“ବଜେଟରୁ ଓଡ଼ିଶା ଭଳି ରାଜ୍ୟ ବେଶୀ ଲାଭ ପାଇବେ”

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସଂସଦରେ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଆଗତ ହୋଇଥିବା ସାଧାରଣ ବଜେଟ ଦ୍ୱାରା ଭାରତବର୍ଷର କୃଷକ, ମହିଳା, ଯୁବକ, ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନେ ଅଧିକ ଲାଭାନ୍ୱିତ ହେବେ। ଓଡ଼ିଶା ଭଳି ରାଜ୍ୟରେ ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନଙ୍କର ସଂଖ୍ୟା ଢେର ଥିବାରୁ ସେମାନେ ମଧ୍ୟ ବେଶୀ ଲାଭ ପାଇବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନା ୨୦୨୦-୨୧ ଆର୍ଥିକ ବର୍ଷର ସାଧାରଣ ବଜେଟକୁ ଯୁଗାନ୍ତକାରୀ […]

dharmendra

dharmendra

Manoranjan Sial
  • Published: Saturday, 01 February 2020
  • Updated: 01 February 2020, 08:52 PM IST

Sports

Latest News

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ସଂସଦରେ ଶନିବାର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଦ୍ୱାରା ଆଗତ ହୋଇଥିବା ସାଧାରଣ ବଜେଟ ଦ୍ୱାରା ଭାରତବର୍ଷର କୃଷକ, ମହିଳା, ଯୁବକ, ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନେ ଅଧିକ ଲାଭାନ୍ୱିତ ହେବେ। ଓଡ଼ିଶା ଭଳି ରାଜ୍ୟରେ ଜନଜାତି, ଦଳିତ ଓ ପଛୁଆ ବର୍ଗର ଲୋକମାନଙ୍କର ସଂଖ୍ୟା ଢେର ଥିବାରୁ ସେମାନେ ମଧ୍ୟ ବେଶୀ ଲାଭ ପାଇବେ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନା

୨୦୨୦-୨୧ ଆର୍ଥିକ ବର୍ଷର ସାଧାରଣ ବଜେଟକୁ ଯୁଗାନ୍ତକାରୀ ବଜେଟ‌୍‍ କହିବା ସହ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଅର୍ଥମନ୍ତ୍ରୀଙ୍କୁ କୃତଜ୍ଞତା ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ। ସେ କହିଛନ୍ତି-“ଓଡିଶା ଭଳି ରାଜ୍ୟରେ ବ୍ଲୁ ଇକୋନୋମି ମାଧ୍ୟମରେ ମାଛ ଉତ୍ପାଦନକୁ ଦୁଇଗୁଣା କରାଯିବ। ଯୁବକମାନଙ୍କର ମେରାଇନ‌୍‍ ବ୍ୟବସାୟରେ ଭାଗିଦାରୀ ବଢାଇବା ପାଇଁ "ସାଗର ମିତ୍ର' ଭଳି କାର୍ଯ୍ୟକ୍ରମ ସାମ୍ନାକୁ ଅଣାଯାଇଛି। ଦେଶର ଗ୍ରାମ ପଞ୍ଚାୟତ ଗୁଡିକୁ ଭାରତ ନେଟ୍‌ ମାଧ୍ୟମରେ ଯୋଡାଯିବ। ସରକାରୀ ସୁବିଧାରୁ ବଞ୍ଚିତ ସାଧାରଣ ତଥାଗରିବ ଶ୍ରେଣୀର ଲୋକ ଏହାର ଲାଭ ପାଇବେ। ସେହିପରି ପ୍ରତି ଗାଁରେ କୃଷି ଆଧାରିତ ବଜାର ତିଆରି କରାଯିବ। ଏହାଛଡ଼ା ଶୀତଳ ଭଣ୍ଡାର ବ୍ୟବସ୍ଥାକୁ ବଢାଇବା ପାଇଁ ବଜେଟରେ ଗୁରୁତ୍ୱ ଦିଆଯାଇଛି।”

ଶ୍ରୀ ପ୍ରଧାନ ଆହୁରି କହିଛନ୍ତି-“ବଜେଟରେ ଶିକ୍ଷା ଓ ସ୍ୱାସ୍ଥ୍ୟ କ୍ଷେତ୍ରରେ ନିବେଶ ବଢା ଯାଇଛି। ଢାଂଚାଗତ କ୍ଷେତ୍ର ତଥା ସଡ଼କପଥ, ରେଳ, ବିମାନ ଓ ଜଳପଥର ବିକାଶ ପାଇଁ ଗୁରୁତ୍ୱ ଦିଆଯାଇଛି। ଏହିସବୁ କାମର ଲାଭ ଓଡ଼ିଶା ରାଜ୍ୟ ପାଇବ। ଅପରପକ୍ଷରେ ଯେଉଁ ଅଂଚଳରେ ଜଙ୍ଗଲ ଅଧିକା ଅଛି, ସେହି ରାଜ୍ୟକୁ ଅଧିକ ପଇସା ଦିଆଯିବା ନେଇ ୧୫ ତମ ଫାଇନାନ୍ସ କମିଶନରେ ବ୍ୟବସ୍ଥା ହୋଇଛି। ଓଡ଼ିଶାରେ ଜଙ୍ଗଲର ମାତ୍ରା ବୃଦ୍ଧି ପାଇଥିବାରୁ ଏହାର ଫାଇଦା ମିଳିବ। ଏହାବ୍ୟତୀତ ମଧ୍ୟବିତ ଓ ବ୍ୟବସାୟୀଙ୍କ ପାଇଁ ବଜେଟରେ ନୂଆ ନୀତି ଅଣାଯାଇଛି। ବ୍ୟକ୍ତିଗତ ଆୟରେ ଲାଗୁଥିବା ଟିକସ୍‌ ହ୍ରାସ କରାଯାଇଛି। କର୍ପୋରେଟ୍‌ ଜଗତ ପାଇଁ ଟିକସରେ ସୁଧାର ଅଣାଯାଇଛି। ଷ୍ଟାଟଅପ‌୍‍ କରୁଥିବା ବ୍ୟକ୍ତିମାନଙ୍କୁ ଟିକସ ରହାତି ଦିଆଯାଇଛି। ଯଦ୍ୱାରା କରଦାତା ଓ ବ୍ୟବସାୟୀ ଉଭୟ ଲାଭ ପାଇବେ। ଓଡ଼ିଶା ମଧବର୍ଗୀୟ ରାଜ୍ୟ ହେଉଥିବାରୁ ଲାଭ ପାଇବ।”

telegram ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।

Related Stories

Trending

Photos

Videos