ଆନନ୍ଦପୁର (ମୁନା ସିଂହ): ଯାଜପୁର ଜିଲ୍ଲା ଟମକା ଥାନା ଅନ୍ତର୍ଗତ ଜନିନ୍ଦାପାଳରେ ଜଣେ ଟ୍ରକ୍ ମାଲିକଙ୍କୁ କିଛି ଦୁର୍ବୃତ୍ତ ଫୋନ୍ କରି ଘରୁ ଡାକିବା ପରେ ହତ୍ୟା କରିଥିବା ନେଇ ଅଭିଯୋଗ ହୋଇଛି। ତାଙ୍କ ନାଁ ନିରଞ୍ଜନ ସାହୁ।
ବ୍ୟାବସାୟିକ କାରଣରୁ ତାଙ୍କୁ ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି।
ଗତକାଲି ରାତିରେ ଦୁର୍ବୃତ୍ତମାନେ ଫୋନ୍ କରି ନିରଞ୍ଜନଙ୍କୁ ଡାକିଥିଲେ। ସେ ରାତିରେ ଆଉ ଘରକୁ ଫେରି ନ ଥିଲେ। ଆଜି ସକାଳେ ଏକ ଅଳିଆଗଦାରୁ ତାଙ୍କ ରକ୍ତାକ୍ତ ମୃତଦେହ ଉଦ୍ଧାର କରାଯାଇଥିଲା। ତାଙ୍କୁ ହତ୍ୟା କରାଯାଇଥିବା ପରିବାର ଲୋକେ ଥାନାରେ ଅଭିଯୋଗ କରିଛନ୍ତି। ଏ ଘଟଣାରେ ଜଣେ ବ୍ୟକ୍ତିଙ୍କୁ ସନ୍ଦେହ କରାଯାଉଥିବା ବେଳେ ପୁଲିସ୍ ତାଙ୍କୁ ଅଟକ ରଖି ପଚରାଉଚରା କରୁଥିବା ବେଳେ ତା’ ଘରୁ କିଛି ଅସ୍ତ୍ରଶସ୍ତ୍ର ଜବତ କରିଛି।
ଏହି ଘଟଣାର ପ୍ରତିବାଦରେ ଉତ୍ତ୍ୟକ୍ତ ଲୋକେ ବ୍ରାହ୍ମଣୀପାଳ ରାସ୍ତା ଅବରୋଧ କରିଥିଲେ। ଅଭିଯୁକ୍ତକୁ ତୁରନ୍ତ ଗିରଫ କରିବା ପାଇଁ ସେମାନେ ଦାବି କରିଥିଲେ। ଅତିରିକ୍ତ ଏସ୍ପି ରାଜକିଶୋର ଦ୍ୱାରା ଲୋକଙ୍କୁ ବୁଝାସୁଝା କରିବା ପରେ ରାସ୍ତାରୋକ ହଟିଥିଲା।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Politics
ହଂସିକାଙ୍କ ଠକେଇ ସିଣ୍ଡିକେଟ୍ : ଅନୀଲଙ୍କ ମାଲିକାନାରେ ସିରାଜୁଦ୍ଦିନ ପରିବାରର ୨ କମ୍ପାନୀ, ଖୋଲିବ କି ବିଜେଡି ଲିଙ୍କ୍
୨ଟି କମ୍ପାନୀ ରାଜ୍ୟର ପରିଚିତ ଖଣି ବ୍ୟବସାୟୀ ସିରାଜୁଦ୍ଦିନ ପରିବାରର, ଆଉ ଗୋଟିଏ ରିଏଲ ଇଷ୍ଟେଟ୍ କମ୍ପାନୀକୁ ନିଜର ଅନ୍ୟ ଦୁଇଜଣ ଭାଇ ଅସିତ୍ ଓ ଅଜିତଙ୍କ ସହ ମିଶି ୨୦୨୩ ଜୁନ୍ ମାସରେ ତିଆରି କରିଛନ୍ତି ଅନୀଲ ।
Miscellaneous
‘ଆଜିର ସମାଜରେ ପିଲାମାନେ ବାପା, ମାଆଙ୍କୁ ବୋଝ ବୋଲି ଭାବୁଛନ୍ତି’
ବିଦ୍ୟାଳୟର ପ୍ରଧାନଶିକ୍ଷକ ବୀରେନ୍ଦ୍ର କୁମାର ସେଣଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ମୁଖ୍ୟଅତିଥି ଭାବେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରାଚୀତନୟା ଗିରି ଯୋଗଦେଇ ଶିକ୍ଷାର୍ଥୀଙ୍କ ଚରିତ୍ର ଗଠନରେ ମାଆମାନଙ୍କ ସଂସ୍କାର ଜରୁରୀ ବୋଲି କହିଥିଲେ।
Politics
ଖୋଲିବ ଠକ ଯୋଡ଼ି ହଂସିକା ଓ ଅନୀଲଙ୍କ ରାଜନୀତି ଲିଙ୍କ?
ଚିତାକଟା ଯୋଡ଼ି ହଂସିକା ଅଭିଲିପ୍ସା ଓ ଅନୀଲ ମହାନ୍ତି ମିଛିମିଛିକା ଅନେକ ପ୍ରଭାବଶାଳୀଙ୍କୁ ନିଜର ସମ୍ପର୍କୀୟ ଦର୍ଶାଇ ଓଡ଼ିଶା-ଛତିଶଗଡ଼-ଝାଡ଼ଖଣ୍ଡରେ ବିସ୍ତାର କରିଥିଲେ ନିଜର ଠକ ସାମ୍ରାଜ୍ୟ।