତ କରିଛନ୍ତି। ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ପାଇଁ ଏହି ଯୋଜନାରେ ୬୦ ପ୍ରତିଶତ ଅର୍ଥ ଯୋଗାଇଦେବା ଭଳି ଐତିହାସିକ ନିଷ୍ପତି ନେଇଥିବାରୁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସାମାଜିକ ନ୍ୟାୟ ଓ ସଶକ୍ତ ମନ୍ତ୍ରୀ ଥାବରଚାନ୍ଦ ଗେହଲଟଙ୍କୁ ଟ୍ୱିଟ‌କରି ଧନ୍ୟବାଦ ଜଣାଇଛନ୍ତି।

ଶ୍ରୀ ପ୍ରଧାନ ଉଲ୍ଲେଖ କରିଛନ୍ତି ଯେ ଓଡ଼ିଶା ସମେତ ସମଗ୍ର ଭାରତବର୍ଷର ଅନୁସୂଚିତ ଜାତି ଛାତ୍ରଛାତ୍ରୀଙ୍କ ପାଇଁ ମାଟ୍ରିକ‌ ପରବର୍ତୀ ବୃତି ଯୋଜନାରେ ୫୯,୦୪୮ କୋଟି ଟଙ୍କାର ମୋଟ ଅନୁମୋଦନ ରାଶିରୁ କେନ୍ଦ୍ର ସରକାରଙ୍କ ଦ୍ୱାରା ୩୫, ୫୩୪ କୋଟି ଟଙ୍କା ଆଗାମୀ ୫ ବର୍ଷରେ ଖର୍ଚ୍ଚ କରାଯିବ । ଏହି ଆର୍ଥିକ ସହାୟତା ଅନୁସୂଚିତ ଜାତି ସମୁଦାୟର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବ ଏବଂ ସେମାନଙ୍କ ଲକ୍ଷ୍ୟ ହାସଲ କରିବାରେ ସଶକ୍ତ କରିବ।

ଏହା ପଛୁଆ ବର୍ଗର ୪ କୋଟି ଛାତ୍ରଛାତ୍ରୀଙ୍କୁ ଶିକ୍ଷା କ୍ଷେତ୍ରରେ ହେଉଥିବା ଅସୁବିଧାକୁ ଦୂର କରିବ ଓ ଗୁଣାତ୍ମକ ଶିକ୍ଷା ପ୍ରଦାନ କରିବାରେ ସହାୟକ ହେବା ସହ ଦୁର୍ବଳ ଶ୍ରେଣୀର ଛାତ୍ରଛାତ୍ରୀଙ୍କ ଆକାଂକ୍ଷାକୁ ପୂରଣ କରିବ।

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos