ନୂଆଦିଲ୍ଲୀ/ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର) ଭୁବନେଶ୍ୱରର ଏକାମ୍ର କ୍ଷେତ୍ର ବିଶେଷ ଭାବରେ ପ୍ରଭୁ ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ଚତୁଃପାଶ୍ୱର୍ରେ ଥିବା ଶତାବ୍ଦୀ ଶତାବ୍ଦୀର ପ୍ରଚୀନ ମନ୍ଦିରର ସୁରକ୍ଷା ଓ ପୁନଃଉଦ୍ଧାର ପାଇଁ ତୁରନ୍ତ ବ୍ୟକ୍ତିଗତ ହସ୍ତକ୍ଷେପ କରିବାକୁ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ରାଷ୍ଟ୍ର ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ପତ୍ର ଲେଖି ଅନୁରୋଧ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହାସହ ଭାରତୀୟ ପ୍ରତ୍ନତତ୍ୱ ବିଭାଗ (ଏଏସଆଇ)ର ବିଶେଷଜ୍ଞ ଦଳକୁ ଭୁବନେଶ୍ୱର ପଠାଇବାକୁ ନିର୍ଦ୍ଦେଶ ଦେବା ସହ ଏହି କ୍ଷେତ୍ରର ଖନନ କରି ବିସ୍ତୁତ ଭାବରେ ଗବେଷଣା କରିବା ଦିଗରେ ହସ୍ତକ୍ଷେପ କରିବାକୁ ଶ୍ରୀ ପ୍ରଧାନ ପତ୍ର ଜରିଆରେ ଅନୁରୋଧ କରିଛନ୍ତି ।
ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ଯେ, ନିକଟରେ ଏଏସଆଇର ଭୁବନେଶ୍ୱର ଶାଖା ଦ୍ୱାରା ମନ୍ଦିରମାଳିନୀ ଭୁବନେଶ୍ୱର ସହରର ଏକାମ୍ର କ୍ଷେତ୍ରରେ ଥିବା ଶୁକଶାରୀ ମନ୍ଦିର ନିକଟ ୨ ଏକର ଜମିରେ ଖନନ କାର୍ଯ୍ୟ ଚାଲିଥିବା ବେଳେ ଶାରୀ ମନ୍ଦିରର ଉତର-ପ୧⁄୨ମି କୋଣରେ ଥିବା ସୋମବଂଶୀ ସମୟର ଦଶମ ଶତାବ୍ଦୀ ଏବଂ ଏକାଦଶ ଶତାବ୍ଦୀର ଅମୂଲ୍ୟ ଭଗ୍ନାବଶେଷ ଉଦ୍ଧାର ହୋଇଛି। ଏଏସଆଇ ନିକଟରେ ଦୁଇଟି ଢ଼ାଂଚା ଆବିଷ୍କାର କରିଛି, ଯାହା ଶାରୀ ମନ୍ଦିରର ଭଗ୍ନାବଶେଷ ବୋଲି ଜଣାପଡୁଛି । ମିଳିଥିବା ତଥ୍ୟନୁସାରେ ଏସଏସଆଇର ବିଶେଷଜ୍ଞମାନେ ମତ ଦେଇଛନ୍ତି ଯେ, ଶାରି ମନ୍ଦିର
ପଂଚାୟତନ ଢାଂଚାରେ ନିର୍ମାଣ ହୋଇଛି । ଯାହା ଚାରୋଟି ଛୋଟ ଛୋଟ ମନ୍ଦିର ପରିସରଭୃକ୍ତ ରହିଛି । ପାରିପାର୍ଶିକ ସ୍ଥିତିରୁ ଏହା ଏକାମ୍ର କ୍ଷେତ୍ରରେ ଭୂମି ତଳେ ଅନେକ ଗୁଡ଼ିଏ ଐତିହାସିକ ଢାଂଚାର ଅନୁମାନ କରାଯାଉଛି । ଭୁବନେଶ୍ୱର ସ୍ଥିତ ଶୁକସାରୀ ମନ୍ଦିର ଏବଂ ପ୍ରଭୁ ଲିଙ୍ଗରାଜ ମନ୍ଦିର ପୂରାତନ କୀର୍ତିରାଜି ଏବଂ ପ୍ରତ୍ନତତ୍ୱ ବିଭାଗ ଓ ଭଗ୍ନାବଶେଷ ଆଇନ (ଏମଏଏସଆର) ଅଧୀନରେ ଏଏସଆଇ ଦ୍ୱାରା ସୁରକ୍ଷିତ ରଖାଯାଇଛି । ତେଣୁ ଅମୂଲ୍ୟ ପୂରାତନ ଓଡ଼ିଶାର ପ୍ରଚୀନ କୀର୍ତିରାଜିକୁ ସୁରକ୍ଷିତ ରଖିବା ପାଇଁ ତୁରନ୍ତ ପଦକ୍ଷେପ ନେବାର ଆବଶ୍ୟକତା ରହିଛି ।
ଓଡ଼ିଶାର ପ୍ରାଚୀନ ମନ୍ଦିରର ସ୍ଥାପତ୍ୟ, କାରୁକାର୍ଯ୍ୟସମ୍ପନ୍ନ, ସାମାଜିକ ସଂସ୍କୃତି ଓ ଧାର୍ମିକ ମହତ୍ୱକୁ ଧ୍ୟାନରେ ରଖି ଭୁବନେଶ୍ୱର ଏକାମ୍ର କ୍ଷେତ୍ର ବିଶେଷ ଭାବରେ ପ୍ରଭୁ ଲିଙ୍ଗରାଜ ଓ ଶୁକଶାରୀ ମନ୍ଦିର ନିକଟକୁ ଏକ ଏଏସଆଇର ବିଶେଷଜ୍ଞ ଦଳକୁ ପଠାଇବାକୁ ନିର୍ଦ୍ଦେଶ ଦେବା ପାଇଁ ଶ୍ରୀ ପ୍ରଧାନ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ରାଷ୍ଟ୍ରମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲଙ୍କୁ ଅନୁରୋଧ କରିଛନ୍ତି । ଏହା ଦ୍ୱାରା ଏଠାରେ ଭୂମି ତଳେ ଥିବା ଐତିହାସିକ ଢ଼ାଂଚାର ପୁନଃଉଦ୍ଧାର ନିର୍ଦ୍ଧାରିତ ସମୟ ମଧ୍ୟରେ ହୋଇପାରିବ ବୋଲି କେନ୍ଦ୍ରମବୀ ଶ୍ରୀ ପ୍ରଧାନ ପତ୍ରରେ ଉଲ୍ଲେଖ କରିଛନ୍ତି ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।