ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଆଉ ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଦେଶର ଅନେକ ବ୍ୟକ୍ତି ବିଶେଷ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।
ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, “ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ। ଏହା ହିଁ ମୋର କାମନା।”
https://twitter.com/rashtrapatibhvn/status/1245186412959408129
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆରେ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ପ୍ରାର୍ଥନା କରିଛନ୍ତି।
https://twitter.com/narendramodi/status/1245185989250658305
ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, “ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ, ଆମ ଏକତା ଓ ସ୍ୱାଭିମାନୀପଣିଆ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢ଼ତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ।”
https://twitter.com/Naveen_Odisha/status/1245181134612377600
ସେହିପରି ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡ଼ିଶାର ଲଢ଼େଇରେ ସାମିଲ ହେବାକୁ ଆହ୍ଵାନ କରିଛନ୍ତି ରାଜ୍ୟପାଳ।
https://twitter.com/GovernorOdisha/status/1245165609177853952
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।