ପୁରୀ (ଓଡ଼ିଶା ରିପୋର୍ଟର): ଶ୍ରୀମନ୍ଦିର ସୁରକ୍ଷା କରିଡର ମଧ୍ୟରେ ଦେଖିବାକୁ ମିଳିଛି ଏକ ଅଭାବନୀୟ ଦୃଶ୍ୟ। ସୁରକ୍ଷା ବଳୟ ଭାଙ୍ଗି ଏକ ଗାଡ଼ି ଅରୁଣ ସ୍ତମ୍ଭ ନିକଟରେ ପହଞ୍ଚିଥିଲା। ତେବେ ସମ୍ପୃକ୍ତ ଗାଡ଼ିରେ ଜଣେ ବ୍ୟକ୍ତି ସପରିବାରରେ ଆସି ୭୫ ମିଟର କରିଡର ମଧ୍ୟରେ ଗାଡି ପାର୍କ କରି ଦର୍ଶନ କରି ଫେରିଛନ୍ତି। ଶ୍ରୀମନ୍ଦିର ସମ୍ମୁଖରେ ଡ୍ୟୁଟିରେ ଥିବା ପୁଲିସ କର୍ମଚାରୀମାନେ ଏହା ଦେଖି ମଧ୍ୟ ଅଣଦେଖା କରିଦେଇଥିଲେ।
ଅରୁଣ ସ୍ତମ୍ଭ ନିକଟକୁ ଭିଆଇପି ଓ ଭିଭିଆଇପି ଗାଡ଼ି ଆସୁ ନଥିବା ବେଳେ ଏହି ଗାଡିଟି କିଭଳି ପହଞ୍ଚିଲା, ତାହା ତଦନ୍ତ ସାପେକ୍ଷ। ୨୪ ତାରିଖରେ ମହାପ୍ରଭୁଙ୍କର ଦେବସ୍ନାନ ପୂର୍ଣ୍ଣିମା। ଏଥିପାଇଁ ଶ୍ରୀକ୍ଷେତ୍ରରେ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି କରାଯାଇଛି। ଏହା ସତ୍ତ୍ୱେ ଏକ ଗାଡ଼ି ସୁରକ୍ଷା ବଳୟ ଭାଙ୍ଗି ଅରୁଣ ସ୍ତମ୍ଭ ନିକଟରେ ପହଞ୍ଚିଛି। ଏହି ମାମଲା ସାମ୍ନାକୁ ଆସିବା ପରେ ଘଟଣାର ତଦନ୍ତ ହେବ ବୋଲି ପୁରୀ ଏସ୍ପି କହିଛନ୍ତି।
TAGS
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories

Miscellaneous
କିଟ୍ ବିବାଦ: ଗୃହରେ ଉଦବେଗ, ଉଚ୍ଚଶିକ୍ଷା ମନ୍ତ୍ରୀ ନିରବ: ଅଚ୍ୟୁତଙ୍କ ନାଁରେ ଜମି ହଡ଼ପ ମାମଲା ରୁଜୁ
କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ବିରୁଦ୍ଧରେ ଇନଫୋସିଟି ଥାନାରେ ଜମି ହଡ଼ପ ମାମଲା ରୁଜୁ ହୋଇଛି । ଆଉ ନେପାଳୀ ଛାତ୍ରୀ ମୃତ୍ୟୁ ଘଟଣାରେ ସରକାରଙ୍କ କୋହଳ ଆଭିମୁଖ୍ୟ ଯୋଗୁ ମୁଖ୍ୟ ଅଭିଯୁକ୍ତ ଅଦ୍ୱିକ୍ ଶ୍ରୀବାସ୍ତବ ଜାମିନ ପାଇବାର ସମ୍ଭାବନା ଥିବା ଜଣାପଡ଼ିଛି ।

Miscellaneous
ଏଆଇ ଆପ୍ ଲଢ଼େଇ: ଅଜବ ଉତ୍ତର ଦେଇ ବିବାଦରେ Grok!
ମାତ୍ର ମାସେ ତଳେ ଆସିଥିବା ଏଲନ ମସ୍କଙ୍କ ଏଆଇ-ଗ୍ରକ୍-3 ତାଙ୍କ କମ୍ପାନୀ X ବା ଟ୍ୱିଟରରେ ଚାଲିଥିବା କଥାବାର୍ତ୍ତା ଓ ଆଲୋଚନାରୁ ବି ତଥ୍ୟ ନେଇ ଅନେକ ପ୍ରସଙ୍ଗରେ ମଜାଳିଆ ଢଙ୍ଗରେ ଉତ୍ତର ଦେଉଛି।

Miscellaneous
ଓଡ଼ିଶାରେ ବଢ଼ିଚାଲିଛି ଏଚଆଇଭି ସଂକ୍ରମିତ: ଚିହ୍ନଟ ହେଲେଣି ୬୩୭୪୨ଜଣ
ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଓ ସଂକ୍ରମଣ ହାରକୁ ପ୍ରଶମିତ କରିବା ପାଇଁ ରାଜ୍ୟରେ ମୋଟ ୨୦ଟି ଏଆରଟି କେନ୍ଦ୍ର, ୧୭ଟି ଲିଙ୍କ୍ ଏଆରଟି ଓ ୧୨ଟି ଗୋଷ୍ଠୀ ସେବା କେନ୍ଦ୍ର କାର୍ଯ୍ୟ କରୁଛି।

Miscellaneous
କାହା ସୁରକ୍ଷାରେ ରାଜା ଚକ୍ର: ସନ୍ଦେହରେ କ୍ରାଇମବ୍ରାଂଚ, କାହିଁକି ଥମିଗଲା ତଦନ୍ତ?
ରାଜାଙ୍କୁ ଗିରଫ ପରେ ରାଜ୍ୟ କ୍ରାଇମବ୍ରାଂଚ ଡିଜି ଏକ ସାମ୍ବାଦିକ ସମ୍ମିଳନୀ କରି ତାଙ୍କର କଳା ସାମ୍ରାଜ୍ୟର ଚିଠା ଦେଲେ। କିନ୍ତୁ କ୍ରାଇମବ୍ରାଂଚ ରାଜାଙ୍କୁ ରିମାଣ୍ଡରେ ଆଣିଲା ନାହିଁ କିମ୍ବା ରାଜାଙ୍କ ପକ୍ଷରୁ ତାଙ୍କର ଜାମିନ ପାଇଁ ମଧ୍ୟ ଆବେଦନ ହେଲାନାହିଁ ।

Miscellaneous
ହୋଲଡିଂ ଟ୍ୟାକ୍ସ: କୁଆଡ଼େ ଗଲା ବିଏମସିର ସଂଶୋଧିତ ତାଲିକା ?
ମାର୍ଚ୍ଚ ୧୨ ତାରିଖରେ ଏକ ପ୍ରେସ ମିଟରେ ମଧ୍ୟ ବିଏମସି ମେୟର ସୁଲୋଚନା ଦାସ ବିଏମସିର ତ୍ରୁଟିକୁ ସ୍ୱୀକାର କରିଥିଲେ।