ଭୁବନେଶ୍ୱର( ଓଡ଼ିଶା ରିପୋର୍ଟର): ଆଜି ସକାଳେ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହିତ ବର୍ଷା ହୋଇଛି। କଟକ, ଭୁବନେଶ୍ୱର, ବାଲେଶ୍ୱର ଓ ବଲାଙ୍ଗିର ଆଦି ସ୍ଥାନରେ ଝିପିଝିପି ବର୍ଷା ହୋଇଛି। ହାଲ୍କା ପବନ ବୋହିବା ସହିତ ବିଭିନ୍ନ ସ୍ଥାନରେ ପାଗ କୋହଲା ରହିଛି। ରାଜ୍ୟର ଆଉ କିଛି ସ୍ଥାନରେ ବି ଆଜି ବର୍ଷା ହେବାର ସମ୍ଭାବନ ରହିଛି।
ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ, ଜମ୍ମୁ-କାଶ୍ମୀରରୁ ଆସାମ ଯାଏ ସୃଷ୍ଟ ଲଘୁଚାପ କ୍ଷେତ୍ର ପ୍ରଭାବରେ ଏହି ବର୍ଷା ହୋଇଛି। ଏହାର ପ୍ରଭାବରେ ଆଜି କିଛି ସ୍ଥାନରେ ବର୍ଷା ହୋଇଥିବା ବେଳେ ଆଉ କିଛି ସ୍ଥାନରେ ବର୍ଷା ହୋଇପାରେ। ଉତ୍ତର ଓ ଦକ୍ଷିଣ ଓଡ଼ିଶାରେ ସ୍ଥାନେ ସ୍ଥାନେ ଘଡ଼ଘଡ଼ି ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। କେନ୍ଦୁଝର, ମୟୂରଭଞ୍ଜ, ଅନୁଗୋଳ ଓ ଦେବଗଡ଼ରେ କୁଆପଥର ମାଡ଼ ସହିତ ବର୍ଷା ହୋଇପାରେ।
ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁଯାୟୀ ଏହି ଲଘୁଚାପ କ୍ଷେତ୍ର ଯୋଗୁ ଆସନ୍ତାକାଲି ଉପକୂଳ ଓଡ଼ିଶାରେ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ହେବା ସମ୍ଭାବନା ରହିଛି।
ଏହି ବର୍ଷା ଯୋଗୁ ରାଜ୍ୟରେ ଶୀତର ପ୍ରକୋପ ପୁଣି ବଢ଼ିବାର ସମ୍ଭାବନା ରହିଛି।
ପଢନ୍ତୁ ଓଡ଼ିଶା ରିପୋର୍ଟର ଖବର ଏବେ ଟେଲିଗ୍ରାମ୍ ରେ। ସମସ୍ତ ବଡ ଖବର ପାଇବା ପାଇଁ ଏଠାରେ କ୍ଲିକ୍ କରନ୍ତୁ।
Related Stories
Miscellaneous
ଖୁବଶୀଘ୍ର ପ୍ରବାସୀ ଓଡ଼ିଆ ନୀତି, ଦାୟିତ୍ୱରେ ରହିବେ ମନ୍ତ୍ରୀ
ପ୍ରବାସୀ ଭାରତୀୟ ଦିବସ ସମାରୋହର ଉଦଯାପନୀ ସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସ୍ୱତନ୍ତ୍ର ଭାବେ ପ୍ରବାସୀ ଓଡ଼ିଆଙ୍କୁ ଭେଟି ବିଭିନ୍ନ ପ୍ରସଙ୍ଗରେ ଆଲୋଚନା କରିଥିଲେ ।
Miscellaneous
ବିଏମସି ନିଷ୍ପତ୍ତି: ମୃତ ସହଦେବଙ୍କ ପତ୍ନୀଙ୍କୁ ୫ଲକ୍ଷ ଟଙ୍କା ଓ ସୁପରଭାଇଜର ଚାକିରି
ବିଏମସି ମେୟର ସୁଲୋଚନା ଦାସଙ୍କ ଅଧ୍ୟକ୍ଷତାରେ ତଥା ପରିମଳ ଷ୍ଟାଣ୍ଡିଂ କମିଟି ଅଧ୍ୟକ୍ଷ ବିରଂଚି ନାରାୟଣ ମହାସୁପକାରଙ୍କ ଉପସ୍ଥିତିରେ ଅନୁଷ୍ଠିତ ସ୍ୱତନ୍ତ୍ର ବୈଠକରେ ଆଲୋଚନା ପରେ ସହଦେବଙ୍କ ପରିବାରକୁ ଏହି ଅନୁକମ୍ପାମୂଳକ ସହାୟତା ଦେବାକୁ ନିଷ୍ପତ୍ତି ନିଆଯାଇଛି ।
Politics
ସହଦେବ ହତ୍ୟାକାଣ୍ଡ: ବିଜେଡି-ବିଜେପି ତୁତୁମେଁମେଁ, ସନ୍ଦେହ ଘେରରେ ମେୟରଙ୍କ ଭୂମିକା, ଫସିଯିବେ କି ଅନନ୍ତ
ସହଦେବଙ୍କ ପରିବାରକୁ ନ୍ୟାୟ ଦାବିରେ ସଫେଇ କର୍ମଚାରୀମାନେ ଦୁଇଦିନ ଧରି କାର୍ଯ୍ୟବନ୍ଦ ଆନ୍ଦୋଳନ ଓ ଆଜି ପ୍ରତ୍ୟାହାର ପରେ ଭୁବନେଶ୍ୱର ମେୟର ବିଜେଡି ନେତ୍ରୀ ସୁଲୋଚନା ଦାସଙ୍କ ଭୂମିକା ମଧ୍ୟ ସନ୍ଦେହଘେରକୁ ଆସିଛି ।
Politics
ବିଶାଲ ଦାସଙ୍କ ସମେତ ୧୪ ଜଣଙ୍କ ନାଁରେ ମାମଲା
ଆଇଜି କହିଥିଲେ, ନିଖୋଜ ମାମଲାର ଚାଲିଛି ଖୋଳତାଡ଼। ଏହାର କିଛି ଘଣ୍ଟା ପରେ ଅର୍ଥାତ ବିଳମ୍ବିତ ରାତିରେ କେତେକ ସରପଞ୍ଚ, ସମିତି ସଭ୍ୟ ଛତିଶଗଡ଼ ମହାସମୁନ୍ଦ ଜିଲ୍ଲା ସରାଇପାଲିର ହୋଟେଲରେ ଥିବା ବେଳେ ନିଜେ ସମର୍ଥକଙ୍କ ସହ ପହଞ୍ଚିଥିଲେ ବିଶାଲ ଦାସ।
Crime
ହଂସିକା ଓ ଅନୀଲଙ୍କ ସମ୍ପତ୍ତି ଶହେ କୋଟି ପାର୍ କଲାଣି!
ପୂର୍ବରୁ ପୋର୍ସେ, ଜାଗୁଆର, BMW ଭଳି ୬ଟି ଦାମୀ କାର୍ ପରେ ଆଜି ୩କୋଟି ଟଙ୍କାର ଏକ ମର୍ସିଡିଜ କାର ଜବତ କରିଛି କମିସନ୍ରେଟ୍ ପୁଲିସ୍। ଏକ ପରିତ୍ୟକ୍ତ ସ୍ଥାନରେ କାରଟି ଲୁଚାଇ ରଖାଯାଇଥିଲା।