ଭୁବନେଶ୍ୱର(ଓଡ଼ିଶା ରିପୋର୍ଟର):ବିଶିଷ୍ଟ ଉର୍ଦ୍ଦୁ କବି ସୋହେଲ ଅଖତରଙ୍କ ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୫୭ବର୍ଷ ହୋଇଥିଲା।
ମଙ୍ଗଳବାର ରାତିରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଥିଲେ। କିଛି ଦିନ ହେବ ସେ ଅସୁସ୍ଥ ଥିଲେ। ସେ ଭୁବନେଶ୍ୱରରେ ରହୁଥିଲେ।
ଉର୍ଦ୍ଦୁ ଜଗତରେ ସେ ଜଣେ ପ୍ରସିଦ୍ଧ କବି ଥିଲେ। ସାଏରୀ ରଚନାରେ ସେ ସିଦ୍ଧହସ୍ତ ଥିଲେ। ତାଙ୍କ ବିୟୋଗ ସମଗ୍ର ସାହିତ୍ୟ ଜଗତ ପାଇଁ ଏକ ଅପୂରଣୀୟ କ୍ଷତି ସୃଷ୍ଟି କରିଛି ।
ସେ ଅନେକ ଓଡ଼ିଆ କବିତାକୁ ଉର୍ଦ୍ଦୁରେ ଅନୁବାଦ କରିଛନ୍ତି। ଅନେକ ଇଂରାଜୀ କବିତାକୁ ଉର୍ଦ୍ଦୁରେ ଏବଂ ଅନେକ ଉର୍ଦ୍ଦୁ କବିତାକୁ ଇଂରାଜୀରେ ଅନୁବାଦ କରିଛନ୍ତି।
ସେ ଜଣେ ସରଳ ଓ ଅମାୟିକ ବ୍ୟକ୍ତିଭାବେ ଜଣାଶୁଣା ଥିଲେ। ସେ ଅନେକ ପତ୍ରିକା ସହ ଜଡ଼ିତ ଥିଲେ।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଉଦୟଗିରି ଓ ରତ୍ନଗିରିରେ ଏକାଠୀ ହେଲେ ୧୭ ଦେଶର ୧୫୦୦ ବୌଦ୍ଧ ଧର୍ମାବଲମ୍ବୀ
ଆସନ୍ତା ୧୬ ତାରିଖରେ ଏହି କାର୍ଯ୍ୟକ୍ରମ ଉଦ୍ଯାପିତ ହେବ। ଏଥିରେ ବାଚସ୍ପତି ସୁରମା ପାଢୀ ଓ ଉପମୁଖ୍ୟ ମନ୍ତ୍ରୀ ପ୍ରଭାତୀ ପରିଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି।
Entertainment
ମଞ୍ଚରେ ଚଢ଼ିବେନି ସାହୁ ଭାଉଜ, ନିଶା ମହାରଣାଙ୍କ ଭଳି ନୃତ୍ୟାଙ୍ଗନା
ଯାତ୍ରା ମହାକୁମ୍ଭରେ ହେବନି ଅଶ୍ଲୀଳ ନୃତ୍ୟ। ଆଜି ଖଣ୍ଡଗିରି ଥାନା ପରିସରରେ ବସିଥିବା ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି। ବାରମ୍ବାର ଅଭିଯୋଗ ପରେ ମଧ୍ୟ ଯାତ୍ରା ଜଗତକୁ କଳଙ୍କିତ କରୁଥିଲେ କିଛି ନୃତ୍ୟଶିଳ୍ପୀ।
Miscellaneous
ଭାରତ ସରକାରଙ୍କ କ୍ୟାଲେଣ୍ଡରରେ ମୋଦିଙ୍କ ସହ ତୁଳା ମାଉସୀଙ୍କ ଫଟୋ
କ୍ୟାଲେଣ୍ଡରରେ ଫଟୋ ଆସିବା ପରେ ତୁଳା ମାଉସୀ ବହୁତ ଖୁସି ପ୍ରକାଶ କରିଛନ୍ତି। ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଧନ୍ୟବାଦ ଜଣାଇଛନ୍ତି।