ଉତ୍ତର ପଶ୍ଚିମକୁ ଗତି କରୁଛି ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ: ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏବେ ଏହା ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର, ବିହାର ଓ ଝାଡଖଣ୍ଡ ଉପରେ କେନ୍ଦ୍ରୀଭୂତ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା […]

weather

Rakesh Mallick
  • Published: Friday, 10 July 2015
  • , Updated: 10 July 2015, 02:27 AM IST

ଭୁବନେଶ୍ୱର: ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି। ଏବେ ଏହା ପଶ୍ଚିମବଙ୍ଗର ଗାଙ୍ଗେୟ କ୍ଷେତ୍ର, ବିହାର ଓ ଝାଡଖଣ୍ଡ ଉପରେ କେନ୍ଦ୍ରୀଭୂତ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେବ। ଆଭ୍ୟନ୍ତରୀଣ ଓଡ଼ିଶାର କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ସେହିପରି ଉତ୍ତର ଓଡ଼ିଶାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ସମ୍ଭାବନା ରହିଛି।

Related story