ଶ୍ରୀମନ୍ଦିର ସମର୍ପଣ ନିଧି ପାଇଁ ଗଜପତି ମହାରାଜଙ୍କୁ ଚିଠି ଲେଖିଲେ ଧର୍ମେନ୍ଦ୍ର

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୁରୀ ଶ୍ରୀ ମନ୍ଦିରର ବିକାଶ ପାଇଁ ଗଜପତି ମହାରାଜଙ୍କୁ ଏହି ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର। ଧର୍ମେନ୍ଦ୍ର ଚିଠି ଲେଖି ବିଶାଳ ସମର୍ପଣ ନିଧି ଅଭିଯାନକୁ ସ୍ୱେଚ୍ଛାକୃତ ଜନ ଆନ୍ଦୋଳନ ପାଇଁ ମଧ୍ୟ ପ୍ରସ୍ତାବ ଦେଇଛନ୍ତି। ଏଥିପାଇଁ ଧର୍ମେନ୍ଦ୍ର ଗଜପତି ମହାରାଜଙ୍କ ସହଯୋଗ ଲୋଡ଼ିଛନ୍ତି। ଏହାଦ୍ୱାରା ବିଶ୍ୱର ପ୍ରତ୍ୟେକ ହିନ୍ଦୁ ଓ ସାଢ଼େ ଚାରି କୋଟି ଓଡ଼ିଆ ଶ୍ରମଦାନ ଓ […]

dharmendra-pradhan

Ranjit Kumar Jena
  • Published: Friday, 05 March 2021
  • , Updated: 05 March 2021, 05:48 PM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଗଜପତି ମହାରାଜ ଦିବ୍ୟସିଂହ ଦେବଙ୍କୁ ଚିଠି ଲେଖିଲେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପୁରୀ ଶ୍ରୀ ମନ୍ଦିରର ବିକାଶ ପାଇଁ ଗଜପତି ମହାରାଜଙ୍କୁ ଏହି ଚିଠି ଲେଖିଛନ୍ତି ଧର୍ମେନ୍ଦ୍ର। ଧର୍ମେନ୍ଦ୍ର ଚିଠି ଲେଖି ବିଶାଳ ସମର୍ପଣ ନିଧି ଅଭିଯାନକୁ ସ୍ୱେଚ୍ଛାକୃତ ଜନ ଆନ୍ଦୋଳନ ପାଇଁ ମଧ୍ୟ ପ୍ରସ୍ତାବ ଦେଇଛନ୍ତି। ଏଥିପାଇଁ ଧର୍ମେନ୍ଦ୍ର ଗଜପତି ମହାରାଜଙ୍କ ସହଯୋଗ ଲୋଡ଼ିଛନ୍ତି।

ଏହାଦ୍ୱାରା ବିଶ୍ୱର ପ୍ରତ୍ୟେକ ହିନ୍ଦୁ ଓ ସାଢ଼େ ଚାରି କୋଟି ଓଡ଼ିଆ ଶ୍ରମଦାନ ଓ ଅର୍ଥଦାନ ମାଧ୍ୟମରେ ମହାପ୍ରଭୁଙ୍କ ସେବା କରିବାର ସୁଯୋଗ ପାଇବେ। ପ୍ରସ୍ତାବିତ ଏହି ଅଭିଯାନରେ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ ମଧ୍ୟରେ ସମ୍ପର୍କର ସେତୁ ସାଜିବା ଏବଂ ସମନ୍ୱୟ ରକ୍ଷା କରିବା ପାଇଁ ଅନୁରୋଧ କରିଛନ୍ତି ଧର୍ମେନ୍ଦ୍ର। ଏହି ପବିତ୍ର ପ୍ରଚେଷ୍ଟାକୁ ବଡ ସଫଳତାର ରୂପ ଦେବା ପାଇଁ ଭାରତ ସରକାର ଆଇନଗତ ଏବଂ ନୀତିଗତ ଭାବରେ ସମସ୍ତ ଆନୁଷଙ୍ଗିକ ସହାୟତା ପ୍ରଦାନ କରିବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଅଗଣିତ ଭକ୍ତମାନଙ୍କ ପାଇଁ ଓଡ଼ିଶା ତଥା ଭାରତର ଏକାଧିକ ବ୍ୟାଙ୍କ୍ ଏବଂ ସେମାନଙ୍କ ଶାଖା ବ୍ରାଞ୍ଚ ମଧ୍ୟ ଏଥିପାଇଁ ସୁବିଧା ସୁଯୋଗ ଦେବେ। ନିକଟରେ ଶ୍ରୀମନ୍ଦିରର ବିକାଶ ପାଇଁ କେନ୍ଦ୍ରମନ୍ତ୍ରୀ ନିଜ ଦରମାରୁ ୧ ଲକ୍ଷ ସହଯୋଗ ରାଶି ଶ୍ରୀମନ୍ଦିର ପ୍ରଶାସନକୁ ପ୍ରଦାନ କରିଥିଲେ। ଗଜପତି ମହାରାଜାଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱରେ ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନାର କ୍ରିୟାନ୍ୱୟନ ବଡ଼ ସଫଳତା ପାଇବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି।

ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥ ମନ୍ଦିରର ସଂରକ୍ଷଣ କରିବା ତଥା ସେବାୟତଙ୍କ ସାମଗ୍ରିକ ବିକାଶ, ଶ୍ରଦ୍ଧାଳୁଙ୍କ କଲ୍ୟାଣ ତଥା ଆମର ପୁରୁଣା ପରମ୍ପରା ଏବଂ ଐତିହ୍ୟକୁ ବଜାୟ ରଖିବା ପାଇଁ ଶ୍ରୀଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ଅଧ୍ୟକ୍ଷ ଭାବରେ ପୁରୀ ମହାରାଜା ଦିବ୍ୟସିଂହ ଦେବ ନିରନ୍ତର ଓ ନିରଳସ ଉଦ୍ୟମ କରି ଆସୁଛନ୍ତି ।

ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଦ୍ୟସେବକ ଭାବରେ ପୁରୀ ଗଜପତି ମହାରାଜ ମହାପ୍ରଭୁଙ୍କର ଚଳନ୍ତି ପ୍ରତିମା। ପୁରୀ ଶ୍ରୀମନ୍ଦିର ପରିକ୍ରମା ଯୋଜନା କିମ୍ବା ଶ୍ରୀଜଗନ୍ନାଥ ମନ୍ଦିର ଐତିହ୍ୟ କରିଡର୍ ଯୋଜନାକୁ ଆଗେଇ ନେବାରେ କୋଟି କୋଟି ହିନ୍ଦୁ ବିଶେଷ ଭାବରେ ସାଢେ ୪ କୋଟି ଓଡ଼ିଆଙ୍କ ଭାବାବେଗ, ଶ୍ରଦ୍ଧା ଏବଂ ଭକ୍ତିଭାବନାକୁ ଉଜ୍ଜୀବିତ କରିଥିବାରୁ ପୁରୀ ଗଜପତି ମହାରାଜାଙ୍କ ନିକଟରେ ଶ୍ରୀ ପ୍ରଧାନ ଆନ୍ତରିକ କୃତଜ୍ଞତା ଜ୍ଞାପନ କରିଛନ୍ତି।

Related story