ରାୟଗଡ଼ା(ମନୋଜ ପାତ୍ର): ରାୟଗଡ଼ା ସହର ମଧ୍ୟରେ ଥିବା ଓଭରବ୍ରିଜ୍ ନିକଟରେ ଶୋଇଥିବା ଦୁଇ ଜଣ ବାଳକଙ୍କ ଉପରକୁ ଏକ ଅଜଣା ଗାଡ଼ି ମାଡି ଯିବାରୁ ସେମାନେ ଗୁରୁତର ହୋଇଛନ୍ତି। ଆହତଦ୍ୱୟ ହେଲେ ଅର୍ଜୁନ ଶବର(୧୨) ଓ ଶେଖର ଶବର (୧୪)। ସେମାନଙ୍କ ଘର ବଲାଙ୍ଗିର ଜିଲ୍ଲା ପାଟଣାଗଡ଼ରେ। ସେମାନେ ଏଠାରେ ତାଙ୍କ ପରିବାର ସହ ଆସି ରଥଯାତ୍ରା ସମୟରେ ବୁଲିବିକି ନିଜର ପରିବାର ପ୍ରତିପୋଷଣ କରିଥାନ୍ତି।
ଗତକାଲି ରାତିରେ ଅର୍ଜୁନ ଓ ଶେଖରଙ୍କ ପରିବାରର ୫ ଜଣ ଓଭରବ୍ରିଜ୍ ନିକଟରେ ଶୋଇଥିଲେ। ଏହି ମସୟରେ ଏକ ଅଜଣା ଗାଡ଼ି ଅର୍ଜୁନ ଓ ଶେଖରଙ୍କ ଗୋଡ ଉପରେ ଚଢ଼ି ଯାଇଥିଲା। ଗୁରୁତର ଅବସ୍ଥାରେ ସେମାନଙ୍କ ପରିବାର ଲୋକେ ରାୟଗଡା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଏନେଇ ଡାକ୍ତରଖାନା ପକ୍ଷରୁ ପୁଲିସରେ ଖବର ଦିଆଯାଇଥିବା ଡାକ୍ତର କହିଛନ୍ତି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Accident
କେଉଁଠି ବସ୍ ଚାପି ଦେଲା, କେଉଁଠି ଟ୍ରକ୍ ପିଟି ଦେଲା; ୬ ମୃତ, ୧୫ରୁ ଅଧିକ ଆହତ
କାର ପିଟି ଦେବାରୁ ଚାଲିଗଲା ଶାଶୁଙ୍କ ଜୀବନ। ଜ୍ୱାଇଁ ଗୁରୁତର ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି।
Miscellaneous
କଳକୀ କିଏ? ଏମିତି କହିଲେ ବାବା ବଳିଆ
ବାବା ବଳିଆ କହିଛନ୍ତି, ଆମେ ପିଲା ଦିନରୁ ଅନେକ କଳକୀ, ଅନେକ ମାଧବ ଓ ଅନେକ କୃଷ୍ଣଙ୍କୁ ଦେଖିଛୁ। ତାଙ୍କ ସହିତ କଥାବାର୍ତ୍ତା ହୋଇଛୁ। ସେମାନେ ସବୁବେଳେ ଦାବି କରନ୍ତି, ଆମେ କଳକୀ ବୋଲି।
Entertainment
ଅନନ୍ତ, ଶ୍ରୀନିବାସ ଓ ଜୟୀ ଗ୍ରହଣ କଲେ ‘ମୋହନସୁନ୍ଦର ଦେବ ଗୋସ୍ୱାମୀ ପୁରସ୍କାର’
୨୦୨୧ ବର୍ଷ ପାଇଁ ଶ୍ରେଷ୍ଠ ଅଭିନେତା ଭାବରେ ‘ପ୍ରତୀକ୍ଷା’ ଚଳଚ୍ଚିତ୍ର ପାଇଁ ଦୀପନ୍ୱିତ ଦାସ ମହାପାତ୍ର ଓ ଶ୍ରେଷ୍ଠ ଅଭିନେତ୍ରୀ ଭାବରେ ‘ଡାଲଚିନି’ ଚଳଚ୍ଚିତ୍ର ପାଇଁ ସୂର୍ଯ୍ୟମୟୀ ମହାପାତ୍ରଙ୍କୁ ପୁରସ୍କୃତ କରାଯାଇଛି।
Culture & Literature
ମନୋଜ ମିଶ୍ର କ୍ଷମା ମାଗନ୍ତୁ, ନହେଲେ କୋର୍ଟକୁ ଯିବୁ
ଜଣେ ଜନପ୍ରତିନିଧି, ଜଣେ ଲେଖକ ଓ ଫକୀରମୋହନ ସେନାପତିଙ୍କର ଜଣେ ପାଠକ ଭାବରେ ମୁଁ ମନୋଜ ମିଶ୍ରଙ୍କ ମନ୍ତବ୍ୟକୁ ତୀବ୍ର ନିନ୍ଦା କରୁଛି ବୋଲି ଶ୍ରୀ ଦାସ କହିଛନ୍ତି।