ଆଜିଠୁ ଅନଲକ୍-ଥ୍ରୀ; ରାତ୍ରକାଳୀନ କର୍ଫ୍ୟୁ ବଳବତ୍ତର

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ଅନଲକ୍-ଥ୍ରୀ । ଅନଲକ୍-ଥ୍ରୀରେ ରାଜ୍ୟରେ ବଳବତ୍ତର ରହିବ ରାତ୍ରକାଳୀନ କର୍ଫ୍ୟୁ। ରାତି ୯ଟାରୁ ସକାଳ ୫ଟା ଯାଏଁ ସାଧାରଣ ଆତଯାତ ବନ୍ଦ ରହିବ । ହେଲେ ରାତ୍ରକାଳୀନ କର୍ଫ୍ୟୁରେ ଅତ୍ୟାବଶ୍ୟକ ସେବା ଚାଲୁ ରହିବ। ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀ ଯାଆସ କରିପାରିବେ । ସେହିଭଳି କଣ୍ଟେନମେଣ୍ଟ ଜୋନରେ ଲକ୍‌ଡାଉନ୍‌ ସଂପୂର୍ଣ୍ଣ ଲାଗୁ ହେବ । କଣ୍ଟେନମେଣ୍ଟ ଜୋନରେ ଅବାଧ ପ୍ରବେଶ ଓ ପ୍ରସ୍ଥାନ ଉପରେ ରୋକ୍ ଜାରି ରହିବ […]

UNLOCK-2

Niharika Rout
  • Published: Saturday, 01 August 2020
  • , Updated: 01 August 2020, 07:53 AM IST

ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର): ଆଜିଠୁ ଆରମ୍ଭ ହେଉଛି ଅନଲକ୍-ଥ୍ରୀ । ଅନଲକ୍-ଥ୍ରୀରେ ରାଜ୍ୟରେ ବଳବତ୍ତର ରହିବ ରାତ୍ରକାଳୀନ କର୍ଫ୍ୟୁ। ରାତି ୯ଟାରୁ ସକାଳ ୫ଟା ଯାଏଁ ସାଧାରଣ ଆତଯାତ ବନ୍ଦ ରହିବ । ହେଲେ ରାତ୍ରକାଳୀନ କର୍ଫ୍ୟୁରେ ଅତ୍ୟାବଶ୍ୟକ ସେବା ଚାଲୁ ରହିବ। ଅତ୍ୟାବଶ୍ୟକ ସେବାରେ ନିୟୋଜିତ କର୍ମଚାରୀ ଯାଆସ କରିପାରିବେ । ସେହିଭଳି କଣ୍ଟେନମେଣ୍ଟ ଜୋନରେ ଲକ୍‌ଡାଉନ୍‌ ସଂପୂର୍ଣ୍ଣ ଲାଗୁ ହେବ ।

କଣ୍ଟେନମେଣ୍ଟ ଜୋନରେ ଅବାଧ ପ୍ରବେଶ ଓ ପ୍ରସ୍ଥାନ ଉପରେ ରୋକ୍ ଜାରି ରହିବ । ଅଗଷ୍ଟ ୩୧ ଯାଏ ଧାର୍ମିକ ଅନୁଷ୍ଠାନ ଲୋକଙ୍କ ପାଇଁ ବନ୍ଦ ରହିବା ସହ ଅନ୍ତର୍ଜାତୀୟ ବିମାନ ଚଳାଚଳ, ସିନେମା ହଲ୍, ସୁଇମିଂ ପୁଲ୍ ମଧ୍ୟ ବନ୍ଦ ରହିବ । ସେହିଭଳି ଥିଏଟର, ଆସେମ୍ବ୍ଲି ହଲ୍, ସାମାଜିକ, ରାଜନୈତିକ କାର୍ଯ୍ୟ ଉପରେ କଟକଣା ବଳବତ୍ତର ରହିବ । ସ୍କୁଲ, କଲେଜ, ଶିକ୍ଷାନୁଷ୍ଠାନରେ ପାଠପଢ଼ା ବନ୍ଦ ରହିବ । ତେବେ ପରୀକ୍ଷାକୁ ଅନୁମତି ମିଳିଛି ।

କେନ୍ଦ୍ର ସରକାରଙ୍କ ନିୟମ ଭଳି ଅଗଷ୍ଟ ୫ରୁ ଯୋଗ କେନ୍ଦ୍ର ଓ ଜିମ୍ ଖୋଲାଯାଇପାରିବ ବୋଲି ରାଜ୍ୟ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି।

 

Related story