Advertisment

ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କଲେ ବର୍ଷା

କଟକ(ଓଡ଼ିଶା ରିପୋର୍ଟର): ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲାରେ ଆଜି ବର୍ଷା ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କରିଛନ୍ତି। କଟକ ପାରିବାରିକ ଅଦାଲତଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର କରିଥିବା ନିଜ ଆବେଦନକୁ ବର୍ଷା ପ୍ରତ୍ୟାହାର କରିଛନ୍ତି। କଟକ ପାରିବାରିକ ଅଦାଲତରେ ଅନୁଭବଙ୍କ ସାନି ସାକ୍ଷ୍ୟଗ୍ରହଣ ପାଇଁ ବର୍ଷା ଆବେଦନ କରିଥିଲେ। ତେବେ ଅନୁଭବଙ୍କ ସାକ୍ଷ୍ୟଗ୍ରହଣ ସମ୍ପୂର୍ଣ୍ଣ ହୋଇଥିବା ଦର୍ଶାଇ ଫ୍ୟାମିଲି କୋର୍ଟ ବର୍ଷାଙ୍କ ଆବେଦନକୁ ଗତ ୧୬ ତାରିଖରେ ଖାରଜ […]

ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କଲେ ବର୍ଷା

bersa

Advertisment

କଟକ(ଓଡ଼ିଶା ରିପୋର୍ଟର): ସାଂସଦ ଅନୁଭବ ମହାନ୍ତି ଓ ପତ୍ନୀ ବର୍ଷା ପ୍ରିୟଦର୍ଶିନୀଙ୍କ ବିବାଦ ମାମଲାରେ ଆଜି ବର୍ଷା ହାଇକୋର୍ଟରୁ ଆବେଦନ ପ୍ରତ୍ୟାହାର କରିଛନ୍ତି। କଟକ ପାରିବାରିକ ଅଦାଲତଙ୍କ ନିର୍ଦ୍ଦେଶକୁ ଚାଲେଞ୍ଜ କରି ହାଇକୋର୍ଟରେ ଦାୟର କରିଥିବା ନିଜ ଆବେଦନକୁ ବର୍ଷା ପ୍ରତ୍ୟାହାର କରିଛନ୍ତି। କଟକ ପାରିବାରିକ ଅଦାଲତରେ ଅନୁଭବଙ୍କ ସାନି ସାକ୍ଷ୍ୟଗ୍ରହଣ ପାଇଁ ବର୍ଷା ଆବେଦନ କରିଥିଲେ।

Advertisment

ତେବେ ଅନୁଭବଙ୍କ ସାକ୍ଷ୍ୟଗ୍ରହଣ ସମ୍ପୂର୍ଣ୍ଣ ହୋଇଥିବା ଦର୍ଶାଇ ଫ୍ୟାମିଲି କୋର୍ଟ ବର୍ଷାଙ୍କ ଆବେଦନକୁ ଗତ ୧୬ ତାରିଖରେ ଖାରଜ କରିଦେଇଥିଲେ। ଫ୍ୟାମିଲି କୋର୍ଟଙ୍କ ଏହି ନିର୍ଦ୍ଦେଶ ବିରୋଧରେ ବର୍ଷା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ।

ସୂଚନାଯୋଗ୍ୟ, ବର୍ଷା ଦାୟର କରିଥିବା ଆବେଦନର ଶୁଣାଣି ପୂର୍ବରୁ ଥରେ ଘୁଞ୍ଚାଇଥିଲେ ହାଇକୋର୍ଟ ।

Advertisment

ଅନ୍ୟପଟେ ବର୍ଷା ଖୁବ୍‌ ଶୀଘ୍ର ଶାଶୁଘର ଛାଡ଼ିବେ । ଏନେଇ ସେ କୋର୍ଟଙ୍କୁ ଜଣାଇସାରିଛନ୍ତି । SDJM କୋର୍ଟ ଦେଇଥିବା ନିଷ୍ପତ୍ତି କାଏମ ରହିଛି । ପୂର୍ବରୁ ଏନେଇ ଅନୁଭବଙ୍କ ଆବେଦନକୁ ଗ୍ରହଣ କରିଥିଲେ SDJM । ବର୍ଷା ଶାଶୁଘର ଛାଡ଼ିବା ଲାଗି ଅନୁଭବଙ୍କ ଆବେଦନ ଗ୍ରହଣ ହୋଇଥିଲା । ବର୍ଷା ଅନ୍ୟତ୍ର ରହିବା ପାଇଁ ଘରଭଡ଼ା ଦେବାକୁ କହିଥିଲେ କୋର୍ଟ । ମାସିକ ୩୦ ହଜାର ଟଙ୍କା ଘରଭଡ଼ା ଦେବାକୁ କୋର୍ଟ ନିର୍ଦ୍ଦେଶ ଦେଇଥିଲେ । SDJMଙ୍କ ନିର୍ଦ୍ଦେଶକୁ ଚାଲେଂଜ କରି ଜିଲ୍ଲା ଜଜ୍ କୋର୍ଟ ଯାଇଥିଲେ ବର୍ଷା ।

Advertisment
ସମ୍ବନ୍ଧୀୟ ପ୍ରବନ୍ଧଗୁଡ଼ିକ
Here are a few more articles:
ପରବର୍ତ୍ତୀ ପ୍ରବନ୍ଧ ପ Read ଼ନ୍ତୁ
Subscribe