ଭୁବନେଶ୍ୱରରେ ସ୍ମୃତି ଇରାନୀ

Ordigital Desk
  • Published: Tuesday, 26 June 2018
  • , Updated: 26 June 2018, 09:55 AM IST
<p>ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଦିନିକିଆ ଓଡ଼ିଶା ଗସ୍ତରେ ଆସି ଭୁବନେଶ୍ୱରରେ ପହଞ୍ଚିଛନ୍ତି କେନ୍ଦ୍ର ବୟନ ଶିଳ୍ପ ମନ୍ତ୍ରୀ ସ୍ମୃତି ଇରାନୀ। ବିମାନବନ୍ଦରରୁ ସେ ସିଧାସଳଖ ସହିଦ୍ ନଗରରେ ଥିବା ବୁଣାକାର ସେବା କେନ୍ଦ୍ର ପରିଦର୍ଶନ କରିଛନ୍ତି। ଏହାପରେ ସେ ହୋଟେଲ ମାରିୟନରେ ଅନୁଷ୍ଠିତ ଏକ ବୁଦ୍ଧିଜୀବୀ ସମ୍ମିଳନୀରେ ଯୋଗ ଦେବେ।</p> <p>ଅପରାହ୍ନ ଗୋଟାଏରେ ରାଜ୍ୟ ବିଜେପି କାର୍ଯ୍ୟାଳୟରେ ଅନୁଷ୍ଠିତ ଏକ ସାମ୍ବାଦିକ ସମ୍ମିଳନୀକୁ ସମ୍ବୋଧିତ କରିବେ। ୪ଟା ୩୦ ମିନିଟ୍&zwnj;ରେ ସମ୍ପର୍କ ଫର ସମର୍ଥନ କାର୍ଯ୍ୟକ୍ରମରେ ଯୋଗ ଦେବେ। ପୂର୍ବ ନିର୍ଦ୍ଧାରିତ କାର୍ଯ୍ୟକ୍ରମ ଶେଷ ହେବା ପରେ ସନ୍ଧ୍ୟାରେ ସେ ଦିଲ୍ଲୀ ପ୍ରତ୍ୟାବର୍ତ୍ତନ କରିବାର କାର୍ଯ୍ୟକ୍ରମ ରହିଛି।</p>

Related story