ଉତ୍କଳ ଦିବସରେ ଓଡ଼ିଆରେ ଟୁଇଟ୍ କରି ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ  ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଆଉ ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଦେଶର ଅନେକ ବ୍ୟକ୍ତି ବିଶେଷ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, “ଉତ୍କଳ ଦିବସ ପାଳନ […]

MODI RAMNATH

Subhransu Sekhar
  • Published: Wednesday, 01 April 2020
  • , Updated: 01 April 2020, 09:50 AM IST

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ଆଜି ପବିତ୍ର ଉତ୍କଳ ଦିବସ। ୧୯୩୬ ମସିହା ଏପ୍ରିଲ ୧ ତାରିଖରେ  ଦେଶର ପ୍ରଥମ ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ଓଡ଼ିଶା ଗଠନ ହୋଇଥିଲା। ଆଉ ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସମେତ ଦେଶର ଅନେକ ବ୍ୟକ୍ତି ବିଶେଷ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି।

ରାଷ୍ଟ୍ରପତି ରାମନାଥ କୋବିନ୍ଦ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, “ଉତ୍କଳ ଦିବସ ପାଳନ ଅବସରରେ ସମସ୍ତ ରାଜ୍ୟବାସୀଙ୍କୁ ମୋର ଅଭିନନ୍ଦନ ଓ ଶୁଭେଚ୍ଛା । ରାଜ୍ୟର ଭବିଷ୍ୟତ ଉଜ୍ୱଳମୟ, ଶାନ୍ତିପ୍ରିୟ ଏବଂ ସମୃଦ୍ଧଶାଳୀ ହେଉ। ଏହା ହିଁ ମୋର କାମନା।”

https://twitter.com/rashtrapatibhvn/status/1245186412959408129

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଧ୍ୟ ଓଡ଼ିଆରେ ଟୁଇଟ୍ କରି ଓଡ଼ିଶାବାସୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଏହା ସହିତ ଆଗାମୀ ଦିନ ମାନଙ୍କରେ ଓଡ଼ିଶାର ପ୍ରଗତି ଓ ଅଗ୍ରଗତି ପାଇଁ ପ୍ରାର୍ଥନା କରିଛନ୍ତି।

https://twitter.com/narendramodi/status/1245185989250658305

ସେହିଭଳି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓଡ଼ିଆରେ ଟୁଇଟ୍ କରି ଲେଖିଛନ୍ତି, “ଓଡ଼ିଶା ଦିବସରେ ସମସ୍ତଙ୍କୁ ମୋର ଅଭିନନ୍ଦନ। ଆମେ ଓଡ଼ିଆମାନେ ଆମ ଏକତା, ବୀରତ୍ୱ ଓ ସ୍ୱାଭିମାନୀପଣିଆ ପାଇଁ ପରିଚିତ। ହେଲେ ଏବେ ବୀରତ୍ୱ ନୁହେଁ, ଆମ ଏକତା ଓ ସ୍ୱାଭିମାନୀପଣିଆ ଦୁନିଆକୁ ଦେଖାଇବାର ସମୟ। ଆସନ୍ତୁ ଦୃଢ଼ତାରେ କରୋନା ମୁକାବିଲା କରିବା ସହ ନିଜକୁ ଓ ନିଜ ପରିବାରକୁ ସୁରକ୍ଷିତ ରଖିବା। ବନ୍ଦେ ଉତ୍କଳ ଜନନୀ।”

https://twitter.com/Naveen_Odisha/status/1245181134612377600

ସେହିପରି ଓଡ଼ିଶା ରାଜ୍ୟପାଳ ଗଣେଶୀ ଲାଲ ମଧ୍ୟ ଓଡ଼ିଶାବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଓଡ଼ିଶାକୁ ଏକ ସମୃଦ୍ଧ ଓ ବିକଶିତ ରାଜ୍ୟରେ ପରିଣତ କରିବା ପାଇଁ ସମସ୍ତେ ସଂକଳ୍ପବଦ୍ଧ ହେବା ସହ ସଂପ୍ରତି କରୋନା ବିରୋଧରେ ଓଡ଼ିଶାର ଲଢ଼େଇରେ ସାମିଲ ହେବାକୁ ଆହ୍ଵାନ କରିଛନ୍ତି ରାଜ୍ୟପାଳ।

https://twitter.com/GovernorOdisha/status/1245165609177853952

Related story