କୋର୍ଟରେ ହାଜର ହେଲେ ବର୍ଷା

କଟକ (ଓଡ଼ିଶା ରିପୋର୍ଟର): କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ସ୍ୱାମୀ ତଥା ସାଂସଦ ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ମାମଲାରେ କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ହେଉଛି ଶୁଣାଣି। ଆଜି ଉଭୟଙ୍କୁ ହାଜର ହେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇ ଥିଲେ।  ଉଭୟଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ କଟକରେ ହେବ ବୋଲି  ସୁପ୍ରିମକୋର୍ଟ […]

barsha priyadarshini

Tapas Behera
  • Published: Monday, 05 April 2021
  • , Updated: 05 April 2021, 05:18 PM IST

କଟକ (ଓଡ଼ିଶା ରିପୋର୍ଟର): କଟକ ଫ୍ୟାମିଲି କୋର୍ଟରେ ହାଜର ହେଲେ ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶନୀ। ସ୍ୱାମୀ ତଥା ସାଂସଦ ଅନୁଭବ ମହାନ୍ତିଙ୍କ ସହ ପାରିବାରିକ ବିବାଦ ମାମଲାରେ କୋର୍ଟରେ ହାଜର ହୋଇଛନ୍ତି ବର୍ଷା।

ଦିଲ୍ଲୀ ପଟିଆଲା ହାଉସ କୋର୍ଟ ବଦଳରେ କଟକ ଫ୍ୟାମିଲି କୋର୍ଟରେ ହେଉଛି ଶୁଣାଣି। ଆଜି ଉଭୟଙ୍କୁ ହାଜର ହେବା ପାଇଁ କୋର୍ଟ ନିର୍ଦ୍ଦେଶ ଦେଇ ଥିଲେ।  ଉଭୟଙ୍କ ପାରିବାରିକ ବିବାଦ ମାମଲାର ଶୁଣାଣି ଦିଲ୍ଲୀରେ ନୁହେଁ କଟକରେ ହେବ ବୋଲି  ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଥିଲେ।

ଉଭୟଙ୍କ ମଧ୍ୟରେ ଦେଖାଦେଇଥିବା ବିବାଦ ନେଇ ପଟିଆଲା ହାଉସ୍ କୋର୍ଟରେ ଆବେଦନ କରିଥିଲେ ଅନୁଭବ। ମାତ୍ର ଥରକୁ ଥର ଦିଲ୍ଲୀ ଯିବା ନିମନ୍ତେ ଅସୁବିଧାର ସମ୍ମୁଖୀନ ହେବେ କହି ମାମଲାକୁ କଟକ ସ୍ଥାନାନ୍ତର ପାଇଁ ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା।

ସୂଚନାଯୋଗ୍ୟ, ବାହାଘର ପରେ ତାଙ୍କ ସହ ଅତ୍ୟାଚାର ଓ ନିର୍ଯାତନା ହୋଇଥିବା ଅଭିଯୋଗ କରି କଟକ ଏସ୍‌ଡିଜେଏମ୍‌ କୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବର୍ଷା। ଅନୁଭବ ଜଣେ ପେସାଦାର ମଦ୍ୟପ ବୋଲି ବର୍ଷା ଅଭିଯୋଗ ଆଣିଥିଲେ। ସେହିପରି ମଦ ପିଇବା ପରେ ସେ ସବୁ ହିତାହିତ ଜ୍ଞାନ ଭୁଲିଯାଆନ୍ତି । ମଦ୍ୟପ ସାଥୀଙ୍କ ସହ ନିଜ ଶୋଇବା ଘରେ ବର୍ଷାଙ୍କ ଉପସ୍ଥିତିରେ ଅନୁଭବ ମଦ ପିଅନ୍ତି। ବିରୋଧ କଲେ ହାତରେ ଓ ବାଡ଼ିରେ ପିଟନ୍ତି । ତାସହ ଗୋଇଠା ମାରନ୍ତି ବୋଲି ବର୍ଷା ଉଲ୍ଲେଖ କରିଛନ୍ତି । ସେହିପରି ବର୍ଷା ସନ୍ତାନସନ୍ତତି ଚାହୁଁଥିଲେ ବି ଅନୁଭବ ଏହାକୁ ଏଡ଼ାଇ ଯାଉଥିଲେ ।

ଅନ୍ୟପକ୍ଷରେ ଅନୁଭବ ଉଭୟଙ୍କ ବିବାହ ଖରାପ ସମୟ ଦେଇ ଗତି କରୁଥିବାରୁ ଛାଡ଼ପତ୍ର ପିଟିସିନ୍‌ ଦାଏର ବ୍ୟତୀତ ତାଙ୍କ ପାଖରେ ଆଉ କୌଣସି ବିକଳ୍ପ ନଥିଲା ବୋଲି କହିଥିଲେ।

Related story